କେଜରିଓ୍ବାଲ-ସୋରେନଙ୍କୁ କରିଥିଲେ ଗିରଫ, ଏବେ ଓଡ଼ିଶାରେ ଖୋଳତାଡ କରିବେ ଇଡି ନିର୍ଦ୍ଦେଶକ

ଭୁବନେଶ୍ୱର,୨୭।୮: ଓଡ଼ିଶାରେ ପହଞ୍ଚିଛନ୍ତି ଇଡି ନିର୍ଦ୍ଦେଶକ ରାହୁଲ ନବୀନ । ଆଜିଠୁ ତିନି ଦିନିଆ ଓଡ଼ିଶା ଗସ୍ତରେ ଅଛନ୍ତି ରାହୁଲ। ସେ ଗସ୍ତ ସମୟରେ ଅନେକ ଗରୁତ୍ୱପୂର୍ଣ୍ଣ ବୈଠକରେ ଯୋଗ ଦେବା ନେଇ କାର୍ଯ୍ୟକ୍ରମ ରହିଛି । ତେବେ ଇଡ଼ି ମୁଖ୍ୟଙ୍କ ଓଡି଼ଶା ଗସ୍ତର କାରଣ ଏବେବି ଅସ୍ପଷ୍ଟ ରହିଛି। ତାଙ୍କ ଗସ୍ତ ସମୟରେ ଓଡ଼ିଶାରେ କିଛି ପୁରୁଣା ଫାଇଲ ଉପରେ ବଡ଼ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ହୋଇପାରେ ବୋଲି ଅନୁମାନ କରାଯାଉଛି।

୧୯୯୩ବ୍ୟାଚର ଆଇଆରଏସ ନବୀନ ନିଜ କାର୍ଯ୍ୟକାଳରେ ବହୁ ବଡ଼ ବଡ ମାମଲାର ତଦନ୍ତ କରିଛନ୍ତି । ୨୦୧୯ ନଭେମ୍ବରରେ ସେ ଇଡିର ସ୍ବତନ୍ତ୍ର ନିର୍ଦ୍ଦେଶକ ଭାବରେ ଦାୟିତ୍ୱ ନେଇଥିଲେ। ଇଡି ମୁଖ୍ୟ ଭାବେ ସେ ତାଙ୍କ କାର୍ଯ୍ୟକାଳରେ ବହୁ ବଡ଼ ବଡ଼ ଲୋକଙ୍କୁ ଗିରଫ କରିଛନ୍ତି। ସେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କ ବ୍ୟତୀତ ଝାଡଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ବିରୋଧରେ ମନି ଲଣ୍ଡ୍ରିଂ ମାମଲାର ତଦନ୍ତ କରିଛନ୍ତି। ଏହି ହାଇପ୍ରୋଫାଇଲ କାର୍ଯ୍ୟାନୁଷ୍ଠାନ ପାଇଁ ସେ ସବୁଠି ଚର୍ଚ୍ଚିତ ଚେହେରା ଅଟନ୍ତି।

ତେବେ ଇଡି ନିର୍ଦ୍ଦେଶକଙ୍କ ଓଡ଼ିଶା ଆସିବା ଏହାକୁ ନେଇ ଜୋରସୋରରେ ଚର୍ଚ୍ଚା ଆରମ୍ଭ ହୋଇଛି। ତେବେ ପରବର୍ତ୍ତୀ ପାଳି ବିଜେଡି ମୁଖିଆ ନବୀନ ପଟ୍ଟନାୟକଙ୍କ ପଡିବ ନାହିଁ ତ? ଏନେଇ ମଧ୍ୟ ଚର୍ଚ୍ଚା ଆରମ୍ଭ ହୋଇଛି। କାରଣ ଭାଜପା ସରକାର ଏନେଇ ପୂର୍ବ ସଙ୍କେତ ଦେଇ ସାରିଲେଣି। ଭାଜପା ସରକାରର ମନ୍ତ୍ରୀମାନେ କହିଛନ୍ତି ଯେ, ପୂର୍ବ ସରକାରରେ ହୋଇଥିବା ସମସ୍ତ ଦୂର୍ନୀତିର ପର୍ଦ୍ଦାଫାଶ ହେବ। ସରକାର କେଉଁ ଯୋଜନାରେ କେତେ ଟଙ୍କା ଖର୍ଚ୍ଚ କରିଛନ୍ତି ତାହାର ଗୋଟିଏ ଗୋଟିଏ ଫାଇଲ ଖୋଲିବ। ରାହୁଲ ନବୀନଙ୍କ ରାଡାରରେ ଏବେ ବିଜେଡିର କେଉଁ ନେତାଙ୍କ ପାଳି ପଡିବ ତାକୁ ନେଇ ଓଡ଼ିଶା ରାଜନୀତିରେ ହଇଚଇ ସୃଷ୍ଟି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡିରେ ଯୋଗ ଦେଲେ  ନୂତନ  ବିଡିଓ  ପ୍ରୀତିରଞ୍ଜନ ରଥ  

ଦାରିଙ୍ଗବାଡି,୨୫।୧୦ (ଅରୁଣ ସାହୁ ): କନ୍ଧମାଳ ଜିଲା  ଦାରିଙ୍ଗବାଡି ବ୍ଲକରେ ନୂତନ ବିଡିଓ ଭାବେ ଶୁକ୍ରବାର ପ୍ରୀତିରଞ୍ଜନ ରଥ ଦାୟିତ୍ୱ ଗ୍ରହଣ କରିଛନ୍ତ। ସେ ନବରଙ୍ଗପୁର...

ଟଳିନି ବିପଦ: ଆହୁରି ୨ ଦିନ ନିର୍ଧୁମ ଛେଚିବ

ଭୁବନେଶ୍ୱର,୨୫ା୧୦(ଅନୁରାଧା ମହାରଣା):  ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ଦାନା ସ୍ଥଳଭାଗ ଛୁଇଁବା ପରେ କ୍ରମଶଃ ଦୁର୍ବଳ ହୋଇ ଗଭୀର ଅବପାତରେ ପରିଣତ ହୋଇଛି। ତେବେ ଏହାର...

ବାତ୍ୟା ପରେ ବାତିଲ୍‌ ହୋଇଥିବା ଟ୍ରେନ୍‌….

ଭୁବନେଶ୍ୱର,୨୫ା୧୦(ଅନୁରାଧା ମହାରଣା)- ବାତ୍ୟା ‘ଦାନା’କୁ ଦୃଷ୍ଟିରେ ରଖି ଭଦ୍ରକ-ଧାମରା, କଟକ-ପାରାଦୀପ, ହରିଦାସପୁର-ପାରାଦୀପ, ଯଖପୁରା-କେନ୍ଦୁଝର, କଟକ-ତାଳଚେର ଏବଂ ଖୋର୍ଦ୍ଧା ରୋଡ଼-ଭଦ୍ରକ ରେଳ ସେକ୍ସନ ଗୁଡିକରେ ପାଣିପାଗ ବିଜ୍ଞାନ...

୧୫ବର୍ଷ ପରେ ହଠାତ୍ ବାଜିଲା ଏମର୍ଜେନ୍ସି ସାଇରନ୍‌: ବ୍ଲେଡ୍‌ରେ ଜେଲର ଓ ୱାର୍ଡରଙ୍କ ହାତ କାଟି ଦେଲେ କଏଦୀ

ଭୁବନେଶ୍ୱର,୨୫ା୧୦(ସତ୍ୟଜିତ୍‌ ରାଉତ): ଗ୍ୟାଙ୍ଗ୍‌ଓ୍ବାର, କଏଦୀଙ୍କୁ ମାଡ଼ ଓ ନିଶା କାରବାରକୁ ନେଇ ଚର୍ଚ୍ଚାରେ ରହୁଥିବା ଭୁବନେଶ୍ୱରସ୍ଥିତ ଝାରପଡ଼ା ସ୍ବତନ୍ତ୍ର ଜେଲରେ ଶୁକ୍ରବାର ଏକ ଅଭାବନୀୟ ଘଟଣା...

ବିଜେଡିକୁ ଝଟ୍‌କା ପରେ ଝଟ୍‌କା: ଗାଦିଚ୍ୟୁତ ହେଲେ… 

ଭୁବନେଶ୍ୱର,୨୫।୧୦: ବିଜେଡିକୁ ଝଟ୍‌କା ପରେ ଝଟ୍‌କା। ଚଳିତ ନିର୍ବାଚନ  ହାରିବା ପରେ ବିଜେଡିକୁ ଗୋଟିଏ ପରେ ଗୋଟିଏ ଝଟକା ଲାଗି ଚାଲିଛି । ଦଳର ବରିଷ୍ଠ...

ଶନିବାର, ରବିବାର ସରକାରୀ ଛୁଟି ବାତିଲ, ଜାଣନ୍ତୁ କାହିଁକି…

ଭୁବନେଶ୍ୱର,୨୫ା୧୦(ଅନିଲ ଦାସ): ବାତ୍ୟା ‘ଦାନା’ ଯୋଗୁ କ୍ଷତିଗ୍ରସ୍ତ ଅଞ୍ଚଳରେ ରିଲିଫ ଓ ପୁନରୁଦ୍ଧାର କାର୍ଯ୍ୟକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଶନିବାର ଓ ରବିବାର ୨ଦିନ...

୨୦ ଟଙ୍କାରେ ଦହିବରା ଖାଇଦେବାରୁ ଝିଅକୁ ପିଟିପିଟି ମାରିଦେଲା ମାଆ

ଫତେଗଡ,୨୫।୧୦: ୨୦ ଟଙ୍କାରେ ଦହିବରା ଖାଇଦେବାରୁ ଝିଅକୁ ପିଟିପିଟି ମାରିଦେଲା ମାଆ। ଏପରି ବୀଭତ୍ସ ହତ୍ୟାକାଣ୍ଡ ନୟାଗଡ ଜିଲା ଫତେଗଡ ଥାନା ଅଞ୍ଚଳରେ ଘଟିଛି। ଏନେଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri