Categories: ଜାତୀୟ

ଉପରାଜ୍ୟପାଳଙ୍କ ବିରୋଧରେ ଅଭିଯୋଗ ଆଣିଲେ କେଜ୍‌ରିଓ୍ବାଲ

ନୂଆଦିଲ୍ଲୀ,୧୨।୧: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ଏବଂ ଉପରାଜ୍ୟପାଳଙ୍କ ମଧ୍ୟରେ ବିବାଦ ବଢିବାରେ ଲାଗିଛି। ଦିଲ୍ଲୀ ଏମସିଡି ମେୟର ନିର୍ବାଚନକୁ ନେଇ ଉତ୍ତେଜନା ଏ ପର୍ଯ୍ୟନ୍ତ ବନ୍ଦ ହୋଇନାହିଁ। ଏହି ସମୟରେ ଅରବିନ୍ଦ କେଜ୍‌ରିଓ୍ବାଲ ଏବଂ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଡିଆ ଭି.କେ ସାକ୍ସେନାଙ୍କ ବିରୋଧରେ ଏକ ନୂଆ ଅଭିଯୋଗ ଆଣିଛନ୍ତିି। ମୁଖ୍ୟମନ୍ତ୍ରୀ ଦାବି କରିଛନ୍ତି ଯେ, ଉପରାଜ୍ୟପାଳ ବିଦେଶରେ ଦିଲ୍ଲୀ ସରକାରୀ ବିଦ୍ୟାଳୟର ଶିକ୍ଷକମାନଙ୍କ ତାଲିମ ଉପରେ ପ୍ରତିବନ୍ଧକ ଲଗାଇଛନ୍ତି।

କେଜ୍‌ରିଓ୍ବାଲ ଟୁଇଟ୍‌ କରି କହିଛନ୍ତି, ଦିଲ୍ଲୀର ସରକାରୀ ବିଦ୍ୟାଳୟର ଶିକ୍ଷକମାନଙ୍କୁ ବିଦେଶରେ ତାଲିମ ପାଇଁ ପଠାଯାଉଛି। ଏହା ଦିଲ୍ଲୀର ଶିକ୍ଷା ବ୍ୟବସ୍ଥାରେ ବଡ ପରିବର୍ତ୍ତନ ଆସିଛି। ଶିକ୍ଷକମାନଙ୍କୁ ପ୍ରଶିକ୍ଷଣ ପାଇଁ ବିଦେଶ ଯିବାକୁ ବାରଣ କରିବା ଠିକ୍‌ ନୁହେଁ। ଶିକ୍ଷକମାନଙ୍କୁ ପ୍ରଶିକ୍ଷଣ ପାଇଁ ଫିନଲ୍ୟାଣ୍ଡ ଯିବାକୁ ଦିଅନ୍ତୁ।

Share