ବାଲେଶ୍ୱର ଅଫିସ,୧।୧୧: ଆଜିଠୁ ଖୋଲିଲା ବାଲେଶ୍ୱର ଜିଲା ନୀଳଗିରି ଅଞ୍ଚଳରେ ଥିବା କୁଳଡିହା ଅଭୟାରଣ୍ୟ। ପର୍ଯ୍ୟଟକଙ୍କ ପାଇଁ ଗୋହିରାଭୋଳଠାରେ ନେଚର୍ସ କ୍ୟାମ୍ପରେ ରାତ୍ରି ରହଣି ପାଇଁ ସମସ୍ତ ବ୍ୟବସ୍ଥା କରାଯାଇଛି। ପ୍ରତ୍ୟେକ ବର୍ଷଭଳି ଆଜିଠାରୁ ଜୁନ ୧୫ ତାରିଖ ପର୍ଯ୍ୟନ୍ତ ପର୍ଯ୍ୟଟକମାନଙ୍କ ପାଇଁ ଅଭୟାରଣ୍ୟ ଖୋଲିଛି।