ରାଜ୍ୟରେ ମୁଣ୍ଡ ପରେ ମୁଣ୍ଡ ନେଇ ଚାଲିଛି କରୋନା: ଆଜି ୩୩ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର,୨୫।୫(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ୁଛି। ମଙ୍ଗଳବାର ରାଜ୍ୟରେ କରୋନା ଆଉ ୩୩ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୨୫୪୯କୁ ବୃଦ୍ଧି ପାଇଛି। ଏହି ୩୩ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୭, ଅନୁଗୁଳ, ଝାରସୁଗୁଡ଼ା, କଳାହାଣ୍ଡିରୁ ୪ ଲେଖାଏ ଅଛନ୍ତି। ସୁନ୍ଦରଗଡ଼ ଓ ସୁବର୍ଣ୍ଣପୁରରୁ ୩ ଲେଖାଏ, ଗଞ୍ଜାମ ଓ କେନ୍ଦୁଝରରୁ ୨ ଜଣ ଲେଖାଏଙ୍କ ମୃତ୍ୟୁ ଘଟିଥିବା ବେଳେ ଦେବଗଡ଼, ଯାଜପୁର, କନ୍ଧମାଳ, କୋରାପୁଟରୁ ଜଣେ ଲେଖାଏଙ୍କ ଜୀବନ ନେଇଛି କରୋନା।

Share