ଜବରଦଖଲ ସମସ୍ୟାରେ କେନ୍ଦ୍ରାପଡ଼ା ସହର

କେନ୍ଦ୍ରାପଡ଼ା,୨୫ା୧ (ଜଗନ୍ନାଥ ଧଳ):ରାଜ୍ୟର ସର୍ବପ୍ରଥମ ପୌରାଞ୍ଚଳ ଘୋଷିତ କେନ୍ଦ୍ରାପଡ଼ା ସହର ଜବରଦଖଲ ସମସ୍ୟାରୁ ନିସ୍ତାର ପାଉନାହିଁ। କ୍ରମବର୍ଦ୍ଧିଷ୍ଣୁ ଲୋକସଂଖ୍ୟା ଜବରଦଖଲ ସମସ୍ୟାକୁ ଗୁରୁତର କରୁଛି। ୧୮୬୯ରେ ସ୍ଥାପିତ ଏହି ପୌରାଞ୍ଚଳ ଅଧିବାସୀ ସହରକୁ ବିକଶିତ ଦେଖିବା ପାଇଁ ଏବେବି ମାଷ୍ଟର ପ୍ଲାନ ଅପେକ୍ଷାରେ ଅଛନ୍ତି। ମନମୁଖୀ ପ୍ରକଳ୍ପ ନିର୍ମାଣ ଓ ଜବରଦଖଲ ସହରକୁ ସଙ୍କୁଚିତ କରୁଥିବା ବେଳେ ଜଳ ନିଷ୍କାସନ ଏକ ସମସ୍ୟା ଭାବେ ଉଭା ହୋଇଛି। ସେହିପରି ଐତିହ୍ୟ ସଂରକ୍ଷଣ ପାଇଁ ଏକ ମ୍ୟୁଜିୟମ ସ୍ଥାପନ କରାଯିବାକୁ ଦାବି ହେଉଛି।

ଏ ସମ୍ପର୍କରେ ସହରର ଚିତ୍ତରଞ୍ଜନ ସାହୁ, ମନୋଜ କୁମାର ସିଂହ, ବିଜୟ କୁମାର ମଣ୍ଡଳ, ଅସିତ କୁମାର ମହାପାତ୍ର, କ୍ଷିତୀଶ କୁମାର ସିଂହ ପ୍ରମୁଖ କହିଛନ୍ତି, ଏହି ଜିଲାରେ ବିଶ୍ୱବାସୀଙ୍କ ଆକର୍ଷଣ ଜାତୀୟ ଉଦ୍ୟାନ ଭିତରକନିକା ଅଛି। ସେହିପରି ରାଜ୍ୟର ଏକମାତ୍ର ଜିଓ ଟିଉବୱାଲ, ହୁକିଟୋଲାଠାରୁ ଆରମ୍ଭ କରି ସହର ମଧ୍ୟରେ ଆଧ୍ୟାତ୍ମିକସ୍ଥଳ ଶ୍ରୀବଳଦେବ ଜୀଉଙ୍କ ମନ୍ଦିର ଅଛି। ପ୍ରଚାର ପ୍ରସାର ପରେ ଆଗାମୀ ଦିନରେ ପର୍ଯ୍ୟଟକଙ୍କ ସଂଖ୍ୟା ବଢ଼ିବ। କେନ୍ଦ୍ରାପଡ଼ା ସହର ଏହାର ମଧ୍ୟସ୍ଥଳରେ ଥିବା ବେଳେ ସହରବାସୀଙ୍କ ସଂଖ୍ୟା ଇତିମଧ୍ୟରେ ପ୍ରାୟ ୮୦ ହଜାର ହୋଇଛି। ଆଗାମୀ ଦିନରେ ସହରର ପରିସୀମା ବୃଦ୍ଧିର ପ୍ରସ୍ତାବ ରହିଛି। କୌଣସି ଅଞ୍ଚଳର ବିକାଶ ପାଇଁ ଚିନ୍ତା କଲେ ଆଗାମୀ ୫୦ ବର୍ଷର ସମ୍ଭାବନା ଏଥିରେ ସାମିଲ କରାଯାଇଥାଏ। ଏହାକୁ ଦୃଷ୍ଟିରେ ରଖି ରାସ୍ତାଠାରୁ ଜଳ ନିଷ୍କାସନ, ରାତ୍ରିକାଳୀନ ରହଣିଠାରୁ ଭେଣ୍ଡିଂ ଜୋନର ଅବସ୍ଥିତି ପ୍ରତି ସଚେତନ ହେବାକୁ ପଡ଼ିବ। ତେବେ ୨୫ବର୍ଷ ପୂର୍ବେ ପ୍ରତିଷ୍ଠିତ ଆଞ୍ଚଳିକ ଉନ୍ନୟନ ଟ୍ରଷ୍ଟ କାର୍ଯ୍ୟାଳୟ ଏକ ସାଇନ୍‌ବୋର୍ଡ ମଧ୍ୟରେ ସୀମିତ ରହିଛି। ପ୍ରକଳ୍ପର ଅନୁମୋଦନ ସମ୍ପର୍କରେ କୌଣସି ଅନୁଧ୍ୟାନ କରାଯାଉ ନାହିଁ। ଜିଲାର ବ୍ୟସ୍ତବହୁଳ ତିନିମୁହାଣି ଛକ ଏବେ ଟ୍ରାଫିକ ସମସ୍ୟାରେ ଅଛି। କଟକ-ଚାନ୍ଦବାଲି ରାଜ୍ୟ ରାଜପଥ ସହ ସହର ମଧ୍ୟକୁ ଏହା ସଂଯୋଗସ୍ଥଳ। ଏହାବ୍ୟତୀତ ମହାକାଳପଡ଼ା ବ୍ଲକ ଅଞ୍ଚଳରେ ଶିଳ୍ପ ପ୍ରତିଷ୍ଠା ପାଇଁ ରାଜ୍ୟ ସରକାର ପ୍ରସ୍ତୁତିରେ ଅଛନ୍ତି। ତିନିମୁହାଣି ଛକକୁ ଅଧିକ ପ୍ରଶସ୍ତ ଓ ଯାତାୟାତ ପାଇଁ ଏହାର ସମ୍ପ୍ରସାରଣ ଜରୁରୀ ହୋଇଛି। ଏଥିପାଇଁ ନିକଟରେ ଥିବା ଚଟିପୋଲଠାରୁ ନୂତନ ରାସ୍ତା ନିର୍ମାଣାଧୀନ ଅଛି। ତେବେ ତିନିମୁହାଣି ଛକରେ ଏକାଧିକ ପ୍ରକଳ୍ପ ଟ୍ରାଫିକ ସମସ୍ୟାକୁ ଉତ୍କଟ କରିଛି। ଏଠାରେ ଗାନ୍ଧୀ ସ୍ମୃତି ନାମରେ ଏକ ପିଣ୍ଡି ନିର୍ମାଣ ହୋଇଛି। ସେହିପରି ଶୌଚାଳୟ ଓ ଆଇ ଲଭ୍‌ କେନ୍ଦ୍ରାପଡ଼ା ପ୍ରତୀକ ରହିଥିବାରୁ ରାସ୍ତା ଉପରେ ବାଇକ୍‌ଠାରୁ ଅଟୋର ଭିଡ଼ ଜମୁଛି। ସହରର ପ୍ରବେଶ ପଥରେ ଭେଣ୍ଡିଂ ଜୋନ୍‌ ପାଇଁ ବ୍ୟବସ୍ଥା ହୋଇଛି। ଏହା ସହିତ ପରିସୀମା ବୃଦ୍ଧି ହୋଇଥିବାରୁ ଏଠାରେ ଥିବା ଗେଟ୍‌ର ପ୍ରାସଙ୍ଗିକତା ଏବେ ପ୍ରଶ୍ନବାଚୀ ସୃଷ୍ଟି କରିଛି। ତିନିମୁହାଣି ଛକ ନିକଟରେ ଥିବା ଇଣ୍ଡଷ୍ଟ୍ରିଆଲ ଏରିଆରେ ଭେଣ୍ଡି ଜୋନ୍‌ଠାରୁ ଆରମ୍ଭ କରି ଶୌଚାଳୟ, ଗାନ୍ଧୀ ସ୍ମୃତିପୀଠ, ଐତିହ୍ୟ ମ୍ୟୁଜିୟମ ଆଦି ହୋଇପାରିଥା’ନ୍ତା। ଫଳରେ ଆଗାମୀ ଦିନରେ ସହରର ଯାତାୟାତ ସହିତ ସୌନ୍ଦର୍ଯ୍ୟ ପ୍ରଦାନ କ୍ଷେତ୍ରରେ ଏହାର ଭାଗୀଦାରି ରହିଥା’ନ୍ତା। ଜିଲାର କୃଷି ପରି ପର୍ଯ୍ୟଟନ ଶିଳ୍ପ ଆର୍ଥିକ ଉନ୍ନତି ଆଣିପାରିବ। ଜିଲାରେ ଶିଳ୍ପ ପ୍ରତିଷ୍ଠା ପରେ ସହରର ଭୂମିକା କମ୍‌ ନୁହେଁ। ସହର ମଧ୍ୟରେ ଥିବା ଯାତ୍ରୀ ନିବାସ, ରାତ୍ର ରହଣିସ୍ଥଳ, କଲ୍ୟାଣ ମଣ୍ଡପ, ଇଚ୍ଛାପୁରରେ ଥିବା ପର୍ଯ୍ୟଟନ ବିଭାଗ ନିବାସର ଉପଯୋଗିତାକୁ ଅନୁଧ୍ୟାନ ଆବଶ୍ୟକ।

ଆଗାମୀ ଦିନରେ ଜିଲା ବାହାର ଲୋକଙ୍କୁ ଏଠାରେ ରହିବା ସମସ୍ୟା ସୃଷ୍ଟି କରିବ। ଜିଲାରେ ବିକ୍ଷିପ୍ତ ଭାବେ ଥିବା ଐତିହ୍ୟ ସ୍ମାରକୀ ପାଇଁ ମ୍ୟୁଜିୟମ ପାଇଁ ବହୁବାର ଦୃଷ୍ଟି ଆକର୍ଷଣ କରାଯାଇଛି। ସେହିପରି ଜବରଦଖଲ ମୁକ୍ତ ନ ହେଲେ ସହର ମଧ୍ୟରୁ ଜଳ ନିଷ୍କାସନ ବ୍ୟବସ୍ଥା ହୋଇପାରିବନି ବୋଲି ସେମାନେ ମତ ଦେଇଛନ୍ତି। ଏ ସମ୍ପର୍କରେ ପୌରାଧ୍ୟକ୍ଷା ସରିତା ସାହୁଙ୍କୁ ପଚାରିବାରେ ବିଭିନ୍ନ ପ୍ରକଳ୍ପର ଅବସ୍ଥିତି ଓ ସମସ୍ୟା ସମ୍ପର୍କରେ ସମୀକ୍ଷା ହୋଇଛି। ଏକ ସୁନ୍ଦର ସହର ଗଠନ ପାଇଁ ପ୍ରୟାସ ଜାରି ରହିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହାଇୱା ପଛରେ ପିଟିଲା ବାଇକ୍‌: ଜଣେ ମୃତ କ୍ଷତିପୂରଣ ଦାବିରେ ରାସ୍ତା ଅବରୋଧ

ଲାଞ୍ଜିଗଡ,୩୧ା୩( ରମେଶ ଚନ୍ଦ୍ର ନାୟକ):ଲାଞ୍ଜିଗଡରୁ ମୁନିଗୁଡାକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତା ବେଦାନ୍ତ କାରଖାନା ନିକଟରେ ରାସ୍ତା କଡ଼ରେ ଠିଆ ହୋଇଥିବା ଏକ ହାଇୱା ପଛରେ...

ପ୍ରେମ, ପ୍ରତାରଣା, ଧୋକା: ଆଦିବାସୀ ଯୁବତୀ ୮ ମାସର ଗର୍ଭବତୀ, ଯୁବକ…

ପାଟଣା,୩୧ା୩(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅଞ୍ଚଳରେ ପ୍ରେମ, ପ୍ରତରଣା ପରେ ଧୋକା ଘଟଣା ସାମ୍‌ନାକୁ ଆସିଛି। ଜଣେ ୧୯ ବର୍ଷୀୟା ଆଦିବାସୀ ଯୁବତୀଙ୍କୁ...

ଭିସୁଟ ଛାତ୍ରୀ ଚିନ୍ମୟୀ ଆତ୍ମହତ୍ୟା ମାମଲା: ପୁରୁଷ ବନ୍ଧୁ ଗିରଫ

ସମ୍ବଲପୁର,୩୦ା୩(ପ୍ରମୋଦ ବହିଦାର): ଭିସୁଟ ଛାତ୍ରୀ ଚିନ୍ମୟୀ ପ୍ରିୟଦର୍ଶିନୀ ସାହୁଙ୍କ ଆତ୍ମହତ୍ୟା ମାମଲାରେ ସୋମବାର ବୁର୍ଲା ପୋଲିସ ତାଙ୍କ ପୁରୁଷ ବନ୍ଧୁ ପ୍ରୀତିମାନ ଦେ(୨୭)ଙ୍କୁୁ ଗିରଫ କରଛି।...

ହଳଧର ସାହିତ୍ୟ ଅସ୍ମିତାର ଆବାହକ: ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ଲୋକକବିଙ୍କୁ ଶୁଭେଚ୍ଛା

ବରଗଡ,୩୧।୩(ପ୍ରେମାନନ୍ଦ ଖମାରୀ): ପଦ୍ମଶ୍ରୀ ଲୋକକବି ହଳଧର ନାଗଙ୍କ ୭୫ ତମ ଜନ୍ମଦିନ ଅବସରରେ ବରଗଡ଼ରେ ସୋମବାର ତ୍ରିଦିବସୀୟ ଜାତୀୟ ସ୍ତରୀୟ କାର୍ଯ୍ୟକ୍ରମର ଉଦଘାଟନୀ ସମାରୋହ ଅନୁଷ୍ଠିତ...

ଚା’ ଦୋକାନରୁ ଗଞ୍ଜେଇ ଜବତ, ଜଣେ ଗିରଫ

ଗଞ୍ଜାମ, ୩୧ା୩ (ବିଦ୍ୟାଧର ସାହୁ):ଗଞ୍ଜାମ ଥାନା ଅନ୍ତର୍ଗତ ୧୬ନଂ. ଜାତୀୟ ରାଜପଥ ପାର୍ଶ୍ୱରେ ଏକ ଚା’ ଦୋକାନରେ ପୋଲିସ ଚଢ଼ାଉ କରି ଗଞ୍ଜେଇ ଜବତ କରିବା...

ଜାତୀୟ ସ୍ତରୀୟ ବିକଶିତ ଭାରତ ଯୁବ ପାର୍ଲିଆମେଣ୍ଟ:ମା’ ମାଣିକେଶରୀ ବିଶ୍ୱବିଦ୍ୟାଳୟର ସୁହାନୀ ମନୋନୀତ

ଭବାନୀପାଟଣା,୩୧।୩(ଉତ୍ତମ କୁମାର ଦାଶ): ଭାରତ ସରକାରଙ୍କ କ୍ରୀଡା ଓ ଯୁବ ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ ବିକଶିତ ଭାରତ ଯୁବ ପାର୍ଲିଆମେଣ୍ଟ ଅବସରରେ ଗତ ୨ ଦିନ...

ବିକାଶ ଶିକ୍ଷାନୁଷ୍ଠାନରେ ସେମିନାର

ବରଗଡ,୩୧।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ର ବିକାଶ ସ୍କୁଲ ଅଫ୍‌ ବିଜନେସ୍‌ ମ୍ୟାନେଜମେଣ୍ଟ ପକ୍ଷରୁ କ୍ୱାଣ୍ଟମ୍‌ ଟେକ୍ନୋଲୋଜି ଏବଂ ନାନୋଚିପ୍‌ ଟେକ୍ନୋଲୋଜି ବିଷୟରେ ଏକ ସେମିନାର ଅନୁଷ୍ଠିତ ହୋଇଯାଇଛି।...

ଆନନ୍ଦଉଲ୍ଲାସ ମଧ୍ୟରେ ଭାଇଚାରାର ପର୍ବ ଇଦ-ଉଲ-ଫିତର ପାଳିତ: ଇଦଗାହ ପଡିଆରେ ଭିଡ଼

ବରଗଡ଼, ୩୧।୩(ପ୍ରେମାନନ୍ଦ ଖମାରୀ) – ବରଗଡ ସହରରେ ଇଦ ଉଲ ଫିତର୍‌ ସମାରୋହରେ ପାଳିତ ହୋଇଯାଇଛି। ଏହି ଅବସରରେ ମୁସଲିମ ସମ୍ପ୍ରଦାୟର ଲୋକେ ମାସେବ୍ୟାପୀ କଠୋର...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image