ଆଜି ରାଜ୍ୟରେ ୮ ମୁଣ୍ଡ ନେଲା କରୋନା: ଜାଣନ୍ତୁ ମୃତକ କେଉଁ ଜିଲାର

ଭୁବନେଶ୍ୱର,୨୦।୮(ବ୍ୟୁରୋ): ରାଜ୍ୟରେ ଗୁରୁବାର ଆଉ ୮ ଜଣଙ୍କ ମୁଣ୍ଡ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୮୦ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ତେବେ ୮ ମୃତକଙ୍କ ମଧ୍ୟରୁ କେବଳ ଗଞ୍ଜାମ ଜିଲାରୁ ୪ ଜଣ ଥିବା ବେଳେ ଖୋର୍ଦ୍ଧା, ପୁରୀ, କଟକ ଓ ଢେଙ୍କାନାଳରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

Share