ଏବର୍ଷ ବନ୍ଦ ହୋଇପାରେ ଖଣ୍ଡଗିରି ମାଘ ମେଳା

ଭୁବନେଶ୍ୱର,୨୯।୧(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଏବେ ତଳମୁହାଁ। କିଛି ଦିନ ଧରି ଆକ୍ରାନ୍ତଙ୍କ ସଂଖ୍ୟା ୧୦ ହଜାର ଉପରେ ରହିବା ପରେ ଏବେ ସଂକ୍ରମଣ ସଂଖ୍ୟା ହ୍ରାସ ପାଇବାରେ ଲାଗିଛି । କରୋନା ସଂକ୍ରମଣ ହ୍ରାସ ପାଉଥିଲେ ମଧ୍ୟ ସମସ୍ତେ ସତର୍କତା ଅବଲମ୍ବନ କରିବା ଜରୁରୀ। ତେବେ ଏହାକୁ ଦୃଷ୍ଟିରେ ରଖି ଚଳିତ ବର୍ଷ ଭୁବନେଶ୍ୱର ଖଣ୍ଡଗିରି ମାଘ ମେଳା ବନ୍ଦ ହୋଇପାରେ ବୋଲି ଭୁବନେଶ୍ୱର ମହାନଗର ନିଗମର ଅତିରିକ୍ତ କମିଶନର ଲକ୍ଷ୍ମୀକାନ୍ତ ସେଠୀ କହିଛନ୍ତି । କରୋନା ସଂକ୍ରମଣ କମିଛି କିନ୍ତୁ ଏପର୍ଯ୍ୟନ୍ତ ବିପଦ ଟଳିନି । ତେଣୁ ଜନ ସମାଗମ ଉପରେ ରୋକ ଲଗାଇବା ପାଇଁ ଖଣ୍ଡଗିରି ମେଳା ଆୟୋଜନ ନ କରିବାକୁ ନିଷ୍ପତ୍ତି ନିଆଯାଇପାରେ ବୋଲି ସେ କହିଛନ୍ତି ।

Share