Posted inଖେଳ

କୋହଲି ବଡ଼ ଭୁଲ୍‌ କରିଦେଇଛନ୍ତି, ପୂର୍ବତନ ବ୍ୟାଟିଂ କୋଚ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୨୬।୮: ଷ୍ଟାର କ୍ରିକେଟ୍‌ ଖେଳାଳି ବିରାଟ କୋହଲି ପରିସଂଖ୍ୟାନ ଆଧାରରେ ଭାରତୀୟ କ୍ରିକେଟ ଦଳର ସବୁଠାରୁ ସଫଳ ଟେଷ୍ଟ ଅଧିନାୟକ। ତାଙ୍କୁ ନେଇ ଟିମ ଇଣ୍ଡିଆର ପୂର୍ବତନ ବ୍ୟାଟିଂ କୋଚ ଥିବା ସଞ୍ଜୟ ବାଙ୍ଗର ଏକ ବଡ଼ ବିବୃତ୍ତି ଦେଇଛନ୍ତି। ବିରାଟ ଅଧିନାୟକତ୍ୱ ଛାଡି ବହୁତ ବଡ଼ ଭୁଲ କରିଛନ୍ତି ବୋଲି ସେ କହିଛନ୍ତି।
ସଞ୍ଜୟ ବଙ୍ଗର କହିଛନ୍ତି, ମୁଁ ବ୍ୟକ୍ତିଗତ ଭାବେ ଭାବୁଛି ଯେ, ବିରାଟ କୋହଲି ଅନ୍ତତଃ ପକ୍ଷେ ଟେଷ୍ଟ ଦଳର ଅଧିନାୟକ ହେବା ଉଚିତ୍‌। ସେ ୬୫ ରୁ ଅଧିକ ଟେଷ୍ଟ ମ୍ୟାଚରେ ଭାରତର ଅଧିନାୟକତ୍ୱ କରିଛନ୍ତି। ତେଣୁ ସେ ଟେଷ୍ଟ ଅଧିନାୟିକତ୍ୱ ଜାରି ରଖିବାର ଥିଲା। ସେ ଦାୟିତ୍ୱ ଛାଡିବାର ନ ଥିଲା।
୨୦୨୨ରେ ଦକ୍ଷିଣ ଆଫ୍ରିକା ବିପକ୍ଷ ଟେଷ୍ଟ ସିରିଜ ପରେ ବିରାଟ ଅଧିନାୟକତ୍ୱ ଛାଡିଥିଲେ। ତାଙ୍କ ଅଧୀନରେ ଭାରତ ଆଜି ପର୍ଯ୍ୟନ୍ତ ସର୍ବାଧିକ ୪୦ ଟେଷ୍ଟ ମ୍ୟାଚ ଜିତିଥିଲା।
ବିରାଟ କୋହଲିଙ୍କ ମାନସିକତା ଦଳକୁ ଯଥାସମ୍ଭବ ବିଦେଶରେ ଜିତିବାରେ ସାହାଯ୍ୟ କରିଥାନ୍ତା ବୋଲି ବାଙ୍ଗର କହିଛନ୍ତି। କାରଣ ସେହି ସମୟରେ ଭାରତ ଘରୋଇ ପଡ଼ିଆରେ ପ୍ରାଧାନ୍ୟ ବିସ୍ତାର କରିଆସୁଥିଲା। ପୂର୍ବତନ ବ୍ୟାଟିଂ ପ୍ରଶିକ୍ଷକ କହିଛନ୍ତି, ଘରୋଇ ପଡ଼ିଆରେ ଅନୁଷ୍ଠିତ ମ୍ୟାଚ୍‌ରେ ୭୫ ପ୍ରତିଶତରୁ ଅଧିକ ମ୍ୟାଚରେ ଜିତିବ ବୋଲି ଭାରତୀୟ ଦଳ ନିଶ୍ଚିତ। ଏହି କାରଣରୁ କୋହଲି ଚାହୁଁଥିଲେ ଯେ, ଭାରତ ବିଦେଶୀ ପିଚରେ ଭଲ ପ୍ରଦର୍ଶନ କରିବ।

ବିରାଟ କୋହଲି ତାଙ୍କ କ୍ୟାରିୟରରେ ୬୮ଟି ଟେଷ୍ଟ ମ୍ୟାଚରେ ଭାରତର ଅଧିନାୟକତ୍ୱ କରିଥିଲେ, ଯେଉଁଥିରୁ ଦଳ ୪୦ଥର ଜିତିଥିଲା। ଏମଏସ ଧୋନୀ ଏବଂ ସୌରଭ ଗାଙ୍ଗୁଲିଙ୍କ ତୁଳନାରେ ତାଙ୍କର ବିଜୟ ପ୍ରତିଶତ ବହୁତ ଭଲ। ୨୦୧୪/୨୦୧୫ ଅଷ୍ଟ୍ରେଲିଆ ଗସ୍ତ ସମୟରେ କୋହଲି ପ୍ରଥମ ଥର ପାଇଁ ଟିମ ଇଣ୍ଡିଆର ଦାୟିତ୍ୱ ନେଇଥିଲେ। ଏହା ପରେ ସେ ଜଣେ ଅଧିନାୟକ ଭାବରେ ହାରାହାରି ୫୪.୮୦ରେ ଭାରତ ପାଇଁ ୫,୮୬୪ ରନ ସ୍କୋର କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଭାରତର ସମ୍ମାନ ରଖିଲେ ଅଶ୍ୱିନ

ଚେନ୍ନାଇ,୨୦।୯: ଚେନ୍ନାଇରେ ଅନୁଷ୍ଠିତ ବାଂଲାଦେଶ ବିପକ୍ଷ ପ୍ରଥମ ଟେଷ୍ଟରେ ଭାରତର ସମ୍ମାନ ରକ୍ଷା କରିଛନ୍ତି ରବିଚନ୍ଦ୍ରନ ଅଶ୍ୱିନ। ଭାରତ ୧୪୪ ରନ୍‌ରେ ୬ ଉଇକେଟ ହରାଇ...

୨୦ ବର୍ଷ କ୍ରିକେଟ୍‌ରୁ ବାସନ୍ଦ ହେଲେ ଏହି ଖେଳାଳି

ମେଲବୋର୍ନ, ୨୦ା୯: ଶ୍ରୀଲଙ୍କାର ପୂର୍ବତନ ଟେଷ୍ଟ କ୍ରିକେଟର ଦୁଲୀପ ସମରବୀରା ଅଷ୍ଟ୍ରେଲିଆରେ କୋଚିଂ ଦେବାରୁ ୨୦ବର୍ଷ ବାସନ୍ଦ ହୋଇଛନ୍ତି। ସେ ଭିକ୍ଟୋରିଆ ମହିଳା ଦଳର କୋଚ୍‌...

୧୪୭ ବର୍ଷ କ୍ରିକେଟ୍‌ ଇତିହାସରେ ପ୍ରଥମ ଖେଳାଳି ଭାବେ ଏମିତି ରେକର୍ଡ କଲେ ଆର୍‌. ଅଶ୍ୱିନ

ଚେନ୍ନାଇ,୨୦।୯: ଚେନ୍ନାଇରେ ଭାରତ ଏବଂ ବାଂଲାଦେଶ ମଧ୍ୟରେ ଖେଳାଯାଇଥିବା ପ୍ରଥମ ଟେଷ୍ଟ ମ୍ୟାଚରେ ରବିଚନ୍ଦ୍ରନ ଅଶ୍ୱିନ ବିଶ୍ୱ ରେକର୍ଡ ସୃଷ୍ଟି କରିଛନ୍ତି। ମ୍ୟାଚ୍‌ର ପ୍ରଥମ ଦିନରେ...

୧୧୯ ବର୍ଷ ପୂର୍ବେ କରିଥିଲେ ଡେବ୍ୟୁ, ୨୯ ବର୍ଷ ଖେଳି ହାସଲ କଲେ ୧୯୯ ଶତକ: ତାଙ୍କ ଆଖପାଖରେ ନାହାନ୍ତି ସଚିନ-କୋହଲି

ନୂଆଦିଲ୍ଲୀ,୧୯।୯: କ୍ରିକେଟରେ ଶତକ ସ୍କୋର କରିବା ଏକ ବଡ଼ ସଫଳତା। ୧୦୦ ରନ ପୂରଣ କରିବାକୁ ଜଣେ ବ୍ୟାଟ୍ସମ୍ୟାନଙ୍କୁ ଅନେକ ଘଣ୍ଟା ପାଇଁ କ୍ରିଜରେ ରହିବାକୁ...

ପଡିଆରେ ଏହି ମନ୍ତ୍ର ଜପ କରନ୍ତି ବିରାଟ କୋହଲି, ଆଉ ଗୌତମ ଗମ୍ଭୀର…

ନୂଆଦିଲ୍ଳୀ,୧୯ା୯(ପି.ଟି.): ଭାରତୀୟ ଦଳର ଷ୍ଟାର ବ୍ୟାଟର ବିରାଟ କୋହଲି ଓ ମୁଖ୍ୟ କୋଚ୍‌ ଗୌତମ ଗମ୍ଭୀରଙ୍କ ସାକ୍ଷାତକାର ଅବସରରେ ଉଭୟଙ୍କ ଆଧ୍ୟାତ୍ମିକତାର ରୁଚି ସାମ୍ନାକୁ ଆସିଛି।...

ଗମ୍ଭୀର-ବିରାଟ ବିବାଦ ଚର୍ଚ୍ଚାରେ ପୂର୍ଣ୍ଣଚ୍ଛେଦ

ଚେନ୍ନାଇ,୧୯ା୯(ପି.ଟି.):ଭାରତୀୟ ଦଳର ଷ୍ଟାର ବ୍ୟାଟର ବିରାଟ କୋହଲି ଓ ମୁଖ୍ୟ କୋଚ୍‌ ଗୌତମ ଗମ୍ଭୀରଙ୍କ ମଧ୍ୟରେ ପଡିଆ ବାହାରେ ବିବାଦକୁ ନେଇ ସର୍ବଦା ଖବର ଦେଖିବାକୁ...

ରାଜ୍ୟଗୋଷ୍ଠୀ ଭାରୋତ୍ତୋଳନ: ସ୍ବୟମ୍‌ଜିତଙ୍କୁ ସ୍ବର୍ଣ୍ଣ

ଭୁବନେଶ୍ୱର, ୧୯।୯ (ତପନ ସ୍ବାଇଁ): ଫିଜିର ସୁଭାରେ ଚାଲିଥିବା ରାଜ୍ୟଗୋଷ୍ଠୀ ୟୁଥ୍‌, ଜୁନିୟର ଓ ସିନିୟର ଭାରୋତ୍ତୋଳନ ଚାମ୍ପିୟନଶିପ୍‌ରେ ଓଡ଼ିଶାର ସ୍ବୟମଜିତ ପ୍ରସାଦ ସାହୁ ବୁଧବାର...

ପ୍ରଥମ ଦିବସରେ ଏକାଧିକ ମିଟ୍‌ ରେକର୍ଡ

ଭୁବନେଶ୍ୱର, ୧୯।୯ (ତପନ ସ୍ବାଇଁ): ରାଜ୍ୟ ସରକାରଙ୍କ କ୍ରୀଡ଼ା ବିଭାଗ ଓ ଓଡ଼ିଶା ଆଥଲେଟିକ୍ସ ଆସୋସିଏଶନର ମିଳିତ ଆନୁକୂଲ୍ୟରେ ୭୦ତମ ରାଜ୍ୟ ସିନିୟର ଆଥଲେଟିକ୍ସ ଚାମ୍ପିୟନଶିପ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri