ନେତାଜୀଙ୍କ ଜୟନ୍ତୀରେ ଲୋକାର୍ପିତ ହେଲା କୁଟିଆ ସଂଗ୍ରହାଳୟ

ତୁମୁଡ଼ିବନ୍ଧ,୨୩ା୧(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ଅଞ୍ଚଳରେ ବସବାସ କରୁଥିବା ଅନୁସୂଚିତ ଜନଜାତିମାନଙ୍କ ମଧ୍ୟରେ କୁଟିଆ ଆଦିମ ଜନଜାତି ଅଟେ। ଏମାନଙ୍କ ଜୀବନ ଶୈଳୀର ପରମ୍ପରା, ସଂସ୍କୃତିରେ ରହିଛି ସମାଜକୁ ବିଭିନ୍ନ ଶିକ୍ଷଣୀୟ ବିଷୟ। ତାହା ଏବେ ଲୋପ ପାଇବାକୁ ବସିଲାଣି। ତାହା କିପରି ସୁରକ୍ଷିତ ରହିବ ତାହା ଉପରେ ପଦେ ଆଗକୁ ଯାଇ ଏହି ସଂଗ୍ରହାଳୟ କରାଯାଇଛି। ଏହି ସଂଗ୍ରହାଳୟ କନ୍ଧମାଳ ଜିଲା ତୁମୁଡିବନ୍ଧ ନେତାଜୀ ସୁଭାଷ ବୋଷ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଗୁରୁବାର ଉଦଘାଟିତ ହୋଇଛି। ବିଦ୍ୟାଳୟର ଅଧ୍ୟକ୍ଷ ଡଃ ସୁନୀଲ କୁମାର ପାତ୍ରଙ୍କ ପରିଚାଳନାରେ କନ୍ଧମାଳ ଏମ୍‌ପି ସୁକାନ୍ତ କୁମାର ପାଣିଗ୍ରାହୀ ଏହି ସଂଗ୍ରହାଳୟକୁ ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେ ବାଲିଗୁଡ଼ା ଆଇଟିଡିଏ ପିଏ ଗଦାଧର ପାତ୍ର, ତୁମୁଡିବନ୍ଧ ବିଡିଓ ବନବିହାରୀ ହରପାଲ ଓ ତୁମୁଡିବନ୍ଧ ବ୍ଲକ ଅଧ୍ୟକ୍ଷା ବାସନ୍ତୀ ମାଝୀ, ଜିଲା ପରିଷଦ ସଭ୍ୟ ନବୀନ ପାତ୍ର, ପୂର୍ବତନ ବିଧାୟକ ରାଜୀବ ପାତ୍ର ତୁମୁଡିବନ୍ଧ ବ୍ଲକ ଏମ୍‌ପି ପ୍ରତିନିଧି ପୂର୍ଣ୍ଣଚନ୍ଦ୍ର ପାଢ଼ୀ ପ୍ରମୁଖ ଉପସ୍ଥିତ ଥିଲେ। ଏମ୍‌ପି ପାଣିଗ୍ରାହୀ ଏପରି ପଦକ୍ଷେପକୁ ପ୍ରଶଂସା କରିବା ସହିତ ଧନ୍ୟବାଦ ଜଣାଇଛନ୍ତି। ଏହି ସଂଗ୍ରହାଳୟରେ ଆଦିବାସୀଙ୍କ ପାରମ୍ପରିକ ଖାଦ୍ୟର ନମୁନା, ବାଦ୍ୟଯନ୍ତ୍ର, ଅସ୍ତ୍ରଶସ୍ତ୍ର, ଅଳଙ୍କାର, କୃଷି ସାମଗ୍ରୀଗୁଡ଼ିକ ରଖାଯାଇଛି। ଯାହାକି ଆଗାମୀ ଦିନରେ ଏହା ବାର୍ତ୍ତାବହ ହେବ। ଜିଲ୍ଲା ରାଜ୍ୟ ତଥା ରାଜ୍ୟ ବାହାରୁ ଭ୍ରମଣରେ ଆସୁଥିବା ପର୍ଯ୍ୟଟକମାନେ ଦେଖି ଖୁସି ହେବେ। ବିଦ୍ୟାଳୟର ଏହି ସଂଗ୍ରହାଳୟ ଏକ ପର୍ଯ୍ୟଟନସ୍ଥଳୀ ପାଲଟିବ। ଏହି ସଂଗ୍ରହାଳୟକୁ ତୁମୁଡିବନ୍ଧ ଅଞ୍ଚଳର ବୁଦ୍ଧିଜୀବୀ ଓ ଜନସାଧାରଣ ପ୍ରଶଂସା କରିବା ସହିତ ଏପରି ପଦକ୍ଷେପକୁ ସ୍ବାଗତ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କରାଟେ କଲର ବେଲ୍ଟ ପରୀକ୍ଷା: ୨୦ ଛାତ୍ରୀଛାତ୍ର ଉତ୍ତୀର୍ଣ୍ଣ

ଲାଞ୍ଜିଗଡ଼,୧୩ା୩(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜିଗଡ ବେଦାନ୍ତ କଲୋନୀ କ୍ଲବ ହାଉସଠାରେ କରାଟେ କଲର ବେଲ୍ଟ ପରୀକ୍ଷା ଗୁରୁବାର ଅନୁଷ୍ଠିତ ହୋଇଯାଇଛି।...

ସିଦ୍ଧ ବାଙ୍କେଶ୍ବରୀଙ୍କ ଡିମ୍ବୁଳା ଯାତ୍ରା ଆରମ୍ଭ, ଯାତ୍ରା ପୀଠ ଲୋକାରଣ୍ୟ

ଦିଗପହଣ୍ଡି,୧୩ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ପ୍ରମୁଖ ଶକ୍ତିପୀଠ ମଧ୍ୟରୁ ତତ୍କାଳୀନ ବଡଖେମୁଣ୍ଡି ଗଡ଼ ତଥା ଦିଗପହଣ୍ଡି ବ୍ଲକ ବଡଡିମ୍ବୁଳା ଗ୍ରାମରେ କେଉଁ ଆବହମାନ କାଳରୁ...

୧୭ରେ କୃଷକ ମହାପଞ୍ଚାୟତ

ବରଗଡ଼,୧୩।୩(ପ୍ରେମାନନ୍ଦ ଖମାରୀ): ଆସନ୍ତା ୧୭ତାରିଖରେ ବରଗଡ ଜିଲା ସୟାଁ ଖେଳ ପଡ଼ିଆରେ କୃଷକ ମହାପଞ୍ଚାୟତ ହେବ। ଏଥିପାଇଁ ଜିଲାର ସମସ୍ତ ଗାଁ ଗାଁରେ ଜୋରଦାର ପ୍ରସ୍ତୁତି...

ଓଡ଼ିଆ ଅସ୍ମିତା ପାଇଁ ଭାଜପା ୫୦ ବର୍ଷ ଶାସନ କରିବ: ଉପେନ୍ଦ୍ର ଭଞ୍ଜଙ୍କ ଜୟନ୍ତୀ ଉଦ୍‌ଯାପିତ ଅବସରରେ ଏମିତି କହିଲେ ବିଧାୟକ

ଭଞ୍ଜନଗର,୧୩।୩(ବାବୁଲା ପ୍ରଧାନ): କବି ସମ୍ରାଟ ଉପେନ୍ଦ୍ର ଭଞ୍ଜଙ୍କ ଜନ୍ମମାଟି ଭଞ୍ଜନଗର ନିକଟସ୍ଥ କୁଲାଡରେ ଦୁଇ ଦିନ ଧରି ଚାଲିଥିବା କବି ସମ୍ରାଟ ଉପେନ୍ଦ୍ର ଭଞ୍ଜଙ୍କ ଜୟନ୍ତୀ...

ବାଇକରେ ବ୍ରହ୍ମପୁର ଅଭିମୁଖେ ଦ୍ରୁତଗତିରେ ଯାଉଥିବାବେଳେ ଧରିଲା ପୋଲିସ, ଯାଞ୍ଚବେଳେ ମିଳିଲା…

ଦିଗପହଣ୍ଡି,୧୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ଗୁରୁବାର ଗଞ୍ଜେଇ ଚୋରାଚାଲାଣ ଅଭିଯୋଗରେ ୨ ଜଣ ଯୁବକଙ୍କୁ ଗିରଫ କରି ବ୍ରହ୍ମପୁର ଜିଲା ଦୌରା...

ଗଞ୍ଜେଇ ସହ ଧରାପଡିବା ପରେ ମାରିଥିଲେ ଚମ୍ପଟ, ଗୋଡାଇ ଗୋଡାଇ ଧରିଲା ଅବକାରୀ

ଛତ୍ରପୁର, ୧୩।୩(ସନ୍ତୋଷ ପାଢ଼ୀ ): ଛତ୍ରପୁର ସ୍ଥିତ ଭ୍ରାମ୍ୟମାଣ ଅବକାରୀ ଟିମ ଗୁରୁବାର ଗଞ୍ଜାମ ବ୍ରିଜ ନିକଟରୁ ୮ କିଗ୍ରା ଗଞ୍ଜେଇ ସହ ଜଣଙ୍କୁ ଗିରଫ...

କନ୍ଧମାଳ ମହୋତ୍ସବ, ପଲ୍ଲୀଶ୍ରୀ ମେଳା-୨୦୨୫: ମଶାଲ ଶୋଭାଯାତ୍ରାରେ ସାମିଲ ହେଲେ ଅଞ୍ଚଳବାସୀ, ବ୍ଲକ କର୍ମଚାରୀ

ଦାରିଙ୍ଗବାଡି, ୧୩।୩ (ଅରୁଣ ସାହୁ ): ଆସନ୍ତା ୨୧ ଠାରୁ ୨୫ ପର୍ଯ୍ୟନ୍ତ ଫୁଲବାଣୀଠାରେ କନ୍ଧମାଳ ମହୋତ୍ସବ ଓ ପଲ୍ଲୀଶ୍ରୀ ମେଳା -୨୦୨୫ ହେବାକୁ ଯାଉଛି।...

ଜାତୀୟ ମାଷ୍ଟର ଗେମ୍ସ, ବିଦ୍ୟାଧରଙ୍କୁ ମିଳିଲା ସ୍ବର୍ଣ୍ଣ

ବରଗଡ଼,୧୩।୩(ପ୍ରେମାନନ୍ଦ ଖମାରୀ): ସପ୍ତମ ଜାତୀୟ ମାଷ୍ଟର ଗେମ୍ସ ପ୍ରତିଯୋଗିତାରେ ବରଗଡ଼ ଜିଲା ଅତାବିରା ବ୍ଲକ ଅଧୀନ କାଦୋବାହାଲ ଗ୍ରାମର ବିଦ୍ୟାଧର ସାହୁ କ୍ରୀଡ଼ାରେ ରେକର୍ଡ ସୃଷ୍ଟି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image