ଜମି ପାଇଁ ହତ୍ୟା! ବାପା-ପୁଅ ମୃତ

ପୁରୀ, ୩୧ା୧୦: (ଅଜିତ୍‌ କୁମାର ମହାନ୍ତି): ପୁରୀରେ ବୁଧବାର ପୁଣି ୨ ଜଣଙ୍କ ମୁଣ୍ଡ ଗଡ଼ିଛି। ଏପରି ଏକ ଅଭାବନୀୟ ଘଟଣା ସଦର ଥାନା ଅନ୍ତର୍ଗତ ସମଙ୍ଗରା ଗ୍ରାମରେ ଘଟିଛି। ଜାଗାବାଡ଼ିକୁ କେନ୍ଦ୍ରକରି ୨ ପରିବାର ମଧ୍ୟରେ ମରଣାନ୍ତକ ଆକ୍ରମଣ ହୋଇଛି। ଏହି ଆକ୍ରମଣରେ ଗୋଟିଏ ପରିବାରର ବାପା-ପୁଅଙ୍କ ମୃତ୍ୟୁ ହୋଇଛି। ମୃତକଦ୍ୱୟ ହେଲେ ରବି ସ୍ବାଇଁ ଓ ତାଙ୍କ ପୁଅ ପ୍ରକାଶ ସ୍ବାଇଁ। ଘଟଣାସ୍ଥଳରେ ସଦର ଥାନା ପୋଲିସ ପହଞ୍ଚତ୍ ତଦନ୍ତ ଚଳାଇଛି।

ସୂଚନା ଯେ, ଜାଗାବାଡ଼ିକୁ କେନ୍ଦ୍ରକରି ରବି ସ୍ବାଇଁଙ୍କ ସହ ତାଙ୍କ ପଡ଼ୋଶୀ ଜଟି ପ୍ରଧାନଙ୍କ ମଧ୍ୟରେ ବିବାଦ ଲାଗି ରହିଥିଲା, ଯାହାକୁ ନେଇ ଅନେକ ସମୟରେ ଉଭୟ ପରିବାର ମଧ୍ୟରେ ବଚସା ମଧ୍ୟ ହେଉଥିଲା। ଗ୍ରାମବାସୀଙ୍କ କହିବା ଅନୁଯାୟୀ, ବୁଧବାର ସନ୍ଧ୍ୟାରେ ଗାଁରେ ଏକ ବୈଠକ ଚାଲିଥିଲା। ଏହି ସମୟରେ ଜଟି ବୈଠକରୁ ଚାଲିଆସି ରବି ସ୍ବାଇଁ ଓ ତାଙ୍କ ପୁଅ ସହ ପାଟିତୁଣ୍ଡ କରିଥିଲେ। ପରେ ଜଟି ପ୍ରଧାନ, ପୁଅ ଜଗନ୍ନାଥ ପ୍ରଧାନ, ବଳଭଦ୍ର ପ୍ରଧାନ ଓ ଜଟିଙ୍କ ସ୍ତ୍ରୀ ଆସି ଧାରୁଆ ଅସ୍ତ୍ରରେ ରବି ଓ ତାଙ୍କ ପୁଅ ପ୍ରକାଶଙ୍କୁ ଆକ୍ରମଣ କରିଥିଲେ। ଫଳରେ ବାପା-ପୁଅ ଆହତ ହୋଇଥିଲେ। ପରିବାର ଲୋକ ଆହତ ରବି ଓ ପ୍ରକାଶଙ୍କୁ ସଦର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ପ୍ରକାଶଙ୍କୁ ମୃତ ଘୋଷଣା କରିଥିବା ବେଳେ ରବିଙ୍କୁ ଓଟିକୁ ନେଇଥିଲେ। ତେବେ ରବିଙ୍କ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ କଟକ ସ୍ଥାନାନ୍ତର ପାଇଁ ଡାକ୍ତର ପରାମର୍ଶ ଦେଇଥିଲେ। ହେଲେ ସେଠାରେ ତାଙ୍କର ମୃତ୍ୟୁ ହୋଇଯାଇଥିଲା। ଖବରପାଇ ସଦର ଥାନା ପୋଲିସ ପହଞ୍ଚତ୍ ତଦନ୍ତ କରିବା ସହ ଶବ ବ୍ୟବଚ୍ଛେଦ ପାଇଁ ପଠାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସମିତିସଭ୍ୟ ଉପନିର୍ବାଚନ: ଭାଜପା ସମର୍ଥିତ ଶ୍ୟାମସୁନ୍ଦର ବିଜୟୀ

ବେଲଗୁଣ୍ଠା,୨୪ା୪(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ ଧୂମୁଛାଇ ପଞ୍ଚାୟତର ସମିତିସଭ୍ୟ ପଦବୀ ପାଇଁ ବୁଧବାର ଉପନିର୍ବାଚନ ହୋଇଥିଲା। ଗୁରୁବାର ଭୋଟ୍‌ ଗଣତି କରାଯାଇ...

ଜାଲ ସାର୍ଟିଫିକେଟ୍‌ ମାମଲା: ପୁଣି ଖୋଳତାଡ଼ ଆରମ୍ଭ କଲା ସିବିଆଇ

ବଲାଙ୍ଗୀର,୨୪ା୪(ବୀରେନ୍ଦ୍ର କୁମାର ଝାଙ୍କର)-୨୦୨୩ ମସିହାର ଚର୍ଚ୍ଚିତ ଜାଲ ସାର୍ଟିଫିକେଟ୍‌ ମାମଲାର ପୁନଃ ଖୋଲତାଡ ଆରମ୍ଭ କରିଛି ସିବିଆଇ ଟିମ୍‌। ସିବିଆଇର ଏକ ଟିମ୍‌ ବଲାଙ୍ଗୀରରେ ପହଞ୍ଚି...

Pahalgam Terror Attack: ସରକାର ମାନିଲେ ସୁରକ୍ଷାରେ ହୋଇଛି ତ୍ରୁଟି, ରିଜିଜୁ କହିଲେ…

ନୂଆଦିଲ୍ଲୀ,୨୪।୪: ପହଲଗାମ ଆତଙ୍କବାଦୀ ଆକ୍ରମଣ ସମ୍ପର୍କରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କ ଅଧ୍ୟକ୍ଷତାରେ ଦିଲ୍ଲୀରେ ଏକ ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ସମସ୍ତ...

ଆରମ୍ଭ ହେଲା କବାଡ଼ି ପ୍ରମିୟର ଲିଗ୍‌: ସାମିଲ ହେଲେ ୧୨ ଦଳ

ସମ୍ବଲପୁର,୨୪ା୪(ବି.ଶଙ୍କର): ସମ୍ବଲପୁର କବାଡ଼ି କ୍ଲବ ଓ ସମ୍ବଲପୁର ବଏଜ ମିଳିତ ଆନୁକୂଲ୍ୟରେ ଆୟୋଜିତ ଦ୍ୱିତୀୟ ସମ୍ବଲପୁର କବାଡ଼ି ପ୍ରିମିୟର ଲିଗ(ଏସ୍‌କେପିଏଲ) ଗୁରୁବାର ରାତିରେ ଗଙ୍ଗାଧର ମୁକ୍ତ...

ଆକ୍ରମଣ ପାଇଁ ପ୍ରସ୍ତୁତ ହେଲଣି ଭାରତୀୟ ବାୟୁସେନା? ଆକାଶରେ ଗର୍ଜିଲା ସୁଖୋଇ Su-30, ରାଫେଲ

ନୂଆଦିଲ୍ଲୀ,୨୪।୪: ପାକିସ୍ତାନ ପ୍ରାୟୋଜିତ ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ, ଭାରତର ପ୍ରତିକ୍ରିୟା କଠୋର ଏବଂ ଆକ୍ରମଣାତ୍ମକ ହେବାରେ ଲାଗିଛି। ଭାରତୀୟ ବାୟୁସେନା ‘Aakraman’ ଅଭ୍ୟାସ ଆରମ୍ଭ...

ଛାତ୍ରୀଛାତ୍ର ପାଳିଲେ ଧରିତ୍ରୀ ଦିବସ: ପ୍ଲାଷ୍ଟିକମୁକ୍ତ ପରିବେଶକୁ ଗୁରୁତ୍ବ

ବରଗଡ଼,୨୪।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ପୁରୁଷୋତ୍ତମ ସରକାରୀ ଉଚ୍ଚ ବିଦ୍ୟାଳୟ, ରୁଚିଦାରେ ବୁଧବାର ଧରିତ୍ରୀ ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ବିଦ୍ୟାଳୟର...

ରଶି ଲଗାଇ ଜୀବନ ହାରିଲେ ନାବାଳିକା: ଗର୍ଭବତୀ ଥିବା ସନ୍ଦେହ

ପଡିଆ,୨୪ା୪ (ଭାସ୍କର ରାଓ): ରଶି ଲଗାଇ ଜଣେ ନାବାଳିକା ଆତ୍ମହତ୍ୟା ଭଳି ଚରମ ନିଷ୍ପତ୍ତି ନେଇଥିଲେ। ଏପରି ଏକ ଘଟଣା ଦେଖିବାକୁ ମିଳିଛି ଏମଭି ୭୯...

ବିନା ଅନୁମତିରେ ଗଛ କଟାକୁ ନେଇ ଅସନ୍ତୋଷ

ନନ୍ଦପୁର,୨୪ା୪(ତୁଷାର କାନ୍ତ ମହାନ୍ତି)- ନନ୍ଦପୁର-ଲମତାପୁଟ ପୂର୍ତ୍ତବିଭାଗ ରାସ୍ତା କଡ଼ରୁ ବିନା ଅନୁମତିରେ ଗଛ କଟାକୁ ନେଇ ଅଞ୍ଚଳବାସୀ ଅସନ୍ତୋଷ ପ୍ରକାଶ କରିଛନ୍ତି। ସୂଚନା ଅନୁଯାୟୀ, ବନମାଳୀପୁଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image