ଖିମ୍‌ଜୀ ଜୁଏଲର୍ସର ସ୍ବତନ୍ତ୍ର ସାବିତ୍ରୀ ଅଫର

ଭୁବନେଶ୍ୱର,୬।୬: ରାଜ୍ୟର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ‘ଖିମ୍‌ଜୀ ଜୁଏଲର୍ସ’ର ବହୁ ପ୍ରତୀକ୍ଷିତ ତଥା ସ୍ବତନ୍ତ୍ର ସାବିତ୍ରୀ ଅଫରର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଏହି ଅଫର ୨୦୨୪ ଜୁନ୍‌ ୯ ପର୍ଯ୍ୟନ୍ତ ଖିମ୍‌ଜୀର ସମସ୍ତ ଷ୍ଟୋରରେ ଉପଲବ୍ଧ। ଏପରିକି ଏହି ଅଫର ଜରିଆରେ ଗ୍ରାହକମାନେ ସୁନାଗହଣାର ଗଢ଼ା ମଜୁରି ଉପରେ ୫୦% ପର୍ଯ୍ୟନ୍ତ ଏବଂ ହୀରା ମୂଲ୍ୟ ଉପରେ ୨୦% ପର୍ଯ୍ୟନ୍ତ ରିହାତି ପାଇପାରିବେ। ସେହିଭଳି ଏହି ସ୍ବତନ୍ତ୍ର ଅଫର ଖିମ୍‌ଜୀ ଜୁଏଲର୍ସର ଭୁବନେଶ୍ୱର, ବ୍ରହ୍ମପୁର, କଟକ, ପୁରୀ, ଝାରସୁଗୁଡ଼ା ଏବଂ ରାଉରକେଲାଠାରେ ଥିବା ଷ୍ଟୋରଗୁଡିକରେ ଉପଲବ୍ଧ ହେଉଛି।

ଏ ସମ୍ପର୍କରେ ଖିମ୍‌ଜୀ ଜୁଏଲର୍ସର ଡାଇରେକ୍ଟର ମିତେଶ ଖିମ୍‌ଜୀ କହିଛନ୍ତି, ଏହି ରିହାତି ଅଫରର ଶୁଭାରମ୍ଭ ସମ୍ପର୍କରେ ଘୋଷଣାକରି ଆମେ ବେଶ୍‌ ଉତ୍ସାହିତ ଅଛୁ। ଏପରିକି ସାବିତ୍ରୀ ବ୍ରତ ଆମ ସଂସ୍କୃତିର ବିବାହିତା ମହିଳାମାନଙ୍କ ନିମନ୍ତେ ଏକ ଉଲ୍ଲେଖନୀୟ ଦିବସ ଏବଂ ଏହି ପର୍ବକୁ ଆମ ଗ୍ରାହକମାନଙ୍କ ସହ ପାଳନ କରିବା ନେଇ ଆମେ ସମ୍ମାନିତ ମନେକରୁଛୁ। ସେହିଭଳି ସୁନା ଓ ହୀରା ଗହଣାଗୁଡିକ ଉପରେ ଆମର ସ୍ବତନ୍ତ୍ର ରିହାତି ଏହି ପର୍ବ ପାଳନ କରୁଥିବା ପରିବାରଗୁଡିକର ଅଂଶ ବିଶେଷ ହେବ ଏବଂ ବହୁମୂଲ୍ୟ ଗ୍ରାହକମାନଙ୍କୁ ଏହି ବ୍ରାଣ୍ଡ୍‌ ପ୍ରତି ସେମାନଙ୍କର ନିରନ୍ତର ପ୍ରତିବଦ୍ଧତା, ବିଶ୍ୱାସ ଏବଂ ଆନୁଗତ୍ୟ ନିମନ୍ତେ ଆମର କୃତଜ୍ଞତା ଜଣାଇବାର ସୁଯୋଗ ପ୍ରଦାନ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଛଟେଇ କରିବ ମେଟା: ଇନଷ୍ଟାଗ୍ରାମ, ହ୍ୱାଟସ୍ ଆପ୍ କର୍ମଚାରୀ ସାମିଲ

ନୂଆଦିଲ୍ଲୀ,୧୭ା୧୦: ଭବିଷ୍ୟତକୁ ଦୃଷ୍ଟିରେ ରଖି ଛଟେଇ କରିବାକୁ ଯାଉଛି ମେଟା। ଇନଷ୍ଟାଗ୍ରାମ, ହ୍ୱାଟସ୍ ଆପ୍ ଏବଂ ରିଅଲିଟି ଲ୍ୟାବ୍ ସମେତ ୟୁନିଟ୍ ଗୁଡିକରେ କର୍ମଚାରୀଙ୍କୁ ଛଟେଇ...

ଅକ୍ଟୋବରରେ ବଢ଼ିଲା ଏଫ୍‌ଡି ମୂଲ୍ୟ, ୭.୫%ରୁ ଅଧିକ ସୁଧହାର ଦେଉଛନ୍ତି ୧୦ ବ୍ୟାଙ୍କ

ନୂଆଦିଲ୍ଲୀ,୧୭।୧୦: କ୍ରମାଗତ ଭାବେ ବ୍ୟାଙ୍କର ନଗଦ ରାଶି ହ୍ରାସ ପାଇବା ସହିତ ବ୍ୟାଙ୍କ କାରବାରରେ ମଧ୍ୟ ବିଭିନ୍ନ ପ୍ରକାର ସମସ୍ୟା ସୃଷ୍ଟି ଉଭୟ ବ୍ୟାଙ୍କ ଓ...

ସୁଲଭ ଇଣ୍ଟରନେଟ୍ ପାଇଁ ଭାରତ ସରକାର ନେଲେ ବଡ଼ ନିଷ୍ପତ୍ତି: ପ୍ରଶଂସା କଲେ ଏଲନ ମସ୍କ

ନୂଆଦିଲ୍ଲୀ,୧୬ା୧୦: ଭାରତରେ ଖୁବଶୀଘ୍ର ଉପଲବ୍ଧ ହେବାକୁ ଯାଉଛି ସାଟେଲାଇଟ ଇଣ୍ଟରନେଟ୍। ଏଥିପାଇଁ କେନ୍ଦ୍ର ସରକାର ସ୍ପେକ୍ଟ୍ରମ୍ ନିଲାମ କରିବା ବଦଳରେ ବିଶ୍ୱ ସ୍ତରୀୟ ନୀତି ଅନୁସରଣ...

କ୍ରୋକୋଡାଇଲ ଷ୍ଟୋରର ବାର୍ଷିକ ଉତ୍ସବ

ଭୁବନେଶ୍ୱର,୧୬।୧୦: ଦେଶର ପ୍ରମୁଖ ପ୍ରିମିୟମ ପୋଷାକ ବ୍ରାଣ୍ଡ୍‌ ତଥା ଅଗ୍ରଣୀ ରିଟେଲ ଚେନ୍‌ ‘କ୍ରୋକୋଡାଇଲ’ର ଏକ୍ସକ୍ଲୁସିଭ ଷ୍ଟୋର (କ୍ରୋକୋଡାଇଲ ସିମ୍ପୋନି ମଲ୍‌ ପାହାଳ ଷ୍ଟୋର) ର...

ରିଲାଏନ୍ସ ଜିଓର ନୂତନ ଉତ୍ପାଦ

ନୂଆଦିଲ୍ଲୀ,୧୬।୧୦(ଅଭୟ ଦାଶ): ରିଲାଏନ୍ସ ଜିଓର ନୂତନ ଉତ୍ପାଦ ‘ଜିଓଭାରତ ଭି୩ ଏବଂ ଜିଓ ଭାରତ ଭି୪’ ଅନାବରଣ ସର୍ବଭାରତୀୟସ୍ତରରେ ହୋଇଯାଇଛି। ଏପରିକି ଏହି ୨ ନୂଆ...

ମାମାଆର୍ଥ ସହ ମିଶୋର ବୁଝାମଣା

ନୂଆଦିଲ୍ଲୀ,୧୬।୧୦: ଭାରତରେ ଦ୍ରୁତ ବୃଦ୍ଧି ପାଉଥିବା ପର୍ସନାଲ କେୟାର ବ୍ରାଣ୍ଡ୍‌ ମାମାଆର୍ଥ ଏବଂ ଇ-କର୍ମସ ପ୍ଲାଟ୍‌ଫର୍ମ ମିଶୋ ମଧ୍ୟରେ ଏକ ଦ୍ୱିପାକ୍ଷିକ ବୁଝାମଣା ନିକଟରେ ହୋଇଯାଇଛି।...

ଭାରତୀୟ ଡେଟା ସେଣ୍ଟରରେ ଭାରତର ଡେଟା ରହୁ: ଆକାଶ

ନୂଆଦିଲ୍ଲୀ,୧୬।୧୦: ଭାରତରେ ଡେଟା ସୃଷ୍ଟି ହେବାର ଆକାର ଏବଂ ଗତି ବେଶ୍‌ ଦ୍ରୁତ ଗତିରେ ବୃଦ୍ଧି ପାଇଛି। ଏପରିକି ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ (ଏଆଇ) ସହିତ ଆହୁରି...

ସେପ୍ଟେମ୍ବରରେ ଖୁଚୁରା ମୁଦ୍ରାସ୍ଫୀତି ହାର ୫.୪୯%

ଭୁବନେଶ୍ୱର,୧୫ା୧୦(ଅନୁରାଧା ମହାରଣା): ପନିପରିବା ମୂଲ୍ୟରେ ବ୍ୟାପକ ବୃଦ୍ଧି ହେତୁ ଖୁଚୁରା ମୁଦ୍ରାସ୍ଫୀତି ହାରରେ ତୀବ୍ର ବୃଦ୍ଧି ଘଟିଛି। ଗତ ୯ମାସ ମଧ୍ୟରେ ସର୍ବୋଚ୍ଚ ସ୍ତରରେ ଖୁଚୁରା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri