କଟକ,୭।୨: ଓଡ଼ିଶା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି ଭାବେ ବୁଧବାର ଜଷ୍ଟିସ ଚକ୍ରଧାରୀ ଶରଣ ସିଂ ଶପଥ ନେଇଛନ୍ତି । ରାଜ୍ୟପାଳ ରଘୁବର ଦାସ ତାଙ୍କୁ ପଦ ଓ ଗୋପନୀୟତାର ଶପଥପାଠ କରାଇଛନ୍ତି । ଏହି ଶପଥ ଗ୍ରହଣ ଉତ୍ସବରେ ରାଜ୍ୟ ମୁଖ୍ୟ ଶାସନ ସଚିବ, ରାଜ୍ୟପାଳ, ପୋଲିସ ଡ଼ିଜିଙ୍କ ସମେତ ବହୁ ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ। ଜଷ୍ଟିସ ଚକ୍ରଧାରୀ ଶରଣ ସିଂ ପୂର୍ବରୁ ପାଟନା ହାଇକୋର୍ଟରେ ବିଚାରପତି ଭାବେ କାର୍ଯ୍ୟ କରୁଥିଲେ।