Posted inଜାତୀୟ

କାହା ପାଇଁ ବିପଦରେ କେଜରିଓ୍ବାଲ? ଆଠ ଦିନ ପରେ ଛାଡିବେ ଘର-ଗାଡି

ନୂଆଦିଲ୍ଲୀ,୧୮।୯: ମଙ୍ଗଳବାର ଆମ ଆଦମୀ ପାର୍ଟିର ଜାତୀୟ ସଂଯୋଜକ ତଥା ଦିଲ୍ଲୀର କାର୍ଯ୍ୟକାରୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଲେଫ୍ଟନାଣ୍ଟ ଗଭର୍ଣ୍ଣର ଭି.କେ ସାକ୍ସେନାଙ୍କ ନିକଟରେ ଇସ୍ତଫା ପତ୍ର ଦାଖଲ କରିଛନ୍ତି। ଏବେ ସେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ଦଳ ମଧ୍ୟ ଅତିଶୀଙ୍କୁ ପରବର୍ତ୍ତି ମୁଖ୍ୟମନ୍ତ୍ରୀ ଭାବେ ବାଛି ସାରିଛି। ଏବେ ଏଏପି ନେତା ସଞ୍ଜୟ ସିଂ କହିଛନ୍ତି ଯେ ଇସ୍ତଫା ଦେବା ପରେ କେଜରିୱାଲ ଜନସାଧାରଣଙ୍କ ମଧ୍ୟରେ ରହିବେ। ସେ ଏହା ମଧ୍ୟ କହିଛନ୍ତି ଯେ ସେ (କେଜରିୱାଲ) କେଉଁଠାରେ ରହିବେ ତାହା ଏପର୍ଯ୍ୟନ୍ତ ସ୍ଥିର ହୋଇନାହିଁ।
ସେ ଜନସାଧାରଣଙ୍କ ମଧ୍ୟରେ ରହିବେ। ଇସ୍ତଫା ଗ୍ରହଣ ହେବାର ଆଠ ଦିନ ପରେ କେଜରିୱାଲ ତାଙ୍କ ସରକାରୀ ବାସଭବନ ଛାଡିବେ। ରାଜ୍ୟ ସଭା ଏମପି ସଞ୍ଜୟ ସିଂ କହିଛନ୍ତି ଯେ ସେ ଜନସାଧାରଣଙ୍କର ସଚ୍ଚୋଟତାର ସହ ସେବା କରିଛନ୍ତି।
କେଜରିୱାଲଙ୍କ ସୁରକ୍ଷାକୁ ନେଇ ଚିନ୍ତା ରହିଛି। କେଜରିୱାଲଙ୍କ ସୁରକ୍ଷା ଏବେ ବିପଦରେ ବୋଲି କୁହାଯାଉଛି। କେଜରିୱାଲଙ୍କୁ ଜାତୀୟ ଦଳର ଜାତୀୟ ସଭାପତି ଭାବରେ ସରକାରୀ ବାସଭବନ ପାଇଁ ଅନୁମତି ଦିଆଯିବା ପ୍ରଶ୍ନରେ ସଞ୍ଜୟ ସିଂ କହିଛନ୍ତି, ଯେ ଏପର୍ଯ୍ୟନ୍ତ ଏହା ବିଷୟରେ ଆଲୋଚନା କରାଯାଇ ନାହିଁ ଏବଂ ଯଦି କିଛି ଘଟେ ତେବେ ତାଙ୍କୁ କୁହାଯିବ।
ଦିଲ୍ଲୀରେ ନୂତନ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ସହିତ ଦିଲ୍ଲୀ କ୍ୟାବିନେଟରେ ଏକ ବଡ଼ ଧରଣର ପରିବର୍ତ୍ତନ ହେବାର ସମ୍ଭାବନା ମଧ୍ୟ ପ୍ରକାଶ ପାଇଛି। ଆମ ଆଦମୀ ପାର୍ଟିର ନେତୃତ୍ୱ ଦିଲ୍ଲୀ କ୍ୟାବିନେଟରେ ପରିବର୍ତ୍ତନ କରି ଦିଲ୍ଲୀର ବିକାଶକୁ ତ୍ୱରାନୱିତ କରିବାକୁ ଚାହୁଁଛନ୍ତି। ଦୁଇଟି ନୂଆ ଚେହେରା ଅତିଶୀ ମାର୍ଲେନାଙ୍କ କ୍ୟାବିନେଟରେ ଅନ୍ତର୍ଭୁକ୍ତ କରାଯାଇପାରେ। ତିନି ନେତାଙ୍କ ନାମ ଆଗକୁ ଯାଉଛି। ଯାହାଙ୍କୁ ଅତିଶୀଙ୍କ କ୍ୟାବିନେଟରେ ଅନ୍ତର୍ଭୂକ୍ତ କରାଯାଇପାରେ।


Enter your email to get our daily news in your inbox.

All Right Reserved By Dharitri.Com

ପଞ୍ଜୀକୃତ ଡାକ୍ତର ତାଲିକାରୁ ବାଦ୍‌ ପଡିଲେ ସନ୍ଦୀପ୍‌ ଘୋଷ

କୋଲକାତା,୧୯ା୯: ପଶ୍ଚିମବଙ୍ଗ ମେଡିକାଲ କାଉନ୍‌ସିଲ (ଡବ୍ଲ୍ୟୁବିଏମ୍‌ସି) ଗୁରୁବାର ଆର୍‌.ଜି. କର ମେଡିକାଲ କଲେଜର ପୂର୍ବତନ ପ୍ରିନ୍ସିପାଲ ସନ୍ଦୀପ୍‌ ଘୋଷଙ୍କ ପଞ୍ଜୀକରଣକୁ ବାତିଲ କରିଦେଇଛି। ପଞ୍ଜୀକୃତ ଡାକ୍ତର...

ଗୋଟିଏ ଦିନ ରାହୁଲ ଗାନ୍ଧୀ ହେବାକୁ ଚାହେଁ: କାହିଁକି ଏଭଳି କହିଲେ ବନସୁରୀ ସ୍ବରାଜ

ନୂଆଦିଲ୍ଲୀ,୧୯।୯: ଅରବିନ୍ଦ କେଜରିଓ୍ବାଲଙ୍କ ଇସ୍ତଫା ପରେ ଚର୍ଚ୍ଚାରେ ଦିଲ୍ଲୀ ରାଜନୀତି। ଅରବିନ୍ଦଙ୍କ ଇସ୍ତଫା ଏବଂ ଅତିଶୀ ଦିଲ୍ଲୀର ନୂଆମୁଖ୍ୟ ମନ୍ତ୍ରୀ ହେବାକୁ ନେଇ ସ୍ବର୍ଗତ ସୁଷମା...

ହେମନ୍ତ ସୋରେନଙ୍କ ସଙ୍ଗିନ ଅଭିଯୋଗ, କହିଲେ ସମସ୍ତ ପୂର୍ବତନ ମୁଖ୍ୟମନ୍ତ୍ରୀ ମିଶି ମୋତେ …

ରାଞ୍ଚି,୧୯।୯: ଝାଡ଼ଖଣ୍ଡର ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଗୁରୁବାର ଭାଜପା ଏବଂ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିଛନ୍ତି। ‘ଆପକି ସରକାର ଆପକେ ଦ୍ୱାର’ କାର୍ଯ୍ୟକ୍ରମ ଅନ୍ତର୍ଗତ ଗରୱା...

ସିଟ ଶେୟାରିଂକୁ ନେଇ କଂଗ୍ରେସ-ଶରଦ ପାଓ୍ବାରଙ୍କ ଟେନଶନ ବଢାଇଲେ ଉଦ୍ଧବ!

ମୁମ୍ବାଇ,୧୯।୯: ମହାରାଷ୍ଟ୍ରରେ ମହାବିିକାଶ ଆଘାଡି ମଧ୍ୟରେ ସିଟ ଶେୟାରିଂ ପ୍ରସଙ୍ଗ ଜଟିଳ ହେବାରେ ଲାଗିଛି। ଏମଭିଏର ସିଟ ଶେୟାରିଂ ଏତେ ସହଜରେ ଶେଷ ହେବା ପରି...

ହୋଇଗଲା ସ୍ପଷ୍ଟ… କ’ଣ ହେବ କେଜରିଓ୍ବାଲଙ୍କ ପରବର୍ତ୍ତି ପଦକ୍ଷେପ

ନୂଆଦିଲ୍ଲୀ,୧୯।୯: ଦିଲ୍ଲୀର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ପରେ ଅରବିନ୍ଦ କେଜରିିୱାଲ ପରବର୍ତ୍ତୀ ସମୟରେ କ’ଣ କରିବେ ତାହା ଉପରେ ସମସ୍ତଙ୍କ ନଜର ରହିଛି। ଘଟଣା...

ରିପୋର୍ଟରୁ ହେଲା ନିଶ୍ଚିତ: ତିରୁପତି ମନ୍ଦିର ପ୍ରାସାଦରେ ହେଉଛି ଗୋରୁ ମାଂସ, ମାଛ ତେଲ ବ୍ୟବହାରର

ତିରୁପତି,୧୯।୯: ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁ ନାଇଡୁ ତିରୁପତି ମନ୍ଦିର ପ୍ରାସାଦରେ ଘିଅ ବଦଳରେ ପଶୁ ଚର୍ବି ମିଶ୍ରଣ କରିଥିବା ଅଭିଯୋଗ କରିଛନ୍ତି। ଏହା ପରେ ନମୁନା...

ଅଜିତ ଡୋଭାଲ ହାଜିର ହୋ…ଭାରତୀୟ ‘ଜେମ୍ସ ବଣ୍ଡ’ଙ୍କ ବିରୋଧରେ କେଉଁ କୋର୍ଟ ଜାରି କଲା ସମନ?

ନୂଆଦିଲ୍ଲୀ,୧୯।୯: ନ୍ୟୁୟର୍କର ଦକ୍ଷିଣ ଜିଲାର ଆମେରିକାର ଜିଲା କୋର୍ଟ ଭାରତ ସରକାରଙ୍କ ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ, ପୂର୍ବତନ ର ମୁଖ୍ୟ ସାମନ୍ତ ଗୋୟଲଙ୍କୁ...

କୋଲକାତା ବଳାତ୍କାର-ହତ୍ୟା ଘଟଣାର ଆଉ ଏକ ନୂଆ ତଥ୍ୟ ଆସିଲା ସାମ୍ନାକୁ! ଦୁଇ ଦିନ ପର୍ଯ୍ୟନ୍ତ ଜବତ ହୋଇ ନ ଥିଲା…

କୋଲକାତା,୧୯।୯: ପଶ୍ଚିମବଙ୍ଗର ଆରଜି କର ମେଡିକାଲ କଲେଜରେ ଜଣେ ମହିଳା ଟ୍ରେନି ଡାକ୍ତରଙ୍କୁ ବଳାତ୍କାର ଏବଂ ପରେ ହତ୍ୟା ମାମଲାରେ ପ୍ରତିଦିନ ନୂଆ ନୂଆ ନୂଆ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri