କୁଏଟ୍‌ ଅଗ୍ନିକାଣ୍ଡ: ୨ ଓଡ଼ିଆଙ୍କ ପରିବାରକୁ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୫।୬: କୁଏଟ୍‌ ଅଗ୍ନିକାଣ୍ଡରେ ପ୍ରାଣ ହରାଇଥିବା ୨ ଓଡିଆଙ୍କ ପରିବାରକୁ ସହାୟତା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝି। ଅଗ୍ନିକାଣ୍ଡରେ ପ୍ରାଣ ହରାଇଥିବା ତିଗିରିଆର ମହମ୍ମଦ ଜହୁର ଓ ଗଞ୍ଜାମ ଜିଲା ପୁରୁଷୋତମପୁର ବ୍ଲକ ରଣଝାଲି ଗାଁର ସନ୍ତୋଷ ଗୌଡଙ୍କ ପରିବାରକୁ ୪ ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ।

ଆଜି ଦୁଇ ମୃତକଙ୍କ ମୃତଦେହ କେରଳରୁ ଆସି ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ସେମାନଙ୍କ ଗାଁ ଅଭିମୁଖେ ଯାତ୍ରା କରିଛି । ତେବେ ଭୁବନେଶ୍ୱରରେ ସେମାନଙ୍କ ମୃତଦେହ ଆସି ପହଞ୍ଚିବା ପରେ ଦୁଇ ଉପମୁଖ୍ୟମନ୍ତ୍ରୀଙ୍କ ସହ ଅନ୍ୟ ଦଳୀୟ ନେତାମାନେ ପହଞ୍ଚି ଶ୍ରଦ୍ଧାଞ୍ଜଳି ଦେଇଛନ୍ତି ।

Share