ପୁଣି ରାଜ୍ୟରେ ୧୦ ମୁଣ୍ଡ ନେଲା କରୋନା: ଜାଣନ୍ତୁ କେଉଁ ଜିଲାରୁ କେତେ

ଭୁବନେଶ୍ୱର,୧୧।୮(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ଆଉ ୧୦ ଜଣଙ୍କ ମୁଣ୍ଡ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୯୬ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ତେବେ ୯ ମୃତକଙ୍କ ମଧ୍ୟରୁ ଗଞ୍ଜାମ ଓ ଖୋର୍ଦ୍ଧା ଜିଲାରୁ ୩ ଜଣ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ସେହିଭଳି ପୁରୀ, ବାଲେଶ୍ୱର, ରାୟଗଡ଼ା ଓ ସୁନ୍ଦରଗଡ଼ ଜିଲାରୁ ଜଣେ ଲେଖାଏ ଆକ୍ରନ୍ତ ଆଖି ବୁଜିଛନ୍ତି।

 

Share