ଯୁବକଙ୍କୁ ନିର୍ମମ ହତ୍ୟା

ଭବାନୀପାଟଣା,୧୫ା୨(ସ୍ବ.ପ୍ର.): କଳାହାଣ୍ଡି ଜିଲା ଭବାନୀପାଟଣା ସଦରଥାନା ଅନ୍ତର୍ଗତ ପେଙ୍ଗସୁର ଗାଁରେ ବୁଧବାର ଏକ ହତ୍ୟାକାଣ୍ଡ ଘଟିଛି। ପୂର୍ବ ଶତ୍ରୁତାକୁ ନେଇ ଗାଁର ଜଣେ ଯୁବକଙ୍କୁ ହତ୍ୟା କରାଯାଇଥିବା ଜଣାପଡ଼ିଛି। ମୃତକ ହେଲେ ପେଙ୍ଗସୁର ଗ୍ରାମର ଅମର ମାଝି। ଗୁଣି ଗାରେଡ଼ି ସନ୍ଦେହରେ ଏହି ହତ୍ୟା କରାଯାଇଥିବା ଜଣାପଡ଼ିଥିବା ବେଳେ ସଦର ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ତଦନ୍ତ ଆରମ୍ଭ କରିଛି। ସାଇଣ୍ଟିଫିକ୍‌ ଟିମ୍‌ ସହାୟତାରେ ପୋଲିସ ତଦନ୍ତ କରି ମୃତଦେହ ବ୍ୟବଚ୍ଛେଦ ପାଇଁ ଭବାନୀପାଟଣା ମେଡିକାଲକୁ ପଠାଇଥିଲା। ବ୍ୟବଚ୍ଛେଦ ପରେ ମୃତଦେହକୁ ପରିବାରବର୍ଗଙ୍କୁ ହସ୍ତାନ୍ତର କରାଯାଇଛି। ଅନ୍ୟପକ୍ଷରେ ହତ୍ୟାକାଣ୍ଡ ଘଟଣାରେ ପୋଲିସ ଜଣେ ବ୍ୟକ୍ତିଙ୍କୁ ଅଟକ ରଖିଥିବା ବେଳେ ଅଧିକ ତଦନ୍ତ ଜାରି ରହିଛି।

Share