କ୍ୟୁଏସ୍‌ ଓ୍ବାର୍ଲ୍‌ଡ ର଼୍ୟାକିଙ୍ଗ୍‌ରେ କିଟ୍‌କୁ ଭାରତରେ ସର୍ବୋଚ୍ଚ ସ୍ଥାନ

ଭୁବନେଶ୍ୱର,୨୯।୪: କ୍ୟୁଏସ୍‌ ୱାର୍ଲ୍‌ଡ଼ ର଼୍ୟାଙ୍କିଙ୍ଗ୍‌ରେ କିଟ୍‌କୁ ସର୍ବୋଚ୍ଚ ସ୍ଥାନ ପ୍ରଦାନ କରାଯାଇଛି। ଏହି ର଼୍ୟାଙ୍କିଙ୍ଗ୍‌ ପ୍ରଦାନ କରାଯିବା ପରେ କିଟ୍‌ ବିଶ୍ୱବିଦ୍ୟାଳୟ ଭାରତର ପ୍ରଥମ ‘କ୍ୟୁଏସ ଫାଇଭ ଷ୍ଟାର ରେଟେଡ’ ବିଶ୍ୱବିଦ୍ୟାଳୟ ମାନ୍ୟତା ପ୍ରାପ୍ତ ହୋଇଛି। କ୍ୟୁଏସ ମାନଦଣ୍ଡର ସମସ୍ତ ବର୍ଗରେ କିଟ୍‌କୁ ଫାଇଭ ଷ୍ଟାର ପ୍ରଦାନ କରାଯାଇଛି। କ୍ୟୁଏସ ୱାର୍ଲଡ ର଼୍ୟାଙ୍କିଙ୍ଗରେ ବିଶ୍ୱର ବିଭିନ୍ନ ବିଶ୍ୱବିଦ୍ୟାଳୟ ଓ ଅନୁଷ୍ଠାନକୁ ବିଭିନ୍ନ ମାନଦଣ୍ଡରେ ମାନ୍ୟତା ପ୍ରଦାନ କରିଥାନ୍ତି। କ୍ୟୁଏସ ୱାର୍ଲଡ ର଼୍ୟାଙ୍କି ‘ଷ୍ଟାର’ ମାନ୍ୟତା ମଧ୍ୟ ପ୍ରଦାନ କରିଥାଏ। ଏଥିରେ ଚଳିତବର୍ଷ ସମଗ୍ର ଭାରତରୁ କିଟ୍‌ ବିଶ୍ୱବିଦ୍ୟାଳୟକୁ ସର୍ବୋଚ୍ଚ ମାନ୍ୟତା ଫାଇଭ ଷ୍ଟାର ପ୍ରଦାନ କରାଯାଇଛି। କ୍ୟୁଏସ ଫାଇଭ ଷ୍ଟାର ମାନ୍ୟତା ପାଇବାରେ କିଟ୍‌ ଭାରତର ଏକମାତ୍ର ଅନୁଷ୍ଠାନ। କିଟ୍‌ ସମଗ୍ର ବିଶ୍ୱରେ ନିଜର ଗୁଣାତ୍ମକ ଶିକ୍ଷାଦାନ ପାଇଁ ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବାରୁ ବିଶ୍ୱର ବିଭିନ୍ନ ସଂସ୍ଥା ଏହାକୁ ସମୟକୁ ସମୟ ମୂଲ୍ୟାୟନ କରି ମାନ୍ୟତା ପ୍ରଦାନ କରିଥାନ୍ତି। କ୍ୟୁଏସ ଇନ୍‌ଟେଲିଜେନସ ଶାଖା ଦ୍ୱାରା କ୍ୟୁଏସ ଷ୍ଟାର ରେଟିଂ ବ୍ୟବସ୍ଥା କାର୍ଯ୍ୟକାରୀ ହୋଇଥାଏ। ଆନ୍ତର୍ଜାତୀୟ ମାନଦଣ୍ଡ ଅନୁସାରେ ପ୍ରମୁଖ ପ୍ରଦର୍ଶନ ସୂଚକାଙ୍କ କ୍ଷେତ୍ରରେ ବିଶ୍ୱର ବିଭିନ୍ନ ବିଶ୍ୱବିଦ୍ୟାଳୟର ବିସ୍ତୃତ ମୂଲ୍ୟାୟନ କରାଯିବା ପରେ ଏହି ର଼୍ୟାଙ୍କିଙ୍ଗ ପ୍ରଦାନ କରାଯାଇଥାଏ। ଏହି ସଫଳତାରେ ସନ୍ତୋଷ ବ୍ୟକ୍ତ କରି କିଟ ଓ କସି ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ କହିଛନ୍ତି, କିଟ୍‌ ତା’ର ଉତ୍କର୍ଷତା ଓ ବିବିଧତା ପାଇଁ କ୍ୟୁଏସ ଷ୍ଟାର ରେଟିଂ ସିଷ୍ଟମ ଦ୍ୱାରା ଭାରତରେ ପ୍ରଥମ ଥର ଲାଗି ଫାଇଭ ଷ୍ଟାର ମାନ୍ୟତା ପାଇପାରିଛି। ଏହି ମାନ୍ୟତା ବଜାୟ ରଖିବା ପାଇଁ ଆମେ ଆମର ପ୍ରୟାସ ଜାରି ରଖିବୁ ବୋଲି ସାମନ୍ତ କହିଛନ୍ତି।

 

Share