Categories: ରାଜ୍ୟ

ଏବେଠାରୁ କୋହଲା ପାଗ, ଏହିସବୁ ଜିଲାକୁ କାଳବୈଶାଖୀ ବର୍ଷା ଆଲର୍ଟ!

ଭୁବନେଶ୍ୱର,୨୦।୪: ଆଜି ତାତିରୁ ମିଳିପାରେ ଆଶ୍ୱସ୍ତି। ଗତ ୨୪ ଘଣ୍ଟାରେ ରାଜ୍ୟର ଅନେକ ସ୍ଥାନରେ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହୋଇଛି । ବିଶେଷ କରି ବାଲେଶ୍ବର, ମୟୂରଭଞ୍ଜ, କେନ୍ଦ୍ରାପଡ଼ା, ଖୋର୍ଦ୍ଧା, ନବରଙ୍ଗପୁର ଓ ଗଞ୍ଜାମ ଆଦି ଜିଲାରେ ଗ୍ରୀଷ୍ମ ପ୍ରବାହ ପ୍ରବଳ ଅନୁଭୂତ ହୋଇଛି । ବର୍ତ୍ତମାନ ପାଣିପାଗ ବିଭାଗ ଅନୁସାରେ, ଉତ୍ତର ପଶ୍ଚିମ ଦିଗରୁ ଶୁଷ୍କ ବାୟୁ ରାଜ୍ୟ ମଧ୍ୟକୁ ପ୍ରବେଶ କରିବ । ଯାହା ପରବର୍ତ୍ତୀ ସମୟରେ ଧୀରେଧୀରେ ଦୁର୍ବଳ ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଆସନ୍ତାକାଲିଠାରୁ ରାଜ୍ୟରେ ତାପମାତ୍ରା ଦୁଇରୁ ତିନି ଡିଗ୍ରୀ ଯାଏଁ କମିବ।

ଆଜି ଦକ୍ଷିଣ ଓ କିଛି ଜିଲାରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ରହିଛି । କୋରାପୁଟ, କଳାହାଣ୍ଡି, ରାୟଗଡା, କନ୍ଧମାଳ, ଗଞ୍ଜାମ, ଗଜପତି ଜିଲାର କିଛି ସ୍ଥାନରେ ବିଜୁଳି ଘଡଘଡି ସହ ବର୍ଷା ହୋଇପାରେ । ଦକ୍ଷିଣ ଓ କିଛି ଜିଲାରେ ଜଳୀୟ ବାଷ୍ପପୂର୍ଣ୍ଣ ବାୟୁ ଉତ୍ତପ୍ତ ବାୟୁମଣ୍ଡଳ ପରସ୍ପର ସଂସ୍ପର୍ଶରେ ପ୍ରତିକ୍ର୍ରିୟା ଯୋଗୁ କାଳବୈଶାଖୀ ବର୍ଷା ହୋଇପାରେ ।