ନାମାଙ୍କନପତ୍ର ଦାଖଲ କଲେ କୋରାପୁଟ କଂଗ୍ରେସ ଏମ୍‌ପି ପ୍ରାର୍ଥୀ

କୋରାପୁଟ,୧୯ା୪(ଅମିତାଭ ବେହେରା): ଶୁକ୍ରବାର ମଧ୍ୟାହ୍ନରେ କୋରାପୁଟ ଜିଲାପାଳ ଭି. କୀର୍ତ୍ତି ଭାସନଙ୍କ ନିକଟରେ କଂଗ୍ରେସର କୋରାପୁଟ ଏମ୍‌ପି ପ୍ରାର୍ଥୀ ସପ୍ତଗିରି ଶଙ୍କର ଉଲାକା ନାମାଙ୍କନପତ୍ର ଦାଖଲ କରିଛନ୍ତି।

ସୂଚନାଯୋଗ୍ୟ, କୋରାପୁଟ ଲୋକ ସଭା ନିର୍ବାଚନ ପାଇଁ ପ୍ରଥମ ପର୍ଯ୍ୟାୟ ମତଦାନ ମେ’ ୧୩ରେ ଅନୁଷ୍ଠିତ ହେବ। ଏଠାରୁ କଂଗ୍ରେସ ଏମ୍‌ପି ପ୍ରାର୍ଥୀ ସପ୍ତଗିରି ଉଲାକା ନିର୍ବାଚନ ଲଢୁଥିବା ବେଳେ ବିଜେଡିରୁ କୌଶଲ୍ୟା ହିକ୍‌କା ଏବଂ ଭାଜପାରୁ କାଳିରାମ ମାଝି ଏମ୍‌ପି ପ୍ରାର୍ଥୀ ଭାବେ ନିର୍ବାଚନ ମଇଦାନକୁ ଓହ୍ଲାଇଛନ୍ତି।

Share