Posted inଖେଳ

କ୍ରିକେଟ୍‌ରେ କେଶବ ମହାରାଜଙ୍କ ବଡ଼ କାରନାମା

ତ୍ରିନିଦାଦ,୧୧।୮: ଦକ୍ଷିଣ ଆଫ୍ରିକା ଦଳ ବର୍ତ୍ତମାନ ୱେଷ୍ଟଇଣ୍ଡିଜ ଗସ୍ତରେ ଅଛି। ଆୟୋଜକ ଦଳ ବିପକ୍ଷରେ ଦକ୍ଷିଣ ଆଫ୍ରିକା ୨ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ଖେଳୁଛି। ଦୁଇ ଦଳ ମଧ୍ୟରେ ସିରିଜର ପ୍ରଥମ ମ୍ୟାଚ ତ୍ରିନିଦାଦର ପୋର୍ଟ ଅଫ ସ୍ପେନ ଗ୍ରାଉଣ୍ଡରେ ଖେଳାଯିବାକୁ ଯାଉଛି, ଖେଳର ଚତୁର୍ଥ ଦିନ ଶେଷରେ ଦକ୍ଷିଣ ଆଫ୍ରିକା ଦଳ ୧୫୪ ରନ ଅଗ୍ରଣୀ ହାସଲ କରିଛି। ଏହି ମ୍ୟାଚର ଚତୁର୍ଥ ଦିନରେ ଆଫ୍ରିକୀୟ ଦଳର ବୋଲର କେଶବ ମହାରାଜଙ୍କଠାରୁ ଏକ ଚମତ୍କାର ପ୍ରଦର୍ଶନ ଦେଖିବାକୁ ମିଳିଥିଲା। ସେ ୪ ଉଇକେଟ ନେଇଥିଲେ ଏବଂ ଏହା ସହିତ ସେ ଏକ ସ୍ବତନ୍ତ୍ର ସଫଳତା ହାସଲ କରିବାରେ ମଧ୍ୟ ସଫଳ ହୋଇଥିଲେ।
ୱେଷ୍ଟଇଣ୍ଡିଜ ବିପକ୍ଷ ତ୍ରିନିଦାଦ ଟେଷ୍ଟ ମ୍ୟାଚର ଚତୁର୍ଥ ଦିନରେ କେଶବ ମହାରାଜ ଦକ୍ଷିଣ ଆଫ୍ରିକା ଦଳ ପାଇଁ ଚମତ୍କାର ପ୍ରଦର୍ଶନ କରିଥିଲେ। ଏଥିରେ ଆୟୋଜକ ଦଳର ପ୍ରଥମ ଇନିଂସରେ ୨୩୩ ରନ ସ୍କୋର କରିବାରେ ସେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ। କେଶବ ନିଜର ୪୦ ଓଭର ବୋଲିଂରେ ୧୫ ଓଭର ମେଡେନ୍‌ ବୋଲିଂ କରିଥିବା ବେଳେ ସେ ୭୬ ରନ ଦେଇ ୪ ଉଇକେଟ ନେଇଥିଲେ। ଏହା ସହ କେଶବ ମହାରାଜ ମଧ୍ୟ ଅନ୍ତର୍ଜାତୀୟ କ୍ରିକେଟର ତିନୋଟି ଫର୍ମାଟରେ ନିଜର ୨୫୦ ଉଇକେଟ ସମାପ୍ତ କରିଛନ୍ତି ଏବଂ ସେ ଦକ୍ଷିଣ ଆଫ୍ରିକାର ଦ୍ୱିତୀୟ ସ୍ପିନ ବୋଲର ହୋଇଛନ୍ତି। ତାଙ୍କ ପୂର୍ବରୁ ଇମ୍ରାନ ତାହିର ଏହି ସଫଳତା ହାସଲ କରିବାରେ ସଫଳ ହୋଇଥିଲେ। ଇମ୍ରାନ ଅନ୍ତର୍ଜାତୀୟ କ୍ୟାରିୟରରେ ମୋଟ ୨୯୧ ଉଇକେଟ ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଭାରତର ସମ୍ମାନ ରଖିଲେ ଅଶ୍ୱିନ

ଚେନ୍ନାଇ,୨୦।୯: ଚେନ୍ନାଇରେ ଅନୁଷ୍ଠିତ ବାଂଲାଦେଶ ବିପକ୍ଷ ପ୍ରଥମ ଟେଷ୍ଟରେ ଭାରତର ସମ୍ମାନ ରକ୍ଷା କରିଛନ୍ତି ରବିଚନ୍ଦ୍ରନ ଅଶ୍ୱିନ। ଭାରତ ୧୪୪ ରନ୍‌ରେ ୬ ଉଇକେଟ ହରାଇ...

୨୦ ବର୍ଷ କ୍ରିକେଟ୍‌ରୁ ବାସନ୍ଦ ହେଲେ ଏହି ଖେଳାଳି

ମେଲବୋର୍ନ, ୨୦ା୯: ଶ୍ରୀଲଙ୍କାର ପୂର୍ବତନ ଟେଷ୍ଟ କ୍ରିକେଟର ଦୁଲୀପ ସମରବୀରା ଅଷ୍ଟ୍ରେଲିଆରେ କୋଚିଂ ଦେବାରୁ ୨୦ବର୍ଷ ବାସନ୍ଦ ହୋଇଛନ୍ତି। ସେ ଭିକ୍ଟୋରିଆ ମହିଳା ଦଳର କୋଚ୍‌...

୧୪୭ ବର୍ଷ କ୍ରିକେଟ୍‌ ଇତିହାସରେ ପ୍ରଥମ ଖେଳାଳି ଭାବେ ଏମିତି ରେକର୍ଡ କଲେ ଆର୍‌. ଅଶ୍ୱିନ

ଚେନ୍ନାଇ,୨୦।୯: ଚେନ୍ନାଇରେ ଭାରତ ଏବଂ ବାଂଲାଦେଶ ମଧ୍ୟରେ ଖେଳାଯାଇଥିବା ପ୍ରଥମ ଟେଷ୍ଟ ମ୍ୟାଚରେ ରବିଚନ୍ଦ୍ରନ ଅଶ୍ୱିନ ବିଶ୍ୱ ରେକର୍ଡ ସୃଷ୍ଟି କରିଛନ୍ତି। ମ୍ୟାଚ୍‌ର ପ୍ରଥମ ଦିନରେ...

୧୧୯ ବର୍ଷ ପୂର୍ବେ କରିଥିଲେ ଡେବ୍ୟୁ, ୨୯ ବର୍ଷ ଖେଳି ହାସଲ କଲେ ୧୯୯ ଶତକ: ତାଙ୍କ ଆଖପାଖରେ ନାହାନ୍ତି ସଚିନ-କୋହଲି

ନୂଆଦିଲ୍ଲୀ,୧୯।୯: କ୍ରିକେଟରେ ଶତକ ସ୍କୋର କରିବା ଏକ ବଡ଼ ସଫଳତା। ୧୦୦ ରନ ପୂରଣ କରିବାକୁ ଜଣେ ବ୍ୟାଟ୍ସମ୍ୟାନଙ୍କୁ ଅନେକ ଘଣ୍ଟା ପାଇଁ କ୍ରିଜରେ ରହିବାକୁ...

ପଡିଆରେ ଏହି ମନ୍ତ୍ର ଜପ କରନ୍ତି ବିରାଟ କୋହଲି, ଆଉ ଗୌତମ ଗମ୍ଭୀର…

ନୂଆଦିଲ୍ଳୀ,୧୯ା୯(ପି.ଟି.): ଭାରତୀୟ ଦଳର ଷ୍ଟାର ବ୍ୟାଟର ବିରାଟ କୋହଲି ଓ ମୁଖ୍ୟ କୋଚ୍‌ ଗୌତମ ଗମ୍ଭୀରଙ୍କ ସାକ୍ଷାତକାର ଅବସରରେ ଉଭୟଙ୍କ ଆଧ୍ୟାତ୍ମିକତାର ରୁଚି ସାମ୍ନାକୁ ଆସିଛି।...

ଗମ୍ଭୀର-ବିରାଟ ବିବାଦ ଚର୍ଚ୍ଚାରେ ପୂର୍ଣ୍ଣଚ୍ଛେଦ

ଚେନ୍ନାଇ,୧୯ା୯(ପି.ଟି.):ଭାରତୀୟ ଦଳର ଷ୍ଟାର ବ୍ୟାଟର ବିରାଟ କୋହଲି ଓ ମୁଖ୍ୟ କୋଚ୍‌ ଗୌତମ ଗମ୍ଭୀରଙ୍କ ମଧ୍ୟରେ ପଡିଆ ବାହାରେ ବିବାଦକୁ ନେଇ ସର୍ବଦା ଖବର ଦେଖିବାକୁ...

ରାଜ୍ୟଗୋଷ୍ଠୀ ଭାରୋତ୍ତୋଳନ: ସ୍ବୟମ୍‌ଜିତଙ୍କୁ ସ୍ବର୍ଣ୍ଣ

ଭୁବନେଶ୍ୱର, ୧୯।୯ (ତପନ ସ୍ବାଇଁ): ଫିଜିର ସୁଭାରେ ଚାଲିଥିବା ରାଜ୍ୟଗୋଷ୍ଠୀ ୟୁଥ୍‌, ଜୁନିୟର ଓ ସିନିୟର ଭାରୋତ୍ତୋଳନ ଚାମ୍ପିୟନଶିପ୍‌ରେ ଓଡ଼ିଶାର ସ୍ବୟମଜିତ ପ୍ରସାଦ ସାହୁ ବୁଧବାର...

ପ୍ରଥମ ଦିବସରେ ଏକାଧିକ ମିଟ୍‌ ରେକର୍ଡ

ଭୁବନେଶ୍ୱର, ୧୯।୯ (ତପନ ସ୍ବାଇଁ): ରାଜ୍ୟ ସରକାରଙ୍କ କ୍ରୀଡ଼ା ବିଭାଗ ଓ ଓଡ଼ିଶା ଆଥଲେଟିକ୍ସ ଆସୋସିଏଶନର ମିଳିତ ଆନୁକୂଲ୍ୟରେ ୭୦ତମ ରାଜ୍ୟ ସିନିୟର ଆଥଲେଟିକ୍ସ ଚାମ୍ପିୟନଶିପ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri