ଖେମୁଣ୍ଡି ଓକିଲ ସଂଘ ନିର୍ବାଚନ: ସଭାପତି ପଦବୀ ପାଇଁ ସବୁ ନାମାଙ୍କନ ରଦ୍ଦ କଲେ ନିର୍ବାଚନ ଅଧିକାରୀ

ଦିଗପହଣ୍ଡି,୧୦।୩(ଅଶେଷ ନାଥ ମିଶ୍ର): ମାର୍ଚ୍ଚ ୨୯ ତାରିଖ ଦିନ ହେବାକୁ ଥିବା ଆଇନଜୀବୀଙ୍କ ନିର୍ବାଚନକୁ ନେଇ ସମଗ୍ର ଓଡ଼ିଶାରେ ଉଷ୍ମତା ଲାଗିରହିଛି। ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର ସଭାପତି ପଦବୀ ପାଇଁ ୩ ଆଶାୟୀଙ୍କ ନାମାଙ୍କନକୁ ନିର୍ବାଚନ ଅଧିକାରୀ ଚନ୍ଦ୍ରଧଜ ସିଂ ରଦ୍ଦ କରିବା ସହ ଏନେଇ ବିଜ୍ଞପ୍ତି ଜାରି କରିଛନ୍ତି। ନିର୍ବାଚନ ଅଧିକାରୀଙ୍କ କଡା ଆଭିମୁଖ୍ୟ ଯୋଗୁ ଯାଞ୍ଚ ସମୟରେ ସଂଘର ସଭାପତି ପଦବୀ ପାଇଁ ନାମାଙ୍କନ ଦାଖଲ କରିଥିବା କୁରେଶୁ ପଣ୍ଡା, ହରପ୍ରସାଦ ରଥ ଏବଂ ଗଜାନନ ତ୍ରିପାଠୀଙ୍କ ନାମାଙ୍କନ ରଦ୍ଦ ହୋଇଛି। ଏହି ପଦବୀ ପାଇଁ ସଂଘର ୩ ସଦସ୍ୟ ପୂର୍ବରୁ ନିର୍ଦ୍ଧାରିତ ଦିବସରେ ନାମାଙ୍କନ ଦାଖଲ କରିଥିଲେ। ପ୍ରାର୍ଥିପତ୍ର ଯାଞ୍ଚ ସମୟରେ ନିର୍ବାଚନ ଅଧିକାରୀ ସଭାପତି ପଦବୀ ପାଇଁ ନାମାଙ୍କନ ଦାଖଲ କରିଥିବା ପ୍ରାର୍ଥୀମାନଙ୍କ ଓକିଲାତି ଅଭିଜ୍ଞତା ଉପରେ ପ୍ରଶ୍ନ ଉଠାଇଥିଲେ। ଗତ ୨୦୨୨ରେ ଖେମୁଣ୍ଡି ଓକିଲ ସଂଘର ନିର୍ଦ୍ଧାରଣ ପ୍ରକାରେ ସଭାପତି ପଦବୀ ପାଇଁ ୨୫ ବର୍ଷରୁ ଉଦ୍ଧର୍‌ବ ଅଭିଜ୍ଞତା ଆବଶ୍ୟକ ଥିବାବେଳେ ନାମାଙ୍କନ ଦାଖଲ କରିଥିବା ୩ ପ୍ରାର୍ଥୀଙ୍କ ଓକିଲାତି ଅଭିଜ୍ଞତା ୨୫ ବର୍ଷ ପୂରିନଥିବା କାରଣରୁ ନାମାଙ୍କନଗୁଡିକୁ ନାକଚ କରି ଦେଇଥିଲେ। ସେ ତାଙ୍କ ନିଷ୍ପତ୍ତିକୁ ରାଜ୍ୟ ଆଇନଜୀବୀ ପରିଷଦକୁ ଜଣାଇଦେଇ ଖାଲି ପଡିଥିବା ସଭାପତି ପଦବୀ କିଭଳି ପୂରଣ କରାଯିବ ସେଥିନେଇ ମତାମତ ଲୋଡିଥିବା ଜଣାପଡିଛି। ତେବେ ଅନ୍ୟ ପଦପଦବୀ ପାଇଁ ଦାଖଲ ହୋଇଥିବା ନାମାଙ୍କନପତ୍ର ଗୁଡିକୁ ସେ କାଏମ ରଖିଛନ୍ତି। ବର୍ତ୍ତମାନ ଆଇନଜୀବୀ ପରିଷଦର ନିଷ୍ପତ୍ତି ଉପରେ ସମସ୍ତଙ୍କ ନଜର ରହିଥିବାବେଳେ ନିର୍ବାଚନ ଅଧିକାରୀଙ୍କ ନିଷ୍ପତ୍ତିକୁ ନେଇ ଆଇନଜୀବୀଙ୍କ ମଧ୍ୟରେ ମିଶ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁସ୍ଥ ହେଉଛନ୍ତି ଅଭିଜିତ୍‌ ମଜୁମଦାର: ମେଡିକାଲରୁ ହେବେ ଡିସ୍‌ଚାର୍ଜ

ଭୁବନେଶ୍ୱର, ୩୧।୧୨: ସୁସ୍ଥ ହେଉଛନ୍ତି ସଙ୍ଗୀତକାର ଅଭିଜିତ୍‌ ମଜୁମଦାର। ଆସନ୍ତା ୨/୩ ଦିନ ମଧ୍ୟରେ ଏମ୍ସରୁ ଡିସ୍‌ଚାର୍ଜ ହୋଇପାରନ୍ତି ବୋଲି ଚର୍ଚ୍ଚା ହେଉଛି। ଅଭିଜିତଙ୍କୁ ଚିକିତ୍ସା...

ବିଳିବିଳାଉଛନ୍ତି ହାଫିଜ ସଇଦ: ଭାରତକୁ ନେଇ ଏମିତି କହିଦେଲେ, ୫୦ ବର୍ଷ ପର୍ଯ୍ୟନ୍ତ…

ଇସଲାମାବାଦ୍‌,୩୧।୧୨: ଜମ୍ମୁ କଶ୍ମୀରରେ ସକ୍ରିୟ ଥିବା ଆତଙ୍କବାଦୀ ସଂଗଠନ ଲସ୍କର-ଏ-ତୋଇବା(LeT)ର ପ୍ରତିଷ୍ଠାତା ହାଫିଜ ସଇଦ ଏବଂ ତାଙ୍କର ନିକଟତର ସହଯୋଗୀମାନେ ପୁଣି ଥରେ ଭାରତର ଅପରେଶନ...

ଆକ୍ସନରେ ନୟନତାରା: ନୂଆବର୍ଷରେ କରିବେ ଧମାଲ୍‌

ପ୍ରଶଂସକମାନେ ୟଶଙ୍କ ଫିଲ୍ମ ‘ଟକ୍ସିକ’ର ମୁକ୍ତିଲାଭ ପାଇଁ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି। ନୂଆବର୍ଷ ପୂର୍ବରୁ ପ୍ରଶଂସକଙ୍କୁ ବଡ଼ ଉପହାର ଦେଇଛନ୍ତି ଏହି ଫିଲ୍ମର ନିର୍ମାତା।...

ବିଜେଡି ଅସନ୍ତୁଷ୍ଟଙ୍କ ଉପରେ ମୋକିମଙ୍କ ନଜର, ନୂଆ ସମୀକରଣକୁ ନେଇ କହିଲେ…

ଭୁବନେଶ୍ୱର,୩୧ା୧୨: ନୂଆଦଳ ଓ ସମୀକରଣକୁ ନେଇ କଂଗ୍ରେସର ପୂର୍ବତନ ବିଧାୟକ ମହମ୍ମଦ ମୋକିମ ଏକ ବଡ଼ ବୟାନ ଦେଇଛନ୍ତି। ମୁଖ୍ୟତଃ ଭାଜପା, ବିଜେଡି ଏବଂ କଂଗ୍ରେସକୁ...

ମହମ୍ମଦ ମୋକିମଙ୍କୁ ଭେଟିଲେ ଭଦ୍ରକ ପୌରାଧ୍ୟକ୍ଷା: ସବୁଠି ଚର୍ଚ୍ଚା

ଭଦ୍ରକ,୩୧।୧୨(ସନାତନ ରାଉତ): ମହମ୍ମଦ ମୋକିମଙ୍କୁ ଭେଟିଲେ ଭଦ୍ରକ ପୌରାଧ୍ୟକ୍ଷା ଗୁଲମକି ଦଲୱାଜ। ସାଧୀନ ଭାବେ ଜିତି ବିଜେଡିରେ ଯୋଗ ଦେଇଥିଲେ ଗୁଲମକି। ବର୍ତ୍ତମାନ ଗୁଲମକି ମୋକିମଙ୍କ...

PEOଙ୍କୁ ପଚରାଉଚରା କରୁଛି ଭିଜିଲାନ୍ସ: ଚଢାଉବେଳେ ମିଳିଥିଲା ପୁଳାପୁଳା ଟଙ୍କା

ହାଟଡିହୀ,୩୧l୧୨(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପିଇଓ ଜିତେନ୍ଦ୍ର ଜେନାଙ୍କ ଘର, ବ୍ୟବସାୟ ପ୍ରତିଷ୍ଠାନ ଏବଂ କାର୍ଯ୍ୟରତ ପଞ୍ଚାୟତ କାର୍ଯ୍ୟାଳୟ ଉପରେ ଗତ ମଙ୍ଗଳବାରରୁ ଭିଜିଲାନ୍ସ...

ଭଦ୍ରକ ଏସପି ଅଫିସକୁ ନୂଆ ବର୍ଷରେ ଫୁଲତୋଡ଼ା ମନା: ଲାଗିଲା ନୋଟିସ

ଭଦ୍ରକ,୩୧।୧୨(ସନାତନ ରାଉତ): ଭଦ୍ରକ ଏସ୍‌ପି ଅଫିସକୁ ନୂଆବର୍ଷରେ ଫୁଲ ତୋଡ଼ା ନେଇ ଯିବାକୁ ବାରଣ କରାଯାଇଛି। ନୂଆ ବର୍ଷରେ ଶୁଭେଚ୍ଛା ଜଣାଇବା ପାଇଁ ବହୁ ବହୁ...

ଭିତରେ ମିଟିଂ କରୁଥିଲେ ସିଏସଓ: ଅଫିସ ଭିତରେ ଧାରଣା ଦେଲେ ଚାଷୀ, ଧାନ ନ ଉଠିବାରୁ…

ବଲାଙ୍ଗୀର, ୩୧।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଳକ କୁସମେଲ ପ୍ୟାକ୍ସରେ ଚାଷୀମାନଙ୍କ ଧାନ କିଣା ନ ଥିବାରୁ ଏହି ପ୍ୟାକ୍ସ ଅନ୍ତର୍ଗତ ବିଭିନ୍ନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri