KIIT ଛାତ୍ରୀ ମୃତ୍ୟୁ ମାମଲା; ସଫେଇ ଦେଲା କିଟ୍

ଭୁବନେଶ୍ୱର, ୧୮ା୨: KIIT ବିଶ୍ୱବିଦ୍ୟାଳୟରେ ନେପାଳୀ ଛାତ୍ରୀ ପ୍ରକୃତି ଲମସାଲ ମୃତ୍ୟୁ ମାମଲାରେ କର୍ତ୍ତୃପକ୍ଷ ସଫେଇ ରଖିଛନ୍ତି। ଘଟଣାରେ ଚାରିଆଡୁ ଚାପ ପଡିବା ପରେ ମତ ବଦଳାଇବା ସହିତ ଛାତ୍ରମାନଙ୍କୁ ମାଡ଼ ମାରିଥିବା ୨ ସିକ୍ୟୁରିଟି ଗାର୍ଡଙ୍କୁ ବହିଷ୍କାର କରିଛନ୍ତି। ଏଥିସହିତ ହଷ୍ଟେଲ ଦାୟିତ୍ବରେ ଥିବା ୨ ଅଧିକାରୀଙ୍କୁ ନିଲମ୍ବନ କରାଯାଇଛି। ସୋମବାର କ୍ୟାମ୍ପସରୁ ଯାଇଥିବା ପିଲାଙ୍କୁ ତୁରନ୍ତ ହଷ୍ଟେଲ ଅଣାଯାଇଛି। ଏହି ଘଟଣା ଅତ୍ୟନ୍ତ ଦୁର୍ଭାଗ୍ୟଜନକ ଏବଂ ଏଥିପାଇଁ କିଟ୍ ଦୁଃଖିତ ବୋଲି ଏକ ବିଜ୍ଞପ୍ତିରେ କୁହାଯାଇଛି।

ସୂଚନାଯୋଗ୍ୟ, କିଟ୍‌ ବିଶ୍ୱବିଦ୍ୟାଳୟରେ ପୁରୁଷବନ୍ଧୁଙ୍କ ନିର୍ଯାତନା ସହି ନ ପାରି ଜଣେ ନେପାଳୀ ଇଞ୍ଜିନିୟରିଂ ଛାତ୍ରୀ ଆତ୍ମହତ୍ୟା କରିଛନ୍ତି। ମୃତା ଛାତ୍ରୀ ହେଲେ ବି.ଟେକ୍‌ ତୃତୀୟ ବର୍ଷ (କମ୍ପ୍ୟୁଟର ସାଇନ୍ସ)ର ପ୍ରକ୍ରିତି ଲାମ୍‌ସଲ୍‌ (୨୦)। ପ୍ରକ୍ରିତି ବିଶ୍ୱବିଦ୍ୟାଳୟ କ୍ୟାମ୍ପସ୍‌ସ୍ଥିତ ହଷ୍ଟେଲ ‘କ୍ୟୁସି୪’ର ରୁମ୍‌ ନଂ.୪ଏ୧୨୫ରେ ରବିବାର ଅପରାହ୍ନରେ ଫ୍ୟାନ୍‌ ଜରିଆରେ ଓଢ଼ଣିରେ ଝୁଲି ଆଖି ବୁଜିଛନ୍ତି।

ତେବେ ଏହି ଘଟଣାକୁ କେନ୍ଦ୍ର କରି କ୍ୟାମ୍ପସ୍‌ ଅଶାନ୍ତ ହୋଇଥିବା ଘଟଣାକୁ ନେଇ ଦେଶବ୍ୟାପୀ ଉଦ୍‌ବେଗ ପ୍ରକାଶ ପାଇଛି। ତେବେ ଅନ୍ୟପକ୍ଷରେ ଏହି ଘଟଣାକୁ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ପକ୍ଷରୁ ଚପାଇ ଦେବାକୁ ଉଦ୍ୟମ ହୋଇଥିବା ଅଭିଯୋଗ ହୋଇଛି। ପୁରୁଷବନ୍ଧୁଙ୍କ ବ୍ଲାକମେଲ୍‌ରୁ ପ୍ରକ୍ରିତି ଏଭଳି କରିବାକୁ ବାଧ୍ୟ ହୋଇଥିଲେ ବୋଲି ସହପାଠୀମାନେ ଦାବି କରିବା ସହ କଲେଜ କର୍ତ୍ତୃପକ୍ଷଙ୍କ ଅବହେଳାକୁ ଦାୟୀ କରି ଆନ୍ଦୋଳନକୁ ଓହ୍ଲାଇଥିଲେ। ଶତାଧିକ ନେପାଳୀ ଛାତ୍ରୀଛାତ୍ର ରବିବାର ରାତିରୁ ଆନ୍ଦୋଳନ କରିବା ସହ ସୋମବାର ସକାଳୁ ମଧ୍ୟ ବିଶ୍ୱବିଦ୍ୟାଳୟ ସାମ୍ନା ରାସ୍ତାକୁ ଅବରୋଧ କରି ବିକ୍ଷୋଭ କରିଥିଲେ।

ସେପଟେ ଏହି ଘଟଣାରେ ପୁରୁଷବନ୍ଧୁ ବି.ଟେକ୍‌ ତୃତୀୟ ବର୍ଷ (ମେକାନିକାଲ)ର ଛାତ୍ର ଆଦଭିକ୍‌ ଶ୍ରୀବାସ୍ତବଙ୍କ ବ୍ଲାକମେଲ୍‌ ସହି ନ ପାରି ପ୍ରକ୍ରିତି ଏଭଳି ଚରମ ନିଷ୍ପତ୍ତି ନେଇଥିବା ତାଙ୍କ ସମ୍ପର୍କୀୟ ଭାଇ ସିଦ୍ଧାନ୍ତ ସିଗ୍‌ଦେଲ୍‌ କହିଛନ୍ତି। ସିଗ୍‌ଦେଲଙ୍କ ଏତଲା ଆଧାରରେ ଇନ୍‌ଫୋସିଟି ଥାନା ପୋଲିସ ଭାରତୀୟ ନ୍ୟାୟ ସଂହିତା (ବିଏନ୍‌ଏସ୍‌) ଦଫା ୧୦୮ (ଆତ୍ମହତ୍ୟା ପାଇଁ ପ୍ରବର୍ତ୍ତାଇବା)ରେ ଏକ ମାମଲା (ନଂ.୫୪/୨୦୨୫) ରୁଜୁ କରିଛି। ଅଭିଯୁକ୍ତ ଆଦଭିକ୍‌ ରାଜ୍ୟ ବାହାରକୁ ଖସି ପଳାଉଥିବା ବେଳେ ପୋଲିସ ଟିମ୍‌ ତାଙ୍କୁ ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରରୁ ଗିରଫ କରିଛି। ପରେ ତାଙ୍କୁ କୋର୍ଟ ଚାଲାଣ କରାଯାଇଥିଲା। ସେଠାରୁ ତାଙ୍କୁ ବିଚାବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି। ଆଦଭିକ୍‌ଙ୍କ ଘର ଲକ୍ଷ୍ନୌରେ ହୋଇଥିବାବେଳେ ସେ ନନ୍ଦନକାନନ ଥାନା ଅଞ୍ଚଳରେ ଥିବା ଏକ ଆପାର୍ଟମେଣ୍ଟରେ ରହୁଥିଲେ। ତାଙ୍କ ପାଖରୁ ମୋବାଇଲ ଓ ଲାପଟପ୍‌ ଜବତ କରାଯାଇଛି।

ତେବେ ଏହି ଘଟଣାକୁ ନେଇ ନେପାଳୀ ଛାତ୍ରୀଛାତ୍ର ଓ କିଟ୍‌ କର୍ତ୍ତୃପକ୍ଷ ମୁହାଁମୁହିଁ ପରିସ୍ଥିତିର କେତେକ ଭିଡିଓ ଭାଇରାଲ ମଧ୍ୟ ହୋଇଛି। ଛାତ୍ରୀଙ୍କୁ ଧମକ ସହ ହଷ୍ଟେଲରୁ ବଳପୂର୍ବକ ତଡୁଥିବା ଦେଖିବାକୁ ମିଳିଛି। ଏଥିସହ ଛାତ୍ରଙ୍କୁ ସୁରକ୍ଷାକର୍ମୀ ମାଡ଼ ମାରୁଥିବା ମଧ୍ୟ ଭିଡିଓରୁ ଦେଖିବାକୁ ମିଳିଛି। ସେପଟେ କ୍ୟାମ୍ପସ୍‌ରେ ଅଧିକ ଉତ୍ତେଜନାପୂର୍ଣ୍ଣ ପରିସ୍ଥିତିକୁ ଏଡାଇବା ପାଇଁ ସବୁ ବର୍ଷର ନେପାଳୀ ଛାତ୍ରୀଛାତ୍ରଙ୍କ କ୍ଲାସ୍‌କୁ ଅନିର୍ଦ୍ଦିଷ୍ଟ କାଳ ପାଇଁ କଲେଜ କର୍ତ୍ତୃପକ୍ଷ ବନ୍ଦ କରି ‘ସାଇନ୍‌ ଏ ଡାଏ’ ଘୋଷଣା କରିଥିଲେ। ସେମାନଙ୍କୁ ନିଜ ଘରକୁ ଫେରିଯିବାକୁ କୁହାଯିବା ସହ ତୁରନ୍ତ ହଷ୍ଟେଲ ଛାଡ଼ିବାକୁ ନିର୍ଦ୍ଦେଶ ଦିଆଯାଇଥିଲା। ଏପରିକି ପ୍ରାୟ ଶତାଧିକ ନେପାଳୀ ଛାତ୍ରୀଛାତ୍ରଙ୍କୁ ବସ୍‌ ଯୋଗେ ବଳପୂର୍ବକ କଟକ ରେଳ ଷ୍ଟେଶନରେ ଛାଡ଼ି ଦିଆଯାଇଥିଲା।

ଏହାକୁ ନେଇ ନେପାଳୀ ଛାତ୍ରୀଛାତ୍ରଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ଦେଖାଦେଇଥିଲା। ଘରକୁ ଯିବା ପାଇଁ କଲେଜ କର୍ତ୍ତୃପକ୍ଷଙ୍କ ପକ୍ଷରୁ କୌଣସି ବ୍ୟବସ୍ଥା କରା ନ ଯାଇ ତୁରନ୍ତ ଚାଲିଯିବାକୁ କୁହାଯିବାରୁ ଛାତ୍ରୀଛାତ୍ରମାନେ ଅକଳରେ ପଡ଼ିଥିଲେ। ପୋଲିସ ସୂଚନା ଅନୁଯାୟୀ, ଦୁଇବର୍ଷ ତଳେ ପ୍ରକ୍ରିତି ଓ ଆଦଭିକ୍‌ଙ୍କ ମଧ୍ୟରେ ପ୍ରେମ ସମ୍ପର୍କ ଗଢି ଉଠିଥିଲା। ଏହାରି ଭିତରେ ପ୍ରକ୍ରିତିଙ୍କ କିଛି ଅନ୍ତରଙ୍ଗ ମୁହୂର୍ତ୍ତର ଫଟୋ ଏବଂ ଭିଡିଓ ଉତ୍ତୋଳନ କରି ଆଦଭିକ୍‌ ମୋବାଇଲରେ ରଖିଥିଲେ। ଫଟୋ ଓ ଭିଡିଓ ଜରିଆରେ ସେ ପ୍ରକ୍ରିତିଙ୍କୁ ବ୍ଲାକମେଲ କରିଥିଲେ। ଫଳରେ ଉଭୟଙ୍କ ମଧ୍ୟରେ ଝଗଡା ହୋଇଥିଲା। ଏହି କାରଣରୁ ଉଭୟ କିଟ୍‌ ଇଣ୍ଟରନ୍ୟାଶନାଲ ରିଲେଶନ୍‌ ଅଫିସ (ଆଇଆର୍‌ଓ)ର ସାହାଯ୍ୟ ନେଇଥିବାବେଳେ ଦୁଇଥର ଏହି ସମସ୍ୟାର ଆପୋସ ସମାଧାନ ହୋଇଥିଲା। ହେଲେ କିଛିଦିନ ଯିବା ପରେ ଆଦଭିକ୍‌ ପୂର୍ବଭଳି ସମ୍ପର୍କ ରଖିବା ପାଇଁ ପୀଡିତାଙ୍କ ଉପରେ ଚାପ ପକାଇଥିଲେ। କିନ୍ତୁ ପ୍ରକ୍ରିତି ରାଜି ନ ହେବାରୁ ଆଦଭିକ୍‌ ତାଙ୍କୁ ପୁଣି ମାନସିକ ନିର୍ଯାତନା ଦେଇଥିଲେ।

ରବିବାର ସକାଳେ ଉଭୟଙ୍କ ମଧ୍ୟରେ ଝଗଡା ହୋଇଥିଲା। ପ୍ରକ୍ରିତି ଆତ୍ମହତ୍ୟା କରିଥିବା ନେଇ ସହପାଠୀମାନେ ଦେଖିବାକୁ ପାଇଥିଲେ। ତୁରନ୍ତ ସେମାନେ ତାଙ୍କୁ ଘଟଣାସ୍ଥଳରୁ ଉଦ୍ଧାର କରି କିମ୍‌ସ ହସ୍ପିଟାଲକୁ ସ୍ଥାନାନ୍ତର କରିଥିବା ବେଳେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ତେବେ ଏହି ଘଟଣାକୁ ନେଇ ନେପାଳ ପ୍ରଧାନମନ୍ତ୍ରୀ କେ.ପି. ଶର୍ମା ଓଲି ଉଦ୍‌ବେଗ ପ୍ରକାଶ କରିବା ସହ ନେପାଳ ଦୂତାବାସ ଘଟଣାକୁ ନେଇ ଚିନ୍ତାପ୍ରକଟ କରିବା ସହ ଛାତ୍ରୀ ମୃତ୍ୟୁ ଘଟଣାର ନିରପେକ୍ଷ ତଦନ୍ତ ଦାବି କରିଛି। ତେବେ ଏହାପରେ ସାରେ କିଟ୍‌ ପକ୍ଷରୁ ନୋଟିସ୍‌ ଜାରି କରାଯାଇ ଛାତ୍ରୀଛାତ୍ରମାନଙ୍କୁ ଫେରିଆସିବାକୁ ଅପିଲ୍‌ କରାଯାଇଛି। ଯେଉଁମାନେ ଯାଇଛନ୍ତି କିମ୍ବା ଯିବାକୁ ବସିଛନ୍ତି, ସେମାନେ ଫେରିବାକୁ କୁହାଯାଇଛି। ତେବେ କ୍ୟାମ୍ପସରେ ସ୍ଥିତି ସ୍ବାଭାବିକ ରହିବ ବୋଲି ନୋଟିସ୍‌ରେ ଦର୍ଶାଯାଇଛି।

Image


Enter your email to get our daily news in your inbox.

All Right Reserved By Dharitri.Com

ହଷ୍ଟେଲ ଖାଦ୍ୟରେ ଝିଟିପିଟିି: ୫ ଛାତ୍ରୀ ଅସୁସ୍ଥ

ବନ୍ଧୁଗାଁ,୧୩ା୧୨(ବେଣୁଧର ଲାବାଲା)- କୋରାପୁଟ ଜିଲା ବନ୍ଧୁଗାଁ ବ୍ଲକ ସଦର ପଞ୍ଚାୟତ ବାଉଁଶପୁଟ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ହଷ୍ଟେଲରେ ଝିଟିପିଟି ପଡ଼ିଥିବା ଭାତ ଖାଇ ୫...

ମହାନଦୀ ସଙ୍କଟ: ସ୍ପଷ୍ଟୀକରଣ ମାଗିଲେ ପ୍ରସନ୍ନ ଆଚାର୍ଯ୍ୟ

ବରଗଡ଼,୧୩ା୧୨(ପ୍ରେମାନନ୍ଦ ଖମାରୀ): ମହାନଦୀ ଜଳ ବିବାଦ ତଥା ମହାନଦୀ ସଙ୍କଟକୁ ନେଇ ବିଜେଡ଼ି ପୁଣି ରାଜ୍ୟ, କେନ୍ଦ୍ର ସରକାରକୁ ଘେରିବା ଆରମ୍ଭ କରିଛି। ଓଡ଼ିଶା ଏବଂ...

ବୃଦ୍ଧଙ୍କୁ ନଦୀପଠାରେ ହତ୍ୟା ଘଟଣା: ଜେଲ୍‌ ଗଲେ ମହିଳା ଅଭିଯୁକ୍ତ

ଦିଗପହଣ୍ଡି,୧୩ା୧୨(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ନୂଆପଡ଼ା ଗ୍ରାମ ନିକଟ ବାହୁଦା ନଦୀପଠାରେ ଗ୍ରାମର ବୃଦ୍ଧ ନାରାୟଣ ପ୍ରଧାନ(୬୧)ଙ୍କୁ ହତ୍ୟା ଘଟଣାରେ ତଦନ୍ତକାରୀ...

ବର୍ଦ୍ଧିତ ଦରମା ନେବାକୁ ମନା କଲେ ନବୀନ, ମୁଖ୍ୟମନ୍ତ୍ରୀ ଚିଠି ଲେଖି କହିଲେ ମୋ ଦରମାକୁ…

ଭୁବନେଶ୍ୱର,୧୩ା୧୨: ଏହି କିଛିଦିନ ତଳେ ମୋହନ ସରକାର ବିଧାୟକମାନଙ୍କ ଦରମା ଏବଂ ଭତ୍ତା ବଢ଼ାଇଛନ୍ତି। ବିଧାୟକଙ୍କ ଦରମା ପୂର୍ବରୁ ୧ ଲକ୍ଷ ଟଙ୍କା ଥିବାବେଳେ ସରକାର...

ହାଡ଼ଭଙ୍ଗା ଶୀତରେ ଥରୁଛି ଥୁଆମୂଳ ରାମପୁର: ନିଆଁ ଭରସାରେ ଦୁର୍ଗମବାସୀ

ଥୁଆମୂଳ ରାମପୁର,୧୩ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାରେ କିଛିଦିନ ଧରି ପାରଦ ଖସିବାରେ ଲାଗିଛି। ଦୁର୍ଗମ ଅଞ୍ଚଳ ଥୁଆମୂଳ ରାମପୁର ବ୍ଲକ ଅଞ୍ଚଳରେ ମଧ୍ୟ ପାରଦ ୫ରୁ...

ନାବାଳିକା ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର, ରେଲଓ୍ବେ ଷ୍ଟେଶନରୁ ଉଦ୍ଧାର ପରେ…

ଦିଗପହଣ୍ଡି,୧୩ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଞ୍ଚଳର ଏକ ପ୍ରତିଷ୍ଠିତ କଲେଜରେ ଯୁକ୍ତ ୩ରେ ପଢୁଥିବା ଜଣେ ନାବାଳିକା ଛାତ୍ରୀଙ୍କୁ ଅପହରଣ ଓ...

ଧାନମଳା ମେଶିନରେ ପଶିଗଲା ଯୁବକଙ୍କ ହାତ, ଆଉ ତା’ ପରେ…

ମୋହନା,୧୩ା୧୨(ମନ୍ମଥ ମିଶ୍ର): ଧାନମଳା ମେଶିନରେ ହାତକଟି ଯିବାରୁ ଜଣେ ଯୁବକ ଗୁରୁତର ହୋଇଛନ୍ତି। ଏଭଳି ଘଟଣା ଘଟିଛି ମୋହନା ବ୍ଲକ ଅନ୍ତର୍ଗତ ପିଣ୍ଡିକି ପଞ୍ଚାୟତ ନିଜୁମା...

ଧାନ ଉଠାଇବା ପାଇଁ ଜିଲାପାଳଙ୍କୁ ଗୁହାରି: ଗୋଡ଼ତଳେ ଧାନ ପକାଇ ମୁଣ୍ଡିଆ ମାରିଲେ ଚାଷୀ

ପଦ୍ମପୁର,୧୩ା୧୨(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲାରେ ଧାନ ସଂଗ୍ରହ ପ୍ରକ୍ରିୟା ସ୍ବାଭାବିକ ହୋଇ ପାରିନାହିଁ। ଜିଲାର ବିଭିନ୍ନ ମଣ୍ଡିରେ ବହୁ ପରିମାଣରେ ଧାନ ପଡ଼ିରହିଛି। ଏହାକୁ ନେଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri