Posted inଜାତୀୟ

କୋଲକତା ଟ୍ରେନି ଡାକ୍ତରଙ୍କ ବଳାତ୍କାର ମାମଲା: ନାଇଟ୍‌ ଶିଫ୍ଟରେ ଥିବା ଡାକ୍ତର କଲେ ଆଶ୍ଚର୍ଯ୍ୟଜନକ ଖୁଲାସା, କହିଲେ…

କୋଲକାତା,୨।୯: କୋଲକାତାର ଆର୍‌.ଜି କର ହସ୍ପିଟାଲରେ ୩୧ ବର୍ଷିୟ ଟ୍ରେନି ଡାକ୍ତରଙ୍କ ବଳାତ୍କାର ଏବଂ ହତ୍ୟା ମାମଲାକୁ ନେଇ ଦେଶରେ ଚର୍ଚ୍ଚା ରହିଛି। ୮ ଅଗଷ୍ଟ ଏହି ଘଟଣା ଦିନ ଡକ୍ତର ତାପସ ପ୍ରୋମାନିକ ହସ୍ପିଟାଲର ଏମରଜେନ୍ସି ଓ୍ବାର୍ଡରେ ଥିଲେ। ସେ ଟ୍ରେନି ଡାକ୍ତରଙ୍କ ମୃତଦେହ ମିଳିବା ପରେ ଅନୁସନ୍ଧାନ ସମ୍ପର୍କରେ ଅନେକ ଅସଙ୍ଗତି ଉପରେ ପ୍ରଶ୍ନ ଉଠାଇଛନ୍ତି।

ସେ ସେହିଦିନର ଘଟଣା ସମ୍ପର୍କରେ କହିଛନ୍ତି, ୮ ଅଗଷ୍ଟ ରାତି ସମୟ ପ୍ରାୟ ୯ଟାରୁ ତା’ପର ଦିନ ସକାଳ ୯ଟା ପର୍ଯ୍ୟନ୍ତ ଡ୍ୟୁଟିରେ ଥିଲେ। ଘରକୁ ଯିବା ପରେ ସକାଳ ୧୧.୪୫ରେ ହ୍ବାଟ୍ପଆପ୍‌ ଗ୍ରୁପ୍‌ ମାଧ୍ୟମରେ ଜଣାପଡିଲା କି ରାତିରେ ଏଭଳି ଘଟଣା ହୋଇଛି। ହସ୍ପିଟାଲକୁ ଫୋନ କରି ବଝିଲା ବେଳକୁ ହସ୍ପିଟାଲର ୩ ମହଲାରେ ମୃତଦେହ ମିଳିଛି। ବାସ୍ତବରେ ସକାଳ ୯ଟା ପର୍ଯ୍ୟନ୍ତ ଏହି ଘଟଣା ସମ୍ପର୍କରେ କାହାକୁ ଖବର ନ ଥିଲା।

ଏହି ମାମଲାରେ ଡେଥ୍‌ ସାର୍ଟିଫିକେଟ୍‌ ୧୨.୪୫ରେ ଜାରି ହୋଇଥିଲା। ହେଲେ କୋଲକାତା ପୋଲିସ ଷ୍ଟେଶନ ମୁତାବକ, ସକାଳ ୯.୪୫ରେ ମୃତଦେହ ମିଳିଥିଲା। କିନ୍ତୁ ଏଠାରେ ପ୍ରଶ୍ନ ହେଉଛି ଯେ ସୁପ୍ରିମକୋର୍ଟରେ ଦାଖଲ ହୋଇଥିବା ଆଫିଡେଭିଟ୍‌ କୁହାଯାଇଛି ଯେ ମୃତଦେହ ଅଗଷ୍ଟ ୯ ତାରିଖ ସକାଳ ପ୍ରାୟ ୧୦ଟା ସମୟରେ ମିଳିଥିଲା। ହେଲେ ଦିନ ୧୨.୪୫ରେ ମୃତ୍ୟୁ ପ୍ରମାଣପତ୍ର ପ୍ରଦାନ କରାଯାଇଥିଲା। ୯.୪୫ରୁ ୧୨.୪୫ ପ୍ରାୟ ୩ ଘଣ୍ଟା ମଧ୍ୟରେ କ’ଣ ହୋଇଥିଲା ବୋଲି ଡାକ୍ତର ପ୍ରଶ୍ନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶାହାଙ୍କ ଉପରେ ପୁରସ୍କାର ଘୋଷଣା କଲେ ଖଲିସ୍ତାନୀ ଆତଙ୍କବାଦୀ ପନ୍ନୁ, ସିଆର୍‌ପିଏଫ୍‌ ସ୍କୁଲ ବନ୍ଦ ପାଇଁ ଆହ୍ବାନ

ନୂଆଦିଲ୍ଲୀ,୨୫ା୧୦ : ଖଲିସ୍ତାନୀ ଆତଙ୍କବାଦୀ ତଥା ‘ଶିଖ୍‌ସ ଫର୍‌ ଜଷ୍ଟିସ୍‌’ (ଏସ୍‌ଏଫ୍‌ଜେ) ମୁଖ୍ୟ ଗୁର୍‌ପତଓ୍ବନ୍ତ ସିଂ ପନ୍ନୁ ପୁଣିଥରେ ଭାରତକୁ ଧମକ ଦେଇଛନ୍ତି। ସ୍ବରାଷ୍ଟ୍ର ମନ୍ତ୍ରୀ...

ଆସିଲା ଡେଡ୍‌ଲାଇନ୍‌…ଦୀପାବଳି ପୂର୍ବରୁ ଡେମଚୋକ୍‌, ଡେପ୍‌ସାଙ୍ଗରୁ ହଟିବେ ଭାରତ-ଚାଇନା ସେନା

ନୂଆଦିଲ୍ଲୀ,୨୫ା୧୦: ପୂର୍ବ ଲଦାଖର ୨ ଫ୍ରିକ୍ସନ ପଏଣ୍ଟ ଡେମ୍‌ଚୋକ୍‌ ଏବଂ ଡେପ୍‌ସାଙ୍ଗରେ ୪ ବର୍ଷରୁ ଊର୍ଦ୍ଧ୍ୱ ସମୟ ଧରି ଲାଗି ରହିଥିବା ବିବାଦରେ ପଡ଼ିବ ପୂର୍ଣ୍ଣଚ୍ଛେଦ।...

ଜ୍ଞାନବାପି ମାମଲାରେ ହିନ୍ଦୁ ପକ୍ଷଙ୍କୁ ବଡ଼ ଝଟ୍‌କା

ନୂଆଦିଲ୍ଲୀ,୨୫।୧୦: ଜ୍ଞାନବାପି ମାମଲାରେ ହିନ୍ଦୁ ପକ୍ଷଙ୍କୁ ବଡ଼ ଝଟ୍‌କା ଲାଗିଛି। ବାରାଣସୀ କୋର୍ଟ ହିନ୍ଦୁ ପକ୍ଷଙ୍କ ଆବେଦନକୁ ଖାରଜ କରିଛନ୍ତି। ତେବେ ଜ୍ଞାନବାପିର ଏଏସ୍‌ଆଇ ସର୍ଭେ...

କିଏ ନେବେ ରତନ ଟାଟାଙ୍କ ଅତିପ୍ରିୟ ‘ଟିଟୋ’ର ଯତ୍ନ, ସାମ୍ନାକୁ ଆସିଲା ଏହି ନାମ

ମୁମ୍ବାଇ,୨୫।୧୦: ଟାଟା ଗ୍ରୁପର ପୂର୍ବତନ ଅଧ୍ୟକ୍ଷ ତଥା ସମ୍ମାନିତ ଚେୟାରମ୍ୟାନ ରତନ ଟାଟାଙ୍କ ଅକ୍ଟୋବର ୯ରେ ମୁମ୍ବାଇର ବ୍ରିଜ କ୍ୟାଣ୍ଡି ହସ୍ପିଟାଲରେ ୮୬ ବର୍ଷ ବୟସରେ...

ଝାଡଖଣ୍ଡ ନିର୍ବାଚନ: ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ବଡ଼ ଦାୟିତ୍ୱ ଦେଲା ଭାଜପା

ଭୁବନେଶ୍ୱର,୨୫।୧୦: ଆଗକୁ ଝାଡଖଣ୍ଡ ଓ ମହାରାଷ୍ଟ୍ର ବିଧାନସଭା ନିର୍ବାଚନ। ତେବେ ଝାଡଖଣ୍ଡ ନିର୍ବାଚନକୁ ନେଇ ସବୁ ଦଳ ବଳ କଷାକଷି ଆରମ୍ଭ କରିଥିବାବେଳେ ଜାତୀୟ ରାଜନୀତି...

ଭାରତୀୟଙ୍କୁ ଚାକିରି ଦେବାକୁ ଡାକୁଛି ଜର୍ମାନୀ, ମୋଦିଙ୍କ ସାମ୍ନାରେ ଏମିତି କହିଲେ ଚାନସେଲର

ନୂଆଦିଲ୍ଲୀ,୨୫।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପସ୍ଥିତିରେ ଜର୍ମାନ ଚାନସେଲର ଓଲାଫ ସ୍କୋଲଜ କହିଛନ୍ତି ଯେ ଜର୍ମାନୀ ଭାରତୀୟମାନଙ୍କୁ ଚାକିରି ଯୋଗାଇବାକୁ ଚାହୁଁଛି। ସେ ଡାକୁଛନ୍ତି। କିନ୍ତୁ...

ଅଭିନେତ୍ରୀ ରିୟା ଚକ୍ରବର୍ତ୍ତୀଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ବଡ଼ ଆଶ୍ୱସ୍ତି

ନୂଆଦିଲ୍ଲୀ,୨୫।୧୦: ବଲିଉଡ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ମାମଲାରେ ରିୟା ଚକ୍ରବର୍ତ୍ତୀ ଏବଂ ତାଙ୍କ ପରିବାର ସୁପ୍ରିମକୋର୍ଟଙ୍କରୁ ଏକ ବଡ଼ ଆଶ୍ୱସ୍ତି ପାଇଛନ୍ତି। ହାଇକୋର୍ଟଙ୍କ...

ନୀତୀଶ କୁମାରଙ୍କୁ ଭେଟିଲେ ଖାନ ସାର୍‌, ବଢୁଛି ରାଜନୈତିକ ଉଷ୍ମତା

ପାଟନା,୨୫।୧୦: ଏବେ ବିହାରର ରାଜଧାନୀ ପାଟନାରୁ ଏକ ବଡ ଖବର ସାମ୍ନାକୁ ଆସିଛି। ପ୍ରତିଯୋଗିତାମୂଳକ ପରୀକ୍ଷାର ଜଣାଶୁଣା ଶିକ୍ଷକ ଖାନ ସାର୍‌ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri