Posted inଖେଳ

ଶେଷରେ ରିଙ୍କୁ ସିଂଙ୍କ ମନବାଞ୍ଛା ପୂରଣ କଲେ କୋହଲି

ନୂଆଦିଲ୍ଲୀ,୨୬।୪: ଆଇପିଏଲରେ ଅନେକ ରୋଚକ ଘଟଣା ଦେଖିବାକୁ ମିଳେ। ସେହିଭଳି ବର୍ତ୍ତମାନ କିଛି ଦିନ ଧରି କୋଲକାତା ନାଇଟ ରାଇଡର୍ସର ରିଙ୍କୁ ସିଂ ଏବଂ ବିରାଟ କୋହଲିଙ୍କ ମଧ୍ୟରେ ବ୍ୟାଟ ଲେଣଦେଣକୁ ନେଇ ଅନେକ ଖବର ପ୍ରକାଶ ପାଇଛି। ବର୍ତ୍ତମାନ ଏହି ପ୍ରସଙ୍ଗରେ ସୋସିଆଲ ମିଡିଆରେ ଏକ ନୂଆ ଭିଡିଓ ଆସିଛି। ଯେଉଁଥିରେ ରିଙ୍କୁ ସିଂ ତାଙ୍କ ଉଦ୍ଦେଶ୍ୟରେ ସଫଳ ହେଉଥିବା ଜଣାପଡିଛି।
କୋଲକାତା ନାଇଟ ରାଇଡର୍ସ ବ୍ୟାଟ୍ସମ୍ୟାନ ରିଙ୍କୁ ସିଂ ବହୁତ ଖୁସି ଅଛନ୍ତି। ଶେଷରେ ସେ ବ୍ୟାଟ ପାଇଛନ୍ତି ଯାହାକୁ ସେ ଦୀର୍ଘ ଦିନ ଧରି ଡିମାଣ୍ଡ କରୁଥିଲେ। ଏପ୍ରିଲ ୨୧ ରେ ଇଡେନ ଗାର୍ଡେନ୍ସରେ କୋଲକାତା ଏବଂ ବେଙ୍ଗାଲୁରୁ ମଧ୍ୟରେ ହୋଇଥିବା ମ୍ୟାଚ ପରଠାରୁ ରିଙ୍କୁ କ୍ରମାଗତ ଭାବରେ ଭାରତୀୟ ଦଳର ବରିଷ୍ଠ ଖେଳାଳି ବିରାଟ କୋହଲିଙ୍କଠାରୁ ନୂଆ ବ୍ୟାଟ ମାଗିଥିଲେ।
କୋଲକାତାରେ ଦୁଇ ଦଳ ମୁହାଁମୁହିଁ ହେବା ପୂର୍ବରୁ ଏକ ଭିଡିଓ ଭାଇରାଲ ହୋଇଥିଲା। ସେଥିରେ ରିଙ୍କୁ କୋହଲିଙ୍କଠାରୁ ନୂଆ ବ୍ୟାଟ ମାଗୁଥିବା ଦେଖିବାକୁ ମିଳିଥିଲା। ରିଙ୍କୁ କହିଥିଲେ ଯେ କୋହଲି ତାଙ୍କୁ ଦେଇଥିବା ପୂର୍ବ ବ୍ୟାଟ ସ୍ପିନରଙ୍କ ବିପକ୍ଷରେ ଖେଳିବାବେଳେ ଭାଙ୍ଗି ଯାଇଥିଲା।
ମ୍ୟାଚ ପରେ ମଧ୍ୟ ରିଙ୍କୁ କୋହଲିଙ୍କ ପଛରେ ଯାଉଥିବା ଦେଖିବାକୁ ମିଳିଥିଲା। ସେ ପୁଣି ଥରେ କୋହଲିଙ୍କଠାରୁ ବ୍ୟାଟ ନେବାକୁ ଚେଷ୍ଟା କରୁଥିଲେ ବୋଲି ବିଶ୍ୱାସ କରାଯାଉଥିଲା।
କିନ୍ତୁ ବାମହାତୀ ରିଙ୍କୁଙ୍କ ଇଚ୍ଛା ବର୍ତ୍ତମାନ ପୂରଣ ହୋଇଛି। କୋଲକାତା ନାଇଟ ରାଇଡର୍ସର ଅଫିସିଆଲ ସୋସିଆଲ ମିଡିଆ ଆକାଉଣ୍ଟରେ ଅପଲୋଡ ହୋଇଥିବା ଭିଡିଓରେ ସେ କହିଛନ୍ତି ଯେ ବିରାଟ କୋହଲିଙ୍କଠାରୁ ତାଙ୍କୁ ଏକ ନୂଆ ବ୍ୟାଟ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ସତରେ କ’ଣ ଚାମ୍ପିଅନ୍ସ ଟ୍ରଫି ଖେଳିବାକୁ ପାକିସ୍ତାନ ଯିବ ଟିମ୍‌ ଇଣ୍ଡିଆ? ସ୍ପଷ୍ଟ ଚିତ୍ର ଦେଲା ବୈଦେଶିକ ମନ୍ତ୍ରଣାଳୟ

ନୂଆଦିଲ୍ଲୀ,୧୭।୧୦: ଆଇସିସି ଚାମ୍ପିଅନ୍ସ ଟ୍ରଫି ୨୦୨୫ ପାଇଁ ଭାରତୀୟ କ୍ରିକେଟ ଟିମ୍‌ ପାକିସ୍ତାନ ଗସ୍ତ କରିବ କି ଏଷବ ଏମିତି ପ୍ରଶ୍ନ ଉଙ୍କି ମାରିଛି। ବର୍ତ୍ତମାନ...

ବ୍ୟାକ୍‌ଫୁଟ୍‌ରେ ଟିମ୍‌ ଇଣ୍ଡିଆ: ବୋଲିଂ ପରେ ବ୍ୟାଟିଂରେ କିଓ୍ବି ଖେଳାଳିଙ୍କ ଜଲଓ୍ବା

ବେଙ୍ଗାଲୁରୁ,୧୭ା୧୦: ନ୍ୟୁଜିଲାଣ୍ଡ ବିପକ୍ଷ ପ୍ରଥମ ଟେଷ୍ଟ ମ୍ୟାଚ୍‌ରେ ଏକ ଅଲୋଡା ରେକର୍ଡ ନିଜ ନାମରେ କରିଛି ଭାରତ। ପ୍ରଥମ ଦିନ ବର୍ଷାରେ ଧୋଇ ଯାଇଥିବା ବେଳେ...

ଭାରତ ନାଁରେ ୫ ଅଲୋଡା ରେକର୍ଡ: ଜାଣନ୍ତୁ ଏ ବିଷୟରେ…

ବେଙ୍ଗାଲୁରୁ,୧୭।୧୦: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ପ୍ରଥମ ଟେଷ୍ଟ ବେଙ୍ଗାଲୁରୁରେ ଖେଳାଯାଉଛି। ପ୍ରଥମ ଦିନର ଖେଳ ବର୍ଷାରେ ଧୋଇ ଯାଇଥିଲା । ଏହା ପରେ ଦ୍ୱିତୀୟ...

ଆଇପିଏଲ୍‌ ୨୦୨୫ ପୂର୍ବରୁ ଦିଲ୍ଲୀ କ୍ୟାପିଟାଲ୍ସର ନବକଳେବର: ହଟିଲେ ରିକି ପଣ୍ଟିଂ

ନୂଆଦିଲ୍ଲୀ,୧୭।୧୦: ପ୍ରତ୍ୟେକ ଦଳ ଆଇପିଏଲ୍‌ ୨୦୨୫ ପାଇଁ ପ୍ରସ୍ତୁତ ହେଉଛନ୍ତି। ଆଗାମୀ ସିଜିନ୍‌ ପାଇଁ ଆଇପିଏଲ ଦଳରେ ଅନେକ ପରିବର୍ତ୍ତନ କରାଯାଉଛି। ଦିଲ୍ଲୀ କ୍ୟାପିଟାଲ୍ସରେ ମଧ୍ୟ...

ଟେଷ୍ଟ ଇତିହାସରେ ପ୍ରଥମଥର ପାଇଁ ଘରେ ମାଟି କାମୁଡିଲା ଟିମ୍‌ ଇଣ୍ଡିଆ: ଏମିତି ରେକର୍ଡ କଲା

ବେଙ୍ଗାଲୁରୁ,୧୭।୧୦: ବେଙ୍ଗାଲୁରୁରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଖେଳାଯାଇଥିବା ପ୍ରଥମ ଟେଷ୍ଟରେ ଟିମ ଇଣ୍ଡିଆ ମାତ୍ର ୪୬ ରନରେ ଅଲଆଉଟ ହୋଇଥିଲା। ଟେଷ୍ଟ କ୍ରିକେଟ ଇତିହାସରେ ଘରୋଇ ମାଟିରେ...

ଧୋନୀଙ୍କ ବଡ଼ ରେକର୍ଡ ଭାଙ୍ଗିଲେ କୋହଲି

ନୂଆଦିଲ୍ଲୀ,୧୭।୧୦: ନ୍ୟୁଜିଲାଣ୍ଡ ବିପକ୍ଷ ବେଙ୍ଗାଲୁରୁ ଟେଷ୍ଟରେ ଏମ୍‌ ଏସ୍‌ ଧୋନୀଙ୍କ ବଡ଼ ରେକର୍ଡ ଭାଙ୍ଗିଛନ୍ତି। ଟସ୍‌ ଜିତିବା ପରେ ରୋହିତ ଏକାଦଶ ଘୋଷଣା କରିବା ମାତ୍ରେ...

୫୫ ବର୍ଷ ପରେ ଏମିତି ଲଜ୍ଜାଜନକ ରେକର୍ଡ କଲା ଟିମ୍‌ଇଣ୍ଡିଆ

ବେଙ୍ଗାଲୁରୁ,୧୭।୧୦: ଭାରତ-ନ୍ୟୁଜିଲାଣ୍ଡ ମଧ୍ୟରେ ତିନି ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ୍‌ ବେଙ୍ଗାଲୁରୁର ଚିନ୍ନାସ୍ବାମୀ ଷ୍ଟାଡିୟମରେ ଖେଳାଯାଉଛି। ପ୍ରଥମ ଦିନ ବର୍ଷା ଯୋଗୁ ଟସ...

ବେଙ୍ଗାଲୁରୁ ଟେଷ୍ଟରେ ଭାରତ ୪୬ ରନରେ ଅଲଆଉଟ୍: ଖାତା ଖୋଲିପାରିଲେନି ୫ ବ୍ୟାଟର

ନୂଆଦିଲ୍ଲୀ,୧୭ା୧୦: ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ୩ ମ୍ୟାଚ୍ ବିଶିଷ୍ଟ ଟେଷ୍ଟ ସିରିଜର ପ୍ରଥମ ଟେଷ୍ଟ ବେଙ୍ଗାଲୁରୁରେ ଖେଳାଯାଉଛି। ଗୁରୁବାର ମ୍ୟାଚର ଦ୍ୱିତୀୟ ଦିନରେ ଖେଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri