Posted inଖେଳ

ନ୍ୟୁଜିଲାଣ୍ଡ ପ୍ରଥମ ଥର ଜିତିଲା ମହିଳା ଟି୨୦ ବିଶ୍ୱକପ, ପୁଣି ଭାଙ୍ଗିଲା ଦକ୍ଷିଣ ଆଫ୍ରିକା ସ୍ବପ୍ନ

ନୂଆଦିଲ୍ଲୀ,୨୦ା୧୦: ଆଇସିସି ମହିଳା ଟି୨୦ ବିଶ୍ୱକପ ଫାଇନାଲରେ ଦକ୍ଷିଣ ଆଫ୍ରିକାକୁ ୩୨ ରନ୍‌ରେ ହରାଇ ପ୍ରଥମ ଥର ଟାଇଟଲ ବିଜୟୀ ହୋଇଛି। ଅନ୍ୟ ପକ୍ଷରେ ଚୋକର ନାମକୁ ପ୍ରମାଣିତ କରି କ୍ରମାଗତ ଦ୍ୱିତୀୟ ଫାଇନାଲରେ ପରାଜିତ ହୋଇଛି ଦକ୍ଷିଣ ଆଫ୍ରିକା। ଆମେଲିଆ କେର୍‌ (୪୩ ରନ ଓ ୩ ଉଇକେଟ)ଙ୍କ ଅଲରାଉଣ୍ଡ ସଫଳତା ବଳରେ ନ୍ୟୁଜିଲାଣ୍ଡ ଏହାର ଆଇସିସି ଟ୍ରଫି ମରୁଡି ଶେଷ କରିଛି।

ଦକ୍ଷିଣ ଆଫ୍ରିକା ବିପକ୍ଷରେ ନ୍ୟୁଜିଲାଣ୍ଡର ଆମେଲିଆ କେର୍‌ ପ୍ରଭାବୀ ବ୍ୟାଟିଂ କରିଛନ୍ତି। ଆମେଲିଆ ୪୩ ରନ୍‌ କରିଥିବା ବେଳେ ନ୍ୟୁଜିଲାଣ୍ଡ ୨୦ ଓଭରରେ ୫ ଉଇକେଟ ହରାଇ ୧୫୮ ରନ୍‌ କରିଥିଲା। ଜବାବରେ ଦକ୍ଷିଣ ଆଫ୍ରିକା ୨୦ ଓଭରରେ ୯ ଉଇକେଟରେ ୧୨୬ ରନ୍‌ରେ ସୀମିତ ରହିଥିଲା। ଟସ୍‌ ଜିତି ଦକ୍ଷିଣ ଆଫ୍ରିକା ପ୍ରଥମେ ବୋଲିଂ କରିଥିଲା। ଜର୍ଜିଆ ପ୍ଲିମର ମାତ୍ର ୯ ରନ୍‌ କରି ଆଉଟ ହୋଇଥିବା ବେଳେ କ୍ୟାରିୟରର ୩୩୪ ତମ ଅନ୍ତର୍ଜାତୀୟ ମ୍ୟାଚ୍‌ ଖେଳୁଥିବା ସୁଜି ବେଟ୍ସ ୩୨ ରନ୍‌ କରିଥିଲେ। ସେ ଟପ୍‌ ସ୍କୋରର ଆମେଲିଆ କେର(୪୩)ଙ୍କ ସହ ୩୭ ରନ୍‌ ଯୋଡିଥିଲେ। ୩୧ ବଲ ଖେଳି ସେ ୩ ଚୌକା ମାରିଥିଲେ।

ପରେ ଆମେଲିଆ କେର୍‌ ଓ ବ୍ରୁକ୍‌ ହାଲିଡେ(୩୮)ଙ୍କ ମଧ୍ୟରେ ୫୭ ରନ୍‌ର ପାର୍ଟନରଶିପ୍‌ ହୋଇଥିଲା। ୧୯ ତମ ଓଭରରେ ଆଉଟ ହେବା ଆଗରୁ ଆମେଲିଆ ୩୮ ବଲ୍‌ ଖେଳି ୪ ଚୌକା ମାରିଥିଲେ। ଅନ୍ୟ ପକ୍ଷରେ ମଧ୍ୟକ୍ରମରେ ବ୍ୟାଟିଂ କରିଥିବା ବ୍ରୁକ୍‌ ହାଲିଡେ ୨୮ ବଲ୍‌ ଖେଳି ୩ ଚୌକା ସହ ୩୮ ରନ୍‌ କରିଥିଲେ। ଦକ୍ଷିଣ ଆଫ୍ରିକା ପକ୍ଷରୁ ନୋନକୁଲୁଲେକୋ ମାଲବା ୨, ଆୟୋବୋଙ୍ଗା ଖାଖା, କ୍ଲୋଏ ଟ୍ରାୟନ ଓ ନାଡିନ୍‌ ଡି କ୍ଲର୍କ ଗୋଟିଏ ଲେଖାଏ ଉଇକେଟ ନେଇଥିଲେ।

୧୫୯ ରନ୍‌ ଳକ୍ଷ୍ୟରେ ଦକ୍ଷିଣ ଆଫ୍ରିକା ବେଶ ଧୂଆଁଧାର ଆରମ୍ଭ କରିଥିଲା। ଦଳ ପକ୍ଷରୁ ଲୌରା ଓଲ୍ଭାଡର୍‌ଟ(୩୩) ଓ ତାଜମିନ୍‌ ବ୍ରିଟ୍ସ(୧୭) ପ୍ରଥମ ଉଇକେଟରେ ୫୧ ରନ୍‌ ଯୋଡିଥିଲେ। ଲୌରା ୨୭ ବଲ୍‌ ଖେଳି ୫ ଚୌକା ମାରିଥିଲେ। ପ୍ରଥମ ଉଇକେଟର ପତନ ପରେ ଦଳ ନିୟମିତ ବ୍ୟବଧାନରେ ଉଇକେଟ ହରାଇ ପରାଜିତ ହୋଇଥିଲା। ନ୍ୟୁଜିଲାଣ୍ଡ ପକ୍ଷରୁ ଆମେଲିଆ କେର ଓ ରୋଜମେରୀ ମେୟର ୩ଟି ଲେଖାଏ ଏଡେନ କାର୍ସନ, ଫ୍ରାନ୍‌ ଜୋନ୍ସ ଓ ବ୍ରୁକ୍‌ ହାଲିଡେ ଗୋଟିଏ ଲେଖାଏ ଉଇକେଟ ନେଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମାତ୍ର ୧୪ ବର୍ଷ ବୟସରେ ବଡ଼ ରେକର୍ଡ ଭାଙ୍ଗିଦେଲେ ବୈଭବ ସୂର୍ଯ୍ୟବଂଶୀ: କ୍ରିକେଟ୍‌ ଜଗତରେ ପଡ଼ିଗଲା ଚହଳ

ନୂଆଦିଲ୍ଲୀ,୨୪।୧୨: ବିଜୟ ହଜାରେ ଟ୍ରଫି ୨୦୨୫-୨୬ ବୈଭବ ସୂର୍ଯ୍ୟବଂଶୀ ଏବଂ ତାଙ୍କ ଦଳ ବିହାର ପାଇଁ ଏକ ଭଲ ଆରମ୍ଭ ହୋଇଛି। ବିହାରର ଉପ-ଅଧିନାୟକ ବୈଭବ...

ନେମାରଙ୍କ ଅସ୍ତ୍ରୋପଚାର ସଫଳ

ସାଓ ପାଉଲୋ,୨୪ା୧୨: ବ୍ରାଜିଲର ଷ୍ଟାର ଖେଳାଳି ନେମାରଙ୍କ ବାମ ଆଣ୍ଠୁରେ ଅସ୍ତ୍ରୋପଚାର ହୋଇଛି। ତାଙ୍କ କ୍ଲବ ସାଣ୍ଟୋସ ପକ୍ଷରୁ ଏହି ସୂଚନା ଦିଆଯାଇଛି। ୩୩ ବର୍ଷୀୟ...

ଦିଲ୍ଲୀରୁ ଯିବ ରାଜଧାନୀ

ଦିଲ୍ଲୀ ଭାରତର ରାଜଧାନୀ ହୋଇଥିବାରୁ ଦେଶର ବିଭିନ୍ନ ପ୍ରାନ୍ତର ଲୋକ ସେଠାରେ ରହିବାକୁ କିମ୍ବା ବୁଲିଯିବାକୁ ପସନ୍ଦ କରିଥାଆନ୍ତି। ସେଠି ପାର୍ଲାମେଣ୍ଟ, ଲାଲ୍‌କିଲ୍ଲା, ସୁପ୍ରିମକୋର୍ଟ, ଇଣ୍ଡିଆ...

ଟ୍ୟୁସନ ସାରି ଫେରୁଥିଲେ ନାବାଳିକା, ବଳାତ୍କାର ପରେ ବୁଦା ମୂଳେ କରିଦେଲେ…

ଭଦ୍ରକ, ୨୪।୧୨(ଅଶୋକ ପଣ୍ଡା/ସନାତନ ରାଉତ): ଭଦ୍ରକ ଜିଲା ଚାନ୍ଦବାଲିରେ ଏକ ଲଜ୍ୟାଜନକ ଘଟଣା ଘଟିଯାଇଛି l ଜଣେ ୧୧ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା...

ଟ୍ୟୁଶନ ହେବେ ରାଜସ୍ବ ବାବୁ: ଯୋଜନାର କାର୍ଯ୍ୟକାରିତା ଉପରେ ସରକାରଙ୍କ ଫୋକସ୍‌

ଭୁବନେଶ୍ୱର,୨୪।୧୨(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ଗତ ୧୮ ମାସ ମଧ୍ୟରେ ରାଜସ୍ବସେବାକୁ ଲୋକଙ୍କ ନିକଟତର କରିବା ପାଇଁ ଭୂ-ବନ୍ଦୋବସ୍ତ ଆଇନଠାରୁ ଆରମ୍ଭକରି ଜମି ପଞ୍ଜୀକରଣ...

୬ ବଲ୍‌ରେ ୫ ଉଇକେଟ…ଇତିହାସ ରଚିଲେ ୨୮ ବର୍ଷୀୟ ଏହି ବୋଲର୍‌; ପ୍ରଥମ ଥର…

ନୂଆଦିଲ୍ଲୀ,୨୩।୧୨: ଟି୨୦ଆଇ କ୍ରିକେଟ୍‌ରେ ଏକ ଓଭରରେ ୫ ଉଇକେଟ୍ ନେବା ପ୍ରତ୍ୟେକ ବୋଲରଙ୍କ ସ୍ୱପ୍ନ ଅଟେ। ୪ ଓଭରର ସ୍ପେଲ୍‌ରେ ଏହି କାରନାମା କରିବା ବହୁତ...

ଆଶେସ୍‌ ଖରାପ ପ୍ରଦର୍ଶନ ପରେ ମଦ ପିଇ ମାତାଲ ହେଲେ ଇଂଲଣ୍ଡ କ୍ରିକେଟର, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୩।୧୨: ଅଷ୍ଟ୍ରେଲିଆ ବିପକ୍ଷ ଆଶେସ୍ ସିରିଜ୍ ମଧ୍ୟରେ ଇଂଲଣ୍ଡ କ୍ରିକେଟ୍ ଦଳ ପାଇଁ ଏକ ଅଡୁଆ ପରିସ୍ଥିତି ସୃଷ୍ଟି ହୋଇଛି। ଦଳର ଷ୍ଟାର୍ ବ୍ୟାଟର ବେନ୍...

ଦିଲ୍ଲୀ କ୍ୟାପିଟାଲ୍ସର ବଡ଼ ଘୋଷଣା: ୨୫ ବର୍ଷୀୟ ଏହି ଖେଳାଳି ହେଲେ ନୂଆ ଅଧିନାୟକ

ନୂଆଦିଲ୍ଲୀ,୨୩।୧୨: ଦିଲ୍ଲୀ କ୍ୟାପିଟଲ୍ସ ଏକ ବଡ଼ ଘୋଷଣା କରିଛି। ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ ସିଜନ୍ ପୂର୍ବରୁ ଟିମ୍‌କୁ ନୂଆ ଅଧିନାୟକ ମିଳିଛି। ଅକ୍ସନ୍...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri