ପାରାଦୀପ-ସାଗର ଦ୍ୱୀପ ମଧ୍ୟରେ ଲ୍ୟାଣ୍ଡଫଲ୍‌ କରିବ ‘ୟାସ୍‌’

ଭୁବନେଶ୍ୱର,୨୩।୫(ବ୍ୟୁରୋ): ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅବପାତରେ ପରିଣତ ହୋଇଛି। ଏହା ସୋମବାର ସକାଳ ସୁଦ୍ଧା ବାତ୍ୟା ‘ୟାସ’ରେ ପରିଣତ ହେବ। ପ୍ରାରମ୍ଭିକ ଆକଳନ ଅନୁଯାୟୀ ସାମୁଦ୍ରିକ ଝଡ଼ ୨୬ ତାରିଖ ସନ୍ଧ୍ୟାରେ ପାରାଦୀପ ଏବଂ ସାଗର ଦ୍ୱୀପ ମଧ୍ୟରେ ଲ୍ୟାଣ୍ଡଫଲ କରିବ। ଲ୍ୟାଣ୍ଡଫଲ ବେଳେ ପବନର ବେଗ ଘଣ୍ଟା ପ୍ରତି ୧୫୫ରୁ ୧୬୫ କି.ମି. ପରହିବ। ବେଳେ ବେଳେ ଏହା ୧୮୫ କିମି ପର୍ଯ୍ୟନ୍ତ ଯାଇପାରେ। ତେବେ ୨୪ ତାରିଖ ସନ୍ଧ୍ୟାରୁ ୪୦ରୁ ୫୦ କିମି ବେଗରେ ପବନ ବହିବ। ୨୫ରୁ ପବନର ବେଗ ବଢ଼ିବ। ବିଶେଷକରି ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ହେବ। କେତେକ ସ୍ଥାନରେ ୨୦ ସେମି ପର୍ଯ୍ୟନ୍ତ ବର୍ଷା ହୋଇପାରେ ବୋଲି ଭାରତୀୟ ପାଣିପାଗ ବିଭାଗ(ଆଇଏମ୍‌ଡି) ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି।

Share