କୁଏତରେ ଭୟାବହ ଅଗ୍ନିକାଣ୍ଡ: ଚାଲିଗଲା ୪୦ ଭାରତୀୟଙ୍କ ଜୀବନ, ସରକାରଙ୍କ ପକ୍ଷରୁ ହେଲ୍ପଲାଇନ୍‌ ନମ୍ବର ଜାରି

କୁଏତ,୧୨।୬: କୁଏତର ଦକ୍ଷିଣ ମଙ୍ଗାଫ ଜିଲାରେ ଥିବା ଏକ ଅଟ୍ଟାଳିକା(ଲେବର କ୍ୟାମ୍ପ)ରେ ବୁଧବାର ଭୟଙ୍କର ନିଆଁ ଲାଗିଛି। ଏଯାବତ ଏଥିରେ ୪୦ ଭାରତୀୟଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ସେହିଭଳି ୩୦ ଭାରତୀୟ ଗୁରୁତର ଅବସ୍ଥାରେ ଚିକିତ୍ସିତ ହେଉଛନ୍ତି। ପ୍ରାୟ ୯୦ ଭାରତୀୟଙ୍କୁ ଉଦ୍ଧାର କରାଯାଇଛି। ଘଟଣା ପରେ କୁଏତର ଗୃହମନ୍ତ୍ରୀ ଶେଖ ଫହାଦ ଅଲ ୟୁସୁଫ ଅଲ ସବାହ ଅଟ୍ଟାଳିକାର ମାଲିକଙ୍କୁ ଗିରଫ କରିବାକୁ ଆଦେଶ ଦେଇଛନ୍ତି। ଏହାକୁ ନେଇ ଭାରତୀୟ ଦୂତାବାସ ପକ୍ଷରୁ ହେଲ୍ପଲାଇନ୍‌ ନମ୍ବର, ମେଲ୍‌ ଆଇଡି ଜାରି କରାଯାଇଛି। ଏହା ମାଧ୍ୟମରେ ପୀଡ଼ିତଙ୍କ ପରିବାର କୁଏତରେ ଥିବା ଭାରତୀୟ ଦୂତାବାସ ସହ ଯୋଗାଯୋଗ କରିପାରିବେ।

ଦୁର୍ଘଟଣା ସମ୍ପର୍କରେ ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍‌ ଜୟଶଙ୍କର ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ଏକ ପୋଷ୍ଟ କରିଛନ୍ତି। ଏଥିରେ ସେ ଲେଖିଛନ୍ତି ଯେ, ଅଗ୍ନିକାଣ୍ଡ ଘଟଣା ଶୁଣି ଅତ୍ୟନ୍ତ ମର୍ମାହତ। ୪୦ରୁ ଅଧିକ ମୃତ୍ୟୁ ହୋଇଛି। ୫୦ରୁ ଅଧିକ ଲୋକଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଆମର ରାଷ୍ଟ୍ରଦୂତ ପୀଡ଼ିତଙ୍କୁ ଭେଟିଛନ୍ତି। ଯେଉଁମାନେ ପ୍ରାଣ ହରାଇଛନ୍ତି ସେମାନଙ୍କ ପରିବାରପ୍ରତି ଗଭୀର ସମବେଦନା।

କୁହାଯାଉଛି ଯେ, ଯେଉଁ ଅଟ୍ଟାଳିକାରେ ନିଆଁ ଲାଗିଥିଲା ତାହା ୬ ମହଲା ବିଶିଷ୍ଟ। ଏହାର ରୋଷେଇଘରେ ନିଆଁ ଲାଗିଥିଲା। ପରେ ଏହା ବ୍ୟାପିଯାଇଥିଲା। ଏହି କୋଠାରେ ଗୋଟିଏ କମ୍ପାନୀରେ କାମ କରୁଥିବା ୧୬୦ ଲୋକ ରହୁଥିଲେ, ଯେଉଁଥିରେ ଅନେକ କର୍ମଚାରୀ ଭାରତୀୟ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୫ ଶ୍ରେଣୀ ଛାତ୍ରୀଙ୍କୁ ଶିକ୍ଷକଙ୍କ ଅସଦାଚରଣ ଅଭିଯୋଗ: ବାନ୍ଧିଲା ପୋଲିସ

ବାରିପଦା,୨୭ା୧୨: ଜଣେ ନାବାଳିକା ଛାତ୍ରୀଙ୍କୁ ଅସଦାଚରଣ କରିବା ଅଭିଯୋଗରେ ଗିରଫ ହୋଇଛନ୍ତି ଜଣେ ଶିକ୍ଷକ। ଏପରି ଏକ ନିନ୍ଦନୀୟ ଘଟଣା ଘଟିଛି ମୟୂରଭଞ୍ଜ ଜିଲା-ଝାରପୋଖରିଆ ଥାନା...

ସଲମାନଙ୍କ ଜନ୍ମଦିନରେ ଏମିତି କହି ଶୁଭେଚ୍ଛା ଜଣାଇଲେ କ୍ୟାଟ୍ରିନା

ବଲିଉଡ ସୁପରଷ୍ଟାର ସଲମାନ ଖାନ ୬୦ତମ ଜନ୍ମଦିନ ପାଳନ କରୁଛନ୍ତି। ଏହି ଅବସରରେ ତାଙ୍କୁ ଅଭିନନ୍ଦନର ସୁଅ ଛୁଟିବାରେ ଲାଗିଛି। ଅନେକ ବଲିଉଡ ସେଲିବ୍ରିଟି ମଧ୍ୟ...

କେମିତି, କାହିଁକି ହୋଇଥିଲା ମାତା ଗାନ୍ଧାରୀଙ୍କର ଶହେ ପୁତ୍ର, ଜାଣନ୍ତୁ କୌରବଙ୍କ ରହସ୍ୟମୟ କାହାଣୀ…

ଦ୍ୱାପର ଯୁଗରେ, ପାଣ୍ଡବ ଏବଂ କୌରବମାନଙ୍କ ମଧ୍ୟରେ ଏକ ଯୁଦ୍ଧ ହୋଇଥିଲା। ଏହି ଧର୍ମୀୟ ଯୁଦ୍ଧରେ ପାଣ୍ଡବମାନେ ବିଜୟୀ ହୋଇଥିଲେ। ମହାଭାରତରେ ମଧ୍ୟ ଅନେକ କାହାଣୀ...

ଅଜବ ସହର,ଯେଉଁଠି ଚପଲ ପିନ୍ଧି ଗାଡ଼ି ଚଲାଇବା ମନା

ନୂଆଦିଲ୍ଲୀ,୨୭।୧୨: ବିଦେଶ ଭ୍ରମଣର ସ୍ବପ୍ନ ଦେଖିବା ସମୟରେ ଲୋକମାନେ ପ୍ରାୟତଃ ସୁନ୍ଦର ବେଳାଭୂମି, ଐତିହାସିକ ରାସ୍ତା ଏବଂ ଖୋଲା ସ୍ବାଧୀନତା କଥା ଭାବନ୍ତି। କିନ୍ତୁ ଯଦି...

ମହିଳାଙ୍କୁ ICMRର ଚେତାବନୀ, ସ୍ତନ କର୍କଟ ପାଇଁ କେବଳ…

ନୂଆଦିଲ୍ଲୀ,୨୭।୧୨: ଭାରତରେ ସ୍ତନ କର୍କଟ ରୋଗୀଙ୍କ ସଂଖ୍ୟା ଦ୍ରୁତ ଗତିରେ ବୃଦ୍ଧି ପାଉଛି। ICMR ର ଏକ ଅଧ୍ୟୟନ ଅନୁଯାୟୀ, ନିରାମିଷ ଖାଦ୍ୟ, ଖରାପ ନିଦ୍ରା...

ରାଜ୍ୟରେ ଖୁବ୍‌ଶୀଘ୍ର ଲାଗୁ ହେବ ମୁଖ୍ୟମନ୍ତ୍ରୀ ବସ୍‌ସେବା, ମାଗଣାରେ ପିଲାଙ୍କୁ ମିଳିବ…

ଭୁବନେଶ୍ୱର,୨୭ା୧୨: ରାଜ୍ୟରେ ଖୁବ୍‌ଶୀଘ୍ର ଲାଗୁ ହେବ ମୁଖ୍ୟମନ୍ତ୍ରୀ ବସ ସେବା ବା ଏମ୍‌ବିଏସ୍‌। ଏନେଇ ପରିବହନ ମନ୍ତ୍ରୀ ବିଭୂତି ଜେନା ସୂଚନା ଦେଇଛନ୍ତି। ବିଦ୍ୟାଳୟ ଓ...

ମୟୂରଭଞ୍ଜ ଜିଲାରେ ଖୋଲିଲା ଧାନମଣ୍ଡି

ମୋରଡ଼ା,୨୭ା୧୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ୍‌ ଅଧୀନ ଚିତ୍ରଡ଼ା ବୃହଦାକାର ଆଦିବାସୀ ବହୁମୁଖୀ ସମବାୟ ସମିତି ପରିସରରେ ଶୁକ୍ରବାର ପୂର୍ବାହ୍ନ ୧୦ଟାରେ ଜିଲାସ୍ତରୀୟ ଖରିଫ...

ବାଇକ୍‌ରେ ଦାରିଙ୍ଗବାଡ଼ି ଫେରିବାବେଳେ ଦୁର୍ଘଟଣା: ୨ ଯୁବକ ଗୁରୁତର

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଡବେରୀ ନିକଟରେ ଶୁକ୍ରବାର ବିଳମ୍ବିତ ରାତିରେ ବାଇକ୍‌ ଦୁର୍ଘଟଣା ଘଟି ୨ ଯୁବକ ଗୁରୁତର ହୋଇଥିବାବେଳେ ଜଣେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri