KIIT ବିଶ୍ୱବିଦ୍ୟାଳୟ ଭାରତ-ନେପାଳ ସମ୍ପର୍କକୁ ନଷ୍ଟ କରୁଛି: ମୃତ ଯୁବତୀଙ୍କ ସମ୍ପର୍କୀୟ

ଭୁବନେଶ୍ୱର, ୧୮ା୨: KIIT ବିଶ୍ୱବିଦ୍ୟାଳୟରେ ନେପାଳର ତୃତୀୟ ବର୍ଷର ବି.ଟେକ୍ ଛାତ୍ରୀ ଆତ୍ମହତ୍ୟା କରିବା ପରେ ଏହି ମାମଲାରେ ଓଡିଶା ନିନ୍ଦିତ ହୋଇଛି। ଏହି ଘଟଣାରେ କଲେଜ କର୍ତ୍ତୃପକ୍ଷ ଏବଂ ଓଡିଶା ସରକାର ପ୍ରଶ୍ନ ଘେରକୁ ଆସିଥିବା ବେଳେ ଦୁଇ ଭାରତ ଏବଂ ନେପାଳ ମଧ୍ୟରେ ସମ୍ପର୍କ ମଧ୍ୟ ଖରାପ କରିବାର ସମ୍ଭାବନା ରହିଛି।

ଏହି ଘଟଣାରେ ଗଣମାଧ୍ୟମ ପ୍ରତିନିଧିଙ୍କ ସହ ଆଲୋଚନାରେ, ମୃତକଙ୍କ ଜଣେ ସମ୍ପର୍କୀୟ ସ୍ୱୀକାର କରିଛନ୍ତି ଯେ ଏହି ପ୍ରସଙ୍ଗ ଭାରତ-ନେପାଳ ସମ୍ପର୍କକୁ ଖରାପ କରୁଛି। “ଏହି ମାମଲା ଭାରତ-ନେପାଳ ସମ୍ପର୍କକୁ ଗୁରୁତର କ୍ଷତି ପହଞ୍ଚାଉଛି। ଏହା ବିଶ୍ୱ ସ୍ତରରେ ଭାରତର ପ୍ରତିଷ୍ଠାକୁ ନଷ୍ଟ କରୁଛି ଏବଂ ଏଠାରେ ପଢ଼ିବାକୁ ଚାହୁଁଥିବା ଛାତ୍ରମାନଙ୍କୁ ପ୍ରଭାବିତ କରିବ,” ସମ୍ପର୍କୀୟ କହିଛନ୍ତି।

ସୂଚନାଯୋଗ୍ୟ, କିଟ୍‌ ବିଶ୍ୱବିଦ୍ୟାଳୟରେ ପୁରୁଷବନ୍ଧୁଙ୍କ ନିର୍ଯାତନା ସହି ନ ପାରି ଜଣେ ନେପାଳୀ ଇଞ୍ଜିନିୟରିଂ ଛାତ୍ରୀ ଆତ୍ମହତ୍ୟା କରିଛନ୍ତି। ମୃତା ଛାତ୍ରୀ ହେଲେ ବି.ଟେକ୍‌ ତୃତୀୟ ବର୍ଷ (କମ୍ପ୍ୟୁଟର ସାଇନ୍ସ)ର ପ୍ରକ୍ରିତି ଲାମ୍‌ସଲ୍‌ (୨୦)। ପ୍ରକ୍ରିତି ବିଶ୍ୱବିଦ୍ୟାଳୟ କ୍ୟାମ୍ପସ୍‌ସ୍ଥିତ ହଷ୍ଟେଲ ‘କ୍ୟୁସି୪’ର ରୁମ୍‌ ନଂ.୪ଏ୧୨୫ରେ ରବିବାର ଅପରାହ୍ନରେ ଫ୍ୟାନ୍‌ ଜରିଆରେ ଓଢ଼ଣିରେ ଝୁଲି ଆଖି ବୁଜିଛନ୍ତି।

ତେବେ ଏହି ଘଟଣାକୁ କେନ୍ଦ୍ର କରି କ୍ୟାମ୍ପସ୍‌ ଅଶାନ୍ତ ହୋଇଥିବା ଘଟଣାକୁ ନେଇ ଦେଶବ୍ୟାପୀ ଉଦ୍‌ବେଗ ପ୍ରକାଶ ପାଇଛି। ତେବେ ଅନ୍ୟପକ୍ଷରେ ଏହି ଘଟଣାକୁ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ପକ୍ଷରୁ ଚପାଇ ଦେବାକୁ ଉଦ୍ୟମ ହୋଇଥିବା ଅଭିଯୋଗ ହୋଇଛି। ପୁରୁଷବନ୍ଧୁଙ୍କ ବ୍ଲାକମେଲ୍‌ରୁ ପ୍ରକ୍ରିତି ଏଭଳି କରିବାକୁ ବାଧ୍ୟ ହୋଇଥିଲେ ବୋଲି ସହପାଠୀମାନେ ଦାବି କରିବା ସହ କଲେଜ କର୍ତ୍ତୃପକ୍ଷଙ୍କ ଅବହେଳାକୁ ଦାୟୀ କରି ଆନ୍ଦୋଳନକୁ ଓହ୍ଲାଇଥିଲେ। ଶତାଧିକ ନେପାଳୀ ଛାତ୍ରୀଛାତ୍ର ରବିବାର ରାତିରୁ ଆନ୍ଦୋଳନ କରିବା ସହ ସୋମବାର ସକାଳୁ ମଧ୍ୟ ବିଶ୍ୱବିଦ୍ୟାଳୟ ସାମ୍ନା ରାସ୍ତାକୁ ଅବରୋଧ କରି ବିକ୍ଷୋଭ କରିଥିଲେ।

ସେପଟେ ଏହି ଘଟଣାରେ ପୁରୁଷବନ୍ଧୁ ବି.ଟେକ୍‌ ତୃତୀୟ ବର୍ଷ (ମେକାନିକାଲ)ର ଛାତ୍ର ଆଦଭିକ୍‌ ଶ୍ରୀବାସ୍ତବଙ୍କ ବ୍ଲାକମେଲ୍‌ ସହି ନ ପାରି ପ୍ରକ୍ରିତି ଏଭଳି ଚରମ ନିଷ୍ପତ୍ତି ନେଇଥିବା ତାଙ୍କ ସମ୍ପର୍କୀୟ ଭାଇ ସିଦ୍ଧାନ୍ତ ସିଗ୍‌ଦେଲ୍‌ କହିଛନ୍ତି। ସିଗ୍‌ଦେଲଙ୍କ ଏତଲା ଆଧାରରେ ଇନ୍‌ଫୋସିଟି ଥାନା ପୋଲିସ ଭାରତୀୟ ନ୍ୟାୟ ସଂହିତା (ବିଏନ୍‌ଏସ୍‌) ଦଫା ୧୦୮ (ଆତ୍ମହତ୍ୟା ପାଇଁ ପ୍ରବର୍ତ୍ତାଇବା)ରେ ଏକ ମାମଲା (ନଂ.୫୪/୨୦୨୫) ରୁଜୁ କରିଛି। ଅଭିଯୁକ୍ତ ଆଦଭିକ୍‌ ରାଜ୍ୟ ବାହାରକୁ ଖସି ପଳାଉଥିବା ବେଳେ ପୋଲିସ ଟିମ୍‌ ତାଙ୍କୁ ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରରୁ ଗିରଫ କରିଛି। ପରେ ତାଙ୍କୁ କୋର୍ଟ ଚାଲାଣ କରାଯାଇଥିଲା। ସେଠାରୁ ତାଙ୍କୁ ବିଚାବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି। ଆଦଭିକ୍‌ଙ୍କ ଘର ଲକ୍ଷ୍ନୌରେ ହୋଇଥିବାବେଳେ ସେ ନନ୍ଦନକାନନ ଥାନା ଅଞ୍ଚଳରେ ଥିବା ଏକ ଆପାର୍ଟମେଣ୍ଟରେ ରହୁଥିଲେ। ତାଙ୍କ ପାଖରୁ ମୋବାଇଲ ଓ ଲାପଟପ୍‌ ଜବତ କରାଯାଇଛି।

ତେବେ ଏହି ଘଟଣାକୁ ନେଇ ନେପାଳୀ ଛାତ୍ରୀଛାତ୍ର ଓ କିଟ୍‌ କର୍ତ୍ତୃପକ୍ଷ ମୁହାଁମୁହିଁ ପରିସ୍ଥିତିର କେତେକ ଭିଡିଓ ଭାଇରାଲ ମଧ୍ୟ ହୋଇଛି। ଛାତ୍ରୀଙ୍କୁ ଧମକ ସହ ହଷ୍ଟେଲରୁ ବଳପୂର୍ବକ ତଡୁଥିବା ଦେଖିବାକୁ ମିଳିଛି। ଏଥିସହ ଛାତ୍ରଙ୍କୁ ସୁରକ୍ଷାକର୍ମୀ ମାଡ଼ ମାରୁଥିବା ମଧ୍ୟ ଭିଡିଓରୁ ଦେଖିବାକୁ ମିଳିଛି। ସେପଟେ କ୍ୟାମ୍ପସ୍‌ରେ ଅଧିକ ଉତ୍ତେଜନାପୂର୍ଣ୍ଣ ପରିସ୍ଥିତିକୁ ଏଡାଇବା ପାଇଁ ସବୁ ବର୍ଷର ନେପାଳୀ ଛାତ୍ରୀଛାତ୍ରଙ୍କ କ୍ଲାସ୍‌କୁ ଅନିର୍ଦ୍ଦିଷ୍ଟ କାଳ ପାଇଁ କଲେଜ କର୍ତ୍ତୃପକ୍ଷ ବନ୍ଦ କରି ‘ସାଇନ୍‌ ଏ ଡାଏ’ ଘୋଷଣା କରିଥିଲେ। ସେମାନଙ୍କୁ ନିଜ ଘରକୁ ଫେରିଯିବାକୁ କୁହାଯିବା ସହ ତୁରନ୍ତ ହଷ୍ଟେଲ ଛାଡ଼ିବାକୁ ନିର୍ଦ୍ଦେଶ ଦିଆଯାଇଥିଲା। ଏପରିକି ପ୍ରାୟ ଶତାଧିକ ନେପାଳୀ ଛାତ୍ରୀଛାତ୍ରଙ୍କୁ ବସ୍‌ ଯୋଗେ ବଳପୂର୍ବକ କଟକ ରେଳ ଷ୍ଟେଶନରେ ଛାଡ଼ି ଦିଆଯାଇଥିଲା।

ଏହାକୁ ନେଇ ନେପାଳୀ ଛାତ୍ରୀଛାତ୍ରଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ଦେଖାଦେଇଥିଲା। ଘରକୁ ଯିବା ପାଇଁ କଲେଜ କର୍ତ୍ତୃପକ୍ଷଙ୍କ ପକ୍ଷରୁ କୌଣସି ବ୍ୟବସ୍ଥା କରା ନ ଯାଇ ତୁରନ୍ତ ଚାଲିଯିବାକୁ କୁହାଯିବାରୁ ଛାତ୍ରୀଛାତ୍ରମାନେ ଅକଳରେ ପଡ଼ିଥିଲେ। ପୋଲିସ ସୂଚନା ଅନୁଯାୟୀ, ଦୁଇବର୍ଷ ତଳେ ପ୍ରକ୍ରିତି ଓ ଆଦଭିକ୍‌ଙ୍କ ମଧ୍ୟରେ ପ୍ରେମ ସମ୍ପର୍କ ଗଢି ଉଠିଥିଲା। ଏହାରି ଭିତରେ ପ୍ରକ୍ରିତିଙ୍କ କିଛି ଅନ୍ତରଙ୍ଗ ମୁହୂର୍ତ୍ତର ଫଟୋ ଏବଂ ଭିଡିଓ ଉତ୍ତୋଳନ କରି ଆଦଭିକ୍‌ ମୋବାଇଲରେ ରଖିଥିଲେ। ଫଟୋ ଓ ଭିଡିଓ ଜରିଆରେ ସେ ପ୍ରକ୍ରିତିଙ୍କୁ ବ୍ଲାକମେଲ କରିଥିଲେ। ଫଳରେ ଉଭୟଙ୍କ ମଧ୍ୟରେ ଝଗଡା ହୋଇଥିଲା। ଏହି କାରଣରୁ ଉଭୟ କିଟ୍‌ ଇଣ୍ଟରନ୍ୟାଶନାଲ ରିଲେଶନ୍‌ ଅଫିସ (ଆଇଆର୍‌ଓ)ର ସାହାଯ୍ୟ ନେଇଥିବାବେଳେ ଦୁଇଥର ଏହି ସମସ୍ୟାର ଆପୋସ ସମାଧାନ ହୋଇଥିଲା। ହେଲେ କିଛିଦିନ ଯିବା ପରେ ଆଦଭିକ୍‌ ପୂର୍ବଭଳି ସମ୍ପର୍କ ରଖିବା ପାଇଁ ପୀଡିତାଙ୍କ ଉପରେ ଚାପ ପକାଇଥିଲେ। କିନ୍ତୁ ପ୍ରକ୍ରିତି ରାଜି ନ ହେବାରୁ ଆଦଭିକ୍‌ ତାଙ୍କୁ ପୁଣି ମାନସିକ ନିର୍ଯାତନା ଦେଇଥିଲେ।

ରବିବାର ସକାଳେ ଉଭୟଙ୍କ ମଧ୍ୟରେ ଝଗଡା ହୋଇଥିଲା। ପ୍ରକ୍ରିତି ଆତ୍ମହତ୍ୟା କରିଥିବା ନେଇ ସହପାଠୀମାନେ ଦେଖିବାକୁ ପାଇଥିଲେ। ତୁରନ୍ତ ସେମାନେ ତାଙ୍କୁ ଘଟଣାସ୍ଥଳରୁ ଉଦ୍ଧାର କରି କିମ୍‌ସ ହସ୍ପିଟାଲକୁ ସ୍ଥାନାନ୍ତର କରିଥିବା ବେଳେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ତେବେ ଏହି ଘଟଣାକୁ ନେଇ ନେପାଳ ପ୍ରଧାନମନ୍ତ୍ରୀ କେ.ପି. ଶର୍ମା ଓଲି ଉଦ୍‌ବେଗ ପ୍ରକାଶ କରିବା ସହ ନେପାଳ ଦୂତାବାସ ଘଟଣାକୁ ନେଇ ଚିନ୍ତାପ୍ରକଟ କରିବା ସହ ଛାତ୍ରୀ ମୃତ୍ୟୁ ଘଟଣାର ନିରପେକ୍ଷ ତଦନ୍ତ ଦାବି କରିଛି। ତେବେ ଏହାପରେ ସାରେ କିଟ୍‌ ପକ୍ଷରୁ ନୋଟିସ୍‌ ଜାରି କରାଯାଇ ଛାତ୍ରୀଛାତ୍ରମାନଙ୍କୁ ଫେରିଆସିବାକୁ ଅପିଲ୍‌ କରାଯାଇଛି। ଯେଉଁମାନେ ଯାଇଛନ୍ତି କିମ୍ବା ଯିବାକୁ ବସିଛନ୍ତି, ସେମାନେ ଫେରିବାକୁ କୁହାଯାଇଛି। ତେବେ କ୍ୟାମ୍ପସରେ ସ୍ଥିତି ସ୍ବାଭାବିକ ରହିବ ବୋଲି ନୋଟିସ୍‌ରେ ଦର୍ଶାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାରିପଦାରେ ଲଜ୍ଜା: ୫ ବର୍ଷର ଶିଶୁ କନ୍ୟାକୁ ବିସ୍କୁଟ୍ ଲୋଭ ଦେଖାଇ ବଳାତ୍କାର

ବାରିପଦାରେ,୧୭।୧୨: ମୟୂରଭଞ୍ଜ ଜିଲା ବାରିପଦା ସହରରେ ଏକ ଅମାନବୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ୫ ବର୍ଷର ଶିଶୁ କନ୍ୟାକୁ ଦୁଷ୍କର୍ମ କରାଯାଇଥିବା ନେଇ ସାଂଘାତିକ...

ମୁକେଶଙ୍କୁ ପୁଣି ଗୁରୁଦାୟିତ୍ୱ ଦେଲା ଭାଜପା: ଜିଲା ଉପସଭାପତି ପଦବୀ ପାଇ କହିଲେ…

ଭବାନୀପାଟଣା,୧୭।୧୨(ଉତ୍ତମ କୁମାର ଦାଶ): ରାଜ୍ୟ ଭାଜପା ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ମଙ୍ଗଳବାର କଳାହାଣ୍ଡି ଜିଲା ଭାଜପା ସଭାପତି ଯୁଗଳ କିଶୋର ପୋଢ଼ ଜିଲାର...

ସୁଦାନରୁ ଫେରିଲେ ଆଦର୍ଶ; ‘ବଞ୍ଚିବି ବୋଲି ଭାବି ନଥିଲି, ଦିନେ ଖାଇଲେ ଦିନେ ଖାଉନଥିଲି’

ଭୁବନେଶ୍ୱର,୧୭।୧୨: ସୁଦାନରୁ ସୁରକ୍ଷିତ ଭାବେ ଫେରିବା ପରେ ନିଜ ଉପରେ ହୋଇଥିବା ଯନ୍ତ୍ରଣା ବଖାଣିଛନ୍ତି ଆଦର୍ଶ ବେହେରା। ସେ ସୁରକ୍ଷିତ ଫେରିଥିବାରୁ ଭାରତ ସରକାରଙ୍କୁ ଧନ୍ୟବାଦ...

ଓଡ଼ିଶାରେ ୨ ଦିନ ପାଇଁ ୟେଲୋ ଓ୍ବାର୍ନିଂ: ହୋଇଯାନ୍ତୁ ସତର୍କ

ଭୁବନେଶ୍ୱର,୧୭।୧୨(ଅନୁରାଧା ମହାରଣା):ରାଜ୍ୟରେ ଗତ କିଛିଦିନ ଧରି ଶୀତ ଲହରୀ ଜାରି ରହିଛି। ଆଭ୍ୟନ୍ତରୀଣ ଓଡ଼ିଶାର ସୁନ୍ଦରଗଡ଼, କୋରାପୁଟ ଏବଂ କନ୍ଧମାଳର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ...

୧୨ ଘଣ୍ଟିଆ ଦେବଗଡ଼ ବନ୍ଦ: ଆନ୍ଦୋଳନକାରୀଙ୍କୁ ଉଠାଇନେଲା ପୋଲିସ…

ଦେବଗଡ,୧୭।୧୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ପୁରୁଣା ଡାକ୍ତରଖାନାରେ ୨୪ ଘଣ୍ଟିଆ ସ୍ବାସ୍ଥ୍ୟସେବା ଦାବିରେ ବନ୍ଦ ଡାକରା ଦେଇଛି ଜିଲା ମହିଳା ଏକତା ମଞ୍ଚ। ସକାଳ ୬ରୁ...

ଜିଆ ଖାଉଛି ମାଛକୁ

ଗାଡ଼ିଆରେ ବନିଶିରେ ମାଛ ଧରାଯାଉଥିବାର ଏକ ଦୃଶ୍ୟକୁ ଅବତାରଣା କରାଯାଉ। ଜଣେ ବ୍ୟକ୍ତି ବାଉଁଶ ଛଡ଼ିରେ ସୂତା ଲଗାଇ ସେଥିରେ କଣ୍ଟା ଓହଳାଇ ଥାଏ। ସୂତାକୁ...

ଭୁବନେଶ୍ୱର ଗଣବଳାତ୍କାର ପରେ ମହିଳା କମିଶନ ସଦସ୍ୟଙ୍କ ଅଜବ ଯୁକ୍ତି, ଝିଅମାନେ ରାତି ୮ଟା ପରେ…

ଭୂବନେଶ୍ୱର,୧୬।୧୨: ଧଉଳୀ ସ୍ଥିତ ଦୟାନଦୀ ପଠାରେ ଜଣେ ନାବାଳିକା ଗଣବଳାତ୍କାରର ଶିକାର ହେବା ଘଟଣାକୁ ନେଇ ସାରା ରାଜ୍ୟରେ ଚର୍ଚ୍ଚା ଲାଗି ରହିଛି। ଏହି ଘଟଣାର...

ଦିଲ୍ଲୀ ସରକାରଙ୍କ ପ୍ରାଣମୁର୍ଚ୍ଛା ଉଦ୍ୟମ, ପ୍ରଦୂଷଣ ରୋକିବାକୁ ‘ତନ୍ଦୁର’ ଉପରେ ଲାଗିଲା ବ୍ୟାନ

ନୂଆଦିଲ୍ଲୀ,୧୬।୧୨: ଦିଲ୍ଲୀରେ ବାୟୁ ପ୍ରଦୂଷଣ ସଙ୍କଟଜନକ ସ୍ତରରେ ପହଞ୍ଚିବା ପରେ ରାଜ୍ୟ ସରକାର ଅଧିକ କଡ଼ା କଟକଣା ଲାଗୁ କରିଛନ୍ତି। ରୁଟି ଏବଂ ଅନ୍ୟାନ୍ୟ ଖାଦ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri