Posted inଜାତୀୟ

ଜୁନ୍‌ ୧ରେ ଜେଲ୍‌ ଯିବେ କେଜ୍‌ରିଓ୍ବାଲ, ୬ରେ ରାହୁଲ ଗାନ୍ଧୀ ଯିବେ…

ନୂଆଦିଲ୍ଲୀ,୨୭ା୫: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ଏବଂ କଂଗ୍ରେସ ଏମ୍‌ପି ରାହୁଲ ଗାନ୍ଧୀଙ୍କୁ କଡ଼ା ଆକ୍ରମଣ କରିଛନ୍ତି। ଶାହା କହିଛନ୍ତି, କେଜ୍‌ରିଓ୍ବାଲଙ୍କୁ ଜୁନ୍‌ ୧ରେ ଜେଲ ଯିବାକୁ ପଡ଼ିବ ଏବଂ ରାହୁଲ ବାବା ଜୁନ୍‌ ୬ରେ ଛୁଟି ମନାଇବାକୁ ବ୍ୟାଙ୍କକ ଯାଉଛନ୍ତି। ଗୋଟିଏ ପଟେ ରାହୁଲ ବାବା ଯିଏ କି, ଗ୍ରୀଷ୍ମ ଋତୁ ଆରମ୍ଭ ହେବା ମାତ୍ରେ ଥାଇଲାଣ୍ଡର ବ୍ୟାଙ୍କକକୁ ଯାଆନ୍ତି। ଅନ୍ୟପକ୍ଷରେ ୨୩ ବର୍ଷ ଧରି ମୁଖ୍ୟମନ୍ତ୍ରୀ ଏବଂ ବର୍ତ୍ତମାନର ପ୍ରଧାନମନ୍ତ୍ରୀ ଥିବା ନରେନ୍ଦ୍ର ମୋଦି ଯିଏ ସୀମାରେ ଥିବା ସୈନିକମାନଙ୍କୁ ମିଠା ବଣ୍ଟନ କରନ୍ତି। ପଞ୍ଜାବର ଲୁଧିଆନାରେ ରବିବାର ଏକ ସାଧାରଣ ସଭାରେ ସମ୍ବୋଧିତ କରିବା ବେଳେ ଅମିତ ଶାହା ଏପରି କହିଛନ୍ତି।

ଖାଲି ଏତିକି ନୁହେଁ, ସେ କହିଛନ୍ତି, କେଜ୍‌ରିଓ୍ବାଲ ପଞ୍ଜାବକୁ ତାଙ୍କ ଏଟିଏମ୍‌ ମେଶିନ କରିଛନ୍ତି। ଯଦି ତାଙ୍କୁ ମାମଲା ସହ ଲଢ଼ିବାକୁ ପଡ଼ିବ ତେବେ ସେ ପଞ୍ଜାବର ଟଙ୍କା ନେଇଥା’ନ୍ତି ଏବଂ ଯଦି ନିର୍ବାଚନରେ ଟଙ୍କା ଖର୍ଚ୍ଚ କରିବାକୁ ପଡ଼େ ତେବେ ସେ ପଞ୍ଜାବର ଟଙ୍କା ଖର୍ଚ୍ଚ କରନ୍ତି। ପଞ୍ଜାବ ଟଙ୍କାକୁ କେଜ୍‌ରିଓ୍ବାଲ ତାଙ୍କ ଏଟିଏମ୍‌ କାର୍ଡ ଜରିଆରେ ଦିଲ୍ଲୀ ନେଇଥାନ୍ତି। କେଜ୍‌ରିଓ୍ବାଲ ପଞ୍ଜାବର ମୁଖ୍ୟମନ୍ତ୍ରୀଙ୍କୁ ତାଙ୍କର ପାଇଲଟ କରିଛନ୍ତି। ମୁଁ ବୁଝି ପାରୁନାହିଁ ଯେ, ମାନ ସାହେବ କେଜ୍‌ରିଓ୍ବାଲଙ୍କ ପାଇଲଟ ନା ପଞ୍ଜାବର ମୁଖ୍ୟମନ୍ତ୍ରୀ।


Enter your email to get our daily news in your inbox.

All Right Reserved By Dharitri.Com

ଓଡିଶା – ଝାରଖଣ୍ଡ ସୀମାରେ ଲ୍ୟାଣ୍ଡମାଇନ ବିସ୍ଫୋରଣ, ଯବାନ ଆହତ

ବଣାଇଁ, ୧୪ / ୧୨ (ପ୍ରଦୀପ ତ୍ରିପାଠୀ)- ଓଡିଶା – ଝାରଖଣ୍ଡ ସୀମାରେ ପୁଣି ଆଜି ଲ୍ୟାଣ୍ଡମାଇନ ବିସ୍ଫୋରଣ ହୋଇଥିଲା । ଏଥିରେ କୋବ୍ରା ବାଟାଲିୟନର...

ଚାଲିଚାଲି ଯାଉଥିବା ବେଳେ ବୃଦ୍ଧଙ୍କୁ ଧକ୍କା ଦେଲା ଅଜଣା ଗାଡି, ଚାଲିଗଲା ଜୀବନ

ଛତ୍ରପୁର,୧୪ / ୧୨(ଦିଲ୍ଲୀପ ସାମଲ) :  ଅଜଣା ଗାଡି ଧକ୍କାରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଛି । ମୃତକ ହେଉଛନ୍ତି ଚମାଖଣ୍ଡି ଅଂଚଳର ପ୍ରହଲ୍ଲାଦ ନାୟକ...

ୱାଙ୍ଖଡେ ଷ୍ଟାଡିୟମ୍‌ରେ କିମ୍ବଦନ୍ତି ତାରକା, ମେସିଙ୍କୁ ୧୦ ନଂ ଜର୍ସି ଉପହାର ଦେଲେ ସଚିନ

ନୂଆଦିଲ୍ଲୀ,୧୪।୧୨: ଆଜି ମୁମ୍ବାଇର ୱାଙ୍ଖେଡେ ଷ୍ଟାଡିୟମରେ କ୍ରିକେଟର ଭଗବାନ ସଚିନ ତେନ୍ଦୁଲକର ଏବଂ ଫୁଟବଲ୍ କିମ୍ବଦନ୍ତୀ ଲିଓନେଲ୍ ମେସିଙ୍କ ମଧ୍ୟରେ ସାକ୍ଷାତ ହୋଇଥିଲା। ଦୁଇ କିମ୍ବଦନ୍ତୀ ଜର୍ସି...

ଶିଶୁ ମନ୍ଦିରରେ ରକ୍ତଦାନ ଶିବିର, ୯୬ ୟୁନିଟ ରକ୍ତ ସଂଗ୍ରହ

ଦିଗପହଣ୍ଡି,୧୪|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମ ସ୍ଥିତ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ଶ୍ରୀଧାମ ଆବାସିକ ବିଦ୍ୟାଳୟର ରୌପ୍ୟ ଜୟନ୍ତୀ ସମାରୋହ...

୮ମ ବେତନ କମିଶନ ଭାର ସମ୍ଭାଳିବ ଭାରତୀୟ ରେଳବାଇ, ଖର୍ଚ୍ଚ କାଟିବାକୁ ସରକାରଙ୍କ ଅଭିଯାନ ଆରମ୍ଭ

ନୂଆଦିଲ୍ଲୀ,୧୪।୧୨: କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ୮ମ କେନ୍ଦ୍ରୀୟ ବେତନ କମିଶନ ଲାଗୁ ହେବା ପୂର୍ବରୁ, ବୃଦ୍ଧି ହେବାକୁ ଥିବା ଦରମା ଓ ପେନ୍‌ସନ୍ ଭାରକୁ...

ପ୍ରଣବ ବଳବନ୍ତରାୟଙ୍କ ଫାର୍ମ ହାଉସରେ ଭଙ୍ଗାରୁଜା, ଏକାଧିକ ଆହତ ସୂଚନା

ଧର୍ମଶାଳା,୧୪।୧୨(ଶିବପ୍ରସାଦ ମହାନ୍ତି): ଧର୍ମଶାଳାରେ ପୁଣିଥରେ ହିଂସା ଦେଖିବାକୁ ମିଳିଛି । ଧର୍ମଶାଳା ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା କରାଯାଇଥିବା ସୂଚନା ରହିଛି...

ନୀତିନ ନବୀନଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୧୪।୧୨: ନୀତିନ ନବୀନ ଭାଜପା ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ହେବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରଶଂସା କରିଛନ୍ତି। ନୀତିନ ନବୀନ ଜଣେ ଯୁବ ନେତା...

ପ୍ରଥମେ ମିଳିମିଶି ଦରମା ବଢ଼ାଇଦେଲେ: ଏବେ ଲୋକ ଦେଖାଣିଆ ରାଜନୈତିକ ବୟାନବାଜୀ

ଭୁବନେଶ୍ବର,୧୪।୧୨: ଏବେ ରାଜ୍ୟର ଘରେ ଘରେ ଆଉ ଗଳି କନ୍ଦିରେ ଚର୍ଚ୍ଚା ବିଧାୟକଙ୍କ ଦରମା ବୃଦ୍ଧି। ଓଡିଶା ଭଳି ଗରିବ ରାଜ୍ୟର ବିଧାୟକ ମାନେ ଭାରତରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri