ନିଲମ୍ବନ ଉଠିବା ପରେ କୁଟ୍ଟେଙ୍କୁ ନିଯୁକ୍ତି ଦେଲେ ରାଜ୍ୟ ସରକାର, ମିଳିଲା ଏହି ଦାୟିତ୍ୱ

ଭୁବନେଶ୍ୱର,୧୫।୭: ଆଇପିଏସ ଡିଏସ କୁଟ୍ଟେଙ୍କୁ ରାଜ୍ୟ ଗୃହ ବିଭାଗ ଓଏସଡି ଭାବେ ନିଯୁକ୍ତି ମିଳିଛି। ଏନେଇ ଗୃହ ବିଭାଗ ତରଫରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ନିଲମ୍ବନ ଉଠିବା ପରେ କୁଟ୍ଟେଙ୍କୁ ନିଯୁକ୍ତି ଦେଇଛନ୍ତି ସରକାର।

ନିର୍ବାଚନ ସମୟରେ କୁଟ୍ଟେଙ୍କୁ ନିଲମ୍ବିତ କରାଯାଇଥିଲା। ତତ୍କାଳୀନ ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ସଚିବ ଥିବା ବେଳେ ସେ ଭାରତୀୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶରେ ନିଲମ୍ବିତ ହୋଇଥିଲେ।

ଅନ୍ୟପଟେ, ଆଜି ବରିଷ୍ଠ ଆଇପିଏସ ରବି କାନ୍ତଙ୍କୁ ଆବାସିକ କମିଶନର ହଟାଯାଇ ରାଜ୍ୟ ଗୃହ ବିଭାଗ ଓଏସ୍‌ଡି ଭାବେ ବଦଳି କରାଯାଇଛି। ପୂର୍ବରୁ ମୁଖ୍ୟମନ୍ତ୍ରୀଙ୍କ ସୁରକ୍ଷା ଦାୟିତ୍ୱରେ ଥିବା ଆଇଜି ଆଶିଷ ସିଂଙ୍କୁ ମଧ୍ୟ ଗୃହ ବିଭାଗ ଓଏ୍‌ସଡି ଭାବେ ନିଯୁକ୍ତି ଦିଆଯାଇଥିଲା।

ନିର୍ବାଚନ ପ୍ରକ୍ରିୟାରେ ଅନୈତିକ ହସ୍ତକ୍ଷେପ ପାଇଁ ତାଙ୍କୁ ସସପେଣ୍ଡ କରାଯାଇଥିଲା। ସସପେଣ୍ଡ କାଳରେ ସେ ନୂଆଦିଲ୍ଲୀ ଆବାସିକ କମିଶନରଙ୍କ ଅଫିସରେ ରହି ସେ କାର୍ଯ୍ୟ କରୁଥିଲେ। ଯାହା ପରେ ଆଜି ତାଙ୍କର ନିଲମ୍ବନକୁ ହଟାଯାଇଛି।

କୁଟ୍ଟେଙ୍କ ପୁରା ନାମ ଧିରେନ୍ଦ୍ର ସମ୍ଭାଜି କୁଟ୍ଟେ। ୨୦୧୯ ଅକ୍ଟୋବର ୨୩ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସେ ସ୍ବତନ୍ତ୍ର ସଚିବ ଭାବେ ନିଯୁକ୍ତ ହୋଇଥିଲେ। ଏଥିସହ ସେ ଓଡ଼ିଶା ପୋଲିସର ଅତିରିକ୍ତ ମହା ନିର୍ଦ୍ଦେଶକ ମଧ୍ୟ ଥିଲେ। ୧୯୯୭ ବ୍ୟାଚର ଆଇପିଏସ ଅଧିକାରୀ କୁଟ୍ଟେ ୨୦୧୭ ଏପ୍ରିଲରୁ ମୁଖ୍ୟମନ୍ତ୍ରୀଙ୍କ ସ୍ପେଶାଲ ଡ୍ୟୁଟି ପାଇ ନିୟୋଜିତ ହୋଇଥିଲେ। ୨୦୨୩ ସାଧାରଣତନ୍ତ୍ର ଦିବସରେ ନିଜର ଉଲ୍ଲେଖନୀୟ ସେବା ପାଇଁ ପୋଲିସ ପଦକରେ ମଧ୍ୟ ସମ୍ମାନିତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ନୀତିଗ୍ରସ୍ତଙ୍କ ବିରୁଦ୍ଧରେ ମୋହନ ସରକାରଙ୍କ ପ୍ରଥମ କାର୍ଯ୍ୟାନୁଷ୍ଠାନ, ବିଦା ହେଲେ ବରିଷ୍ଠ ଅଧିକାରୀ

ଭୁବନେଶ୍ୱର,୧୯ା୯: ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୋଧରେ ବଡ଼ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି ମୋହନ ସରକାର। ଭାଜପା ସରକାରରେ କୌଣସି କର୍ମଚାରୀଙ୍କୁ ଦୁର୍ନୀତି ଅଭିଯୋଗରେ ବିଦା କରିବା ପ୍ରଥମ ଘଟଣା।...

ଭିସୁଟ୍‌ ଛାତ୍ରୀ ଚିନ୍ମୟୀ ମୃତ୍ୟୁ ମାମଲା: ଉତ୍ତର ରଖିବାକୁ ସରକାରଙ୍କୁ ନିର୍ଦ୍ଦେଶ

କଟକ,୧୯ା୯ (କାର୍ତ୍ତିକ ସାହୁ) ସମ୍ବଲପୁର ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ୟୁନିଭର୍ସିଟି ଅଫ୍‌ ଟେକ୍ନୋଲୋଜି (ଭିସୁଟ୍‌) ଛାତ୍ରୀ ଚିନ୍ମୟୀ ପ୍ରିୟଦର୍ଶିନୀ ସାହୁ ମୃତ୍ୟୁ ମାମଲା ଏବେ...

ପୋଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ ମାମଲା: ୨ ଲକ୍ଷ କ୍ଷତିପୂରଣ ଦେବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ,୧୯ା୯ (କାର୍ତ୍ତିକ ସାହୁ): ପୋଲିସ ହେପାଜତରେ ଥିବା ବେଳେ ଟ୍ରେନ୍‌ରୁ ଗଳି ଅଭିଯୁକ୍ତଙ୍କ ମୃତ୍ୟୁ ମାମଲାରେ ହାଇକୋର୍ଟ ୨ ଲକ୍ଷ ଟଙ୍କା କ୍ଷତିପୂରଣ ଦେବାକୁ ରାଜ୍ୟ...

Featured Video Play Icon

ମୋତେ ଦୁଷ୍କର୍ମ କରିବାକୁ ଉଦ୍ୟମ କରିଥିଲେ ଆଇଆଇସି!

ଭରତପୁର ଥାନାରେ ସେନାଅଧିକାରୀ ଓ ତାଙ୍କ ବାନ୍ଧବୀଙ୍କୁ ଦୁର୍ବ୍ୟବହାର ଘଟଣା । ପିଡ଼ୀତା ଆଣିଲେ ଆଇଆଇସି ଦୁଷ୍କର୍ମ କରିବା ଅଭିଯୋଗ ।

ରାତିରେ ମିଳିଲାନି ଚିକିତ୍ସା: ମା’ କୋଳରେ ଚାଲିଗଲା ଶିଶୁର ଜୀବନ 

ଉଦଳା,୧୯ା୯(ସନ୍ତୋଷ କୁମାର ବାଛିନୀ): ରାତି ଅଧରେ ମିଳିଲାନି ଚିକିତ୍ସା ସୁବିଧା। ଗୁରୁତର ଥିବା ୫ ମାସର ଶିଶୁକୁ ମେଡିକାଲରେ ଡାକ୍ତର ଦେଖିବା ପରେ ଓ୍ବାର୍ଡକୁ ପଠାଇ...

ବିଜେଡିକୁ ଝଟକା: ଡେଲାଙ୍ଗ ବ୍ଲକ ଅଧ୍ୟକ୍ଷାଙ୍କ ପଦ ରଦ୍ଦ କଲେ କୋର୍ଟ

ଭୁବନେଶ୍ୱର,୧୯।୯: ପୁରୀ ଜିଲାର ଏକ କୋର୍ଟ ଡେଲାଙ୍ଗ ପଞ୍ଚାୟତ ସମିତି (ବ୍ଲକ) ଅଧ୍ୟକ୍ଷା ବାସନ୍ତୀ ସାହୁଙ୍କୁ ଓଡ଼ିଶା ଗ୍ରାମ ପଞ୍ଚାୟତ ଆଇନର ଦୁଇ ଶିଶୁଙ୍କ ନିୟମ...

ବୈଠକ ଅଧାରୁ ଉଠି ଆସିଲେ ବିଜେଡି ଜିଲାପରିଷଦ ସଭ୍ୟ

ଛତ୍ରପୁର,୧୯ା୯(ସନ୍ତୋଷ ପାଢ଼ୀ/ଦିଲୀପ ସାମଲ): ପ୍ରାୟ ବର୍ଷେ ହେଲା ଜିଲା ପରିଷଦ ବୈଠକ ହୋଇ ନ ଥିବା, ୭ ଦିନ ପୂର୍ବରୁ ନୋଟିସ ନ ଦେଇ ବୈଠକକୁ...

ସୀମା ଟପିଥିଲା ଭରତପୁର ଥାନା ପୋଲିସ, କାନ୍ଦି କାନ୍ଦି ଘଟଣା ଦିନର କାହାଣୀ କହିଲେ ମେଜରଙ୍କ ବାନ୍ଧବୀ

ଭୁବନେଶ୍ୱର,୧୯।୯: ଭରତପୁର ଥାନାରେ ମେଜର ଓ ବାନ୍ଧବୀଙ୍କୁ ପୋଲିସର ମାଡ଼ ଘଟଣାରେ ଗଣମାଧ୍ୟମ ଆଗରେ ମୁହଁ ଖୋଲିଛନ୍ତି ମେଜରଙ୍କ ବାନ୍ଧବୀ ଅଙ୍କିତ ପ୍ରଧାନ। ଆଉ ଏହା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri