କରୋନା ନେଲା ଆଉ ଏକ ମୁଣ୍ଡ: ଗଞ୍ଜାମରେ ମୃତ୍ୟୁ ସଂଖ୍ୟା ୧୬କୁ ବୃଦ୍ଧି

ଛତ୍ରପୁର,୨।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ କରୋନାରେ ଆଉ ଜଣଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ଜିଲାରେ କରୋନା ମୃତ୍ୟୁ ସଂଖ୍ୟା ୧୬ରେ ପହଞ୍ଚିଛି। ମୃତକ ଜଣକ ୪୯ ବର୍ଷୀୟ ପୁରୁଷ ହସ୍ପିଟାଲରେ ଚିକିତ୍ସାଧୀନ ଥିବା ବେଳେ ତାଙ୍କର ମୃତ୍ୟୁ ଘଟିଛି। ଗୁରୁବାର ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Share