ବରଗଡ଼ରୁ ପୁଣି ୪୯ ଜଣଙ୍କୁ କରୋନା: ଆଜିବି ରହିଛନ୍ତି ଜଣେ ଶିଶୁ

ବରଗଡ଼ ଅଫିସ,୨୬।୧୦: ବରଗଡ଼ ଜିଲାରେ କରୋନା (କୋଭିଡ-୧୯) ସଂକ୍ରମଣ ଥମିବାର ନାଁ ନେଉ ନାହିଁ। ଜିଲାରେ ସଂକ୍ରମିତ ଓ ମୃତକଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ସୋମବାର ଜିଲାରେ ପୁଣି ୪୯ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରେ ୨୧ ଜଣ ମହିଳା ଓ ୨୮ଜଣ ପୁରୁଷ ଅଛନ୍ତି। ନୂଆ ଆକ୍ରାନ୍ତ ମଧ୍ୟରେ ଜଣେ ଶିଶୁ ରହିଛନ୍ତି। ଏହାକୁ ମିଶାଇ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୮୪୨୬ରେ ପହଞ୍ଚିଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୧୭ଜଣଙ୍କର ମୃତ୍ୟୁ ଘଟିଛି ଏବଂ ୭୯୧୧ ଜଣ ସୁସ୍ଥ ହୋଇଛନ୍ତି । ଅନ୍ୟ ଆକ୍ରାନ୍ତମାନେ ବିଭିନ୍ନ କୋଭିଡ ହସ୍ପିଟାଲ ଏବଂ ହୋମ ଆଇସୋଲେଶନରେ ଚିକିତ୍ସାଧିନ ଅଛନ୍ତି ବୋଲି ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ କଲ୍ୟାଣୀ ଦାଶ ସୂଚନା ଦେଇଛନ୍ତି।

Share