ବରଗଡ଼ ଅଫିସ,୩।୧୦: ବରଗଡ଼ ଜିଲାରେ କରୋନା (କୋଭିଡ-୧୯) ସଂକ୍ରମଣ ଅଣାୟତ୍ତ ହୋଇ ପଡିଛି। ପ୍ରତିଦିନ ନୂଆ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି। ଶନିବାର ଜିଲାରେ ପୁଣି ୯୮ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଜଣେ ୫ମାସର ଶିଶୁ ମଧ୍ୟ ରହିଛନ୍ତି। ଏହାକୁ ମିଶାଇ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୬୬୭୫ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୫୭୧୬ ଜଣ ସୁସ୍ଥ ହୋଇଛନ୍ତି।
ସେହିପରି ୧୩ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଆକ୍ରାନ୍ତମାନେ ବିଭିନ୍ନ କୋଭିଡ ହସ୍ପିଟାଲ ଏବଂ ହୋମ ଆଇସୋଲେଶନରେ ଚିକିତ୍ସାଧିନ ଅଛନ୍ତି ବୋଲି ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ କଲ୍ୟାଣୀ ଦାଶ ସୂଚନା ଦେଇଛନ୍ତି।