ଭୁବନେଶ୍ୱରରେ କିସ୍ନାର ଏକ୍ସକ୍ଲୁସିଭ ଆଉଟ୍‌ଲେଟ୍‌

ଭୁବନେଶ୍ୱର,୫।୧୦: ଦେଶର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ କିସ୍ନା ଡାଇମଣ୍ଡ ଆଣ୍ଡ ଗୋଲ୍ଡ ଜୁଏଲେରିର ଏକ୍ସକ୍ଲୁସିଭ ଆଉଟ୍‌ଲେଟ୍‌ ଶୁକ୍ରବାର ଭୁବନେଶ୍ୱରର ନନ୍ଦନକାନରୋଡ୍‌ଠାରେ ଉଦ୍‌ଘାଟିତ ହୋଇଯାଇଛି। ଏପରିକି ଓଡ଼ିଶା (ଭୁବନେଶ୍ୱର)ରେ କିସ୍ନାର ପ୍ରଥମ ଶୋ’ରୁମ୍‌ ହୋଇଥିଲାବେଳେ ଦେଶର ଏହା ୪୧ତମ ଆଉଟ୍‌ଲେଟ୍‌ ବୋଲି ହରିକ୍ରିଷ୍ଣା ଗ୍ରୁପ୍‌ ପକ୍ଷରୁ ସୂଚନା ଦିଆଯାଇଥଲା। ଏହି ଅବସରରେ ହରି କ୍ରିଷ୍ଣା ଗ୍ରୁପ୍‌ର ପ୍ରତିଷ୍ଠାତା ତଥା ଏମ୍‌ଡି ଘନଶ୍ୟାମ ଢୋଲକିଆ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଏହାର ଉଦ୍‌ଘାଟନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ କିସ୍ନା ଡାଇମଣ୍ଡ ଆଣ୍ଡ ଗୋଲ୍ଡ ଜୁଏଲେରିର ନିର୍ଦ୍ଦେଶକ ପରାଗ ଶାହଙ୍କ ସମେତ କିସ୍ନାର ଫ୍ରାଞ୍ଚାଇଜି ପାର୍ଟନର ଅମ୍ରିତ କୁମାର ଅଗ୍ରୱାଲ, ସଞ୍ଜୀବ ହଂସ ଏବଂ ମେହେନ୍ଦି ଅଗ୍ରୱାଲ ପ୍ରମୁଖ ଉପସ୍ଥିତ ଥିଲେ। ଏ ସମ୍ପର୍କରେ ହରି କ୍ରିଷ୍ଣା ଗ୍ରୁପ୍‌ର ପ୍ରତିଷ୍ଠାତା ତଥା ଏମ୍‌ଡି ଘନଶ୍ୟାମ ଢୋଲକିଆ କହିଥିଲେ, ପାର୍ବଣ ଋତୁରେ ଆମର ଭୁବନେଶ୍ୱର ଆଉଟ୍‌ଲେଟ୍‌ର ଶୁଭାରମ୍ଭକରି ବେଶ୍‌ ଉତ୍ସାହିତ ଅଛୁ। ଏପରିକି ଏହି ସମ୍ପ୍ରସାରଣ ଆମର ‘ହର୍‌ ଘର୍‌ କିସ୍‌ନା’ ଲକ୍ଷ୍ୟ ସହ ଜଡ଼ିତ ରହିଛି, ଯେଉଁଠାରେ ଆମେ ପ୍ରତ୍ୟେକ ମହିଳାଙ୍କ ହୀରା ଅଳଙ୍କାର କ୍ରୟ କରିବାର ସ୍ବପ୍ନକୁ ପୂରଣ କରି ଭାରତର ଦ୍ରୁତ ଅଭିବୃଦ୍ଧିଶୀଳ ଜୁଏଲେରି ବ୍ରାଣ୍ଡ୍‌ରେ ପରିଣତ ହେବାକୁ ଲକ୍ଷ୍ୟ ରଖିଛୁ।


Enter your email to get our daily news in your inbox.

All Right Reserved By Dharitri.Com

ଭଉଣୀଙ୍କୁ ଛାଡ଼ି ଫେରୁଥିଲେ, ଅଧାବାଟରେ ଗଲା ଭାଇ ଜୀବନ

ମୋହନା,୧୬।୪(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଛତାଭରି ଗାଁରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ବସ୍‌ ସହ ବାଇକ୍‌ ମୁହଁାମୁହିଁ ଧକ୍କା ହେବାଫଳରେ ଜଣଙ୍କ...

ସେବାଶ୍ରମରେ ଏବେ ବି ଘୁରିବୁଲୁଛି ମହୁମାଛି: ଆତଙ୍କିତ ଛାତ୍ରୀଛାତ୍ର

ଦାରିଙ୍ଗବାଡି,୧୬।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବାଡାବାଙ୍ଗା ସେବାଶ୍ରମରେ ମଙ୍ଗଳବାର ୪୦ରୁ ଉର୍ଦ୍ଧ୍ୱ ଛାତ୍ରୀଛାତ୍ରଙ୍କୁ ମହୁମାଛି ଆକ୍ରମଣ କରିଥିଲେ। ବୁଧବାର ମଧ୍ୟ ସେଠାରେ...

ଅତିରିକ୍ତ ଜିଲାପାଳଙ୍କ ଘରକୁ ପୁଣି ପସୁଥିଲେ ଚୋର, ପରେ ଯାହାହେଲା…

ରାୟଗଡା,୧୬।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡା ଅତିରିକ୍ତ ଜିଲାପାଳ ନିହାର ରଞ୍ଜନ କହଁରଙ୍କ ସରକାରୀ ବାସଭବନରୁ ମଙ୍ଗଳବାର ଦିନ ଦ୍ବିପହରରେ ଦୁବୃର୍ତ୍ତ ମାନେ ଚୋରି ପାଇଁ ଉଦ୍ୟମ...

ଦାବି ପୂରଣ ନ ହେଲେ ଆନ୍ଦୋଳନ: ଚେତାବନୀ ଦେଲା କଂଗ୍ରେସ

ପୁରୁଷୋତ୍ତମପୁର,୧୬।୪(ସିମାଞ୍ଚଳ ମିଶ୍ର) ଗଞ୍ଜାମ ଜିଲା ଖଲ୍ଲିକୋଟ ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ପୁରୁଷୋତ୍ତମପୁର ଠାରେ କଂଗ୍ରେସ ପକ୍ଷରୁ ବିଧାୟକ ପ୍ରାର୍ଥୀ ଚିତ୍ରସେନ ବେହେରାଙ୍କ ନେତୃତ୍ୱରେ ଏକ ମଶାଲ ଶୋଭାଯାତ୍ରା...

ହାତ ଧରାଧରି ହୋଇ ଆରପାରିକୁ ଚାଲିଗଲେ ଦୁଇ ଭଉଣୀ

ବସ୍ତା, ୧୬।୪(ହରିଶଙ୍କର ପାଢ଼ି): ବାଲେଶ୍ୱର ଜିଲା ବସ୍ତା ଥାନା ଅଧୀନ ଗାନ୍ଧୀ ଛକ ନିକଟରେ ମଙ୍ଗଳବାର ଅପରାହ୍ନ ୨ଟା ବେଳେ ଏକ ଦୁଃଖଦ ଘଟଣା ଘଟିଛି।...

ବିବାହର ୮ ବର୍ଷ ପରେ ବାପା ହେଲେ ଜାହିର ଖାନ: ସନ୍ତାନର ନାଁ ରଖିଲେ…

ମୁମ୍ବାଇ,୧୬।୪: ଚକ ଦେ ଇଣ୍ଡିଆ ଅଭିନେତ୍ରୀ ସାଗରିକା ଘାଟଗେ ଏବଂ ପୂର୍ବତନ ଭାରତୀୟ କ୍ରିକେଟର ଜାହିର ଖାନ ପ୍ରଥମ ସନ୍ତାନକୁ ସ୍ବାଗତ କରିଛନ୍ତି। ଏହି ଦମ୍ପତି...

କୋଇଲା ବୋଝେଇ ଟ୍ରେନ୍‌ରେ ଲାଗିଲା ନିଆଁ

ସୋର,୧୬।୪: ବାଲେଶ୍ୱର ଜିଲା ସୋର ନିକଟରେ ଏକ କୋଇଲା ବୋଝେଇ ଟ୍ରେଟ୍‌ରେ ଅଗ୍ନିକାଣ୍ଡ ଘଟିଛି। ସୋର ଷ୍ଟେସନ ନିକଟରେ ୨ଟି ବଗିରେ ନିଆଁ ଲଗିଥିବା ଦେଖିବାକୁ...

ଡାକ୍ତରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ: ଲକ୍ଷାଧିକ ଟଙ୍କା ଜବତ

ଭବାନୀପାଟଣା,୧୬।୪(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ କାର୍ଯ୍ୟରତ ସ୍ତ୍ରୀ ଓ ପ୍ରସୂତି(ଗାଇନିକ) ବିଭାଗର ଡାକ୍ତର ତପନ କୁମାର ତ୍ରିପାଠୀଙ୍କ ଘରେ ବୁଧବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image