ପିଲାଛୁଆଙ୍କୁ ଧରି ରାଜରାସ୍ତାରେ ଖଣି ଠିକା ଶ୍ରମିକ, ଯାନବାହନ ଚଳାଚଳ ବନ୍ଦ

ବରଗଡ଼,୧୬ା୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଡୁଙ୍ଗୁରି ଚୂନପଥର ଖଣିର ଠିକା ଶ୍ରମିକମାନେ ସୋମବାର ସକାଳୁ ରାଜରାସ୍ତାକୁ ଓହ୍ଲାଇଛନ୍ତି। ୩ ଦଫା ଦାବି ନେଇ ପିଲାଛୁଆ ଧରି ସେମାନେ ବରଗଡ଼ ସହର ଉପକଣ୍ଠ ହଳଦୀପାଲି ଛକରେ ରାଜପଥ ଅବରୋଧ କରିଛନ୍ତି। ଫଳରେ ବରଗଡ଼-ବଲାଙ୍ଗୀର, ବରଗଡ଼-ପଦ୍ମପୁର ରାସ୍ତାରେ ଯାନବାହନ ଚଳାଚଳ ବନ୍ଦ ରହିଛି। ଖଣିର ଲିଜ୍‌ ଅବଧି ଥିବା ପର୍ଯ୍ୟନ୍ତ ଖଣିକୁ କାର୍ଯ୍ୟକ୍ଷମ କରିବା, ଯଦି ଖଣି କାର୍ଯ୍ୟକ୍ଷମ ନ ହୁଏ, ତେବେ ଲିଜ ଅବଧି ପର୍ଯ୍ୟନ୍ତ ସମସ୍ତ ଶ୍ରମିକଙ୍କୁ ସମ୍ପୂର୍ଣ୍ଣ ଦରମା ପ୍ରଦାନ, ୨୦୨୩ ଅକ୍ଟୋବରରୁ ବର୍ତ୍ତମାନ ପର୍ଯ୍ୟନ୍ତ ବକେୟା ଦରମା ପ୍ରଦାନ ଆଦି ପାଇଁ ସେମାନେ ଦାବି କରିଛନ୍ତି। ପ୍ରଶାସନିକ ଅଧିକାରୀ ଏବଂ ପୋଲିସ ଆନ୍ଦୋଳନସ୍ଥଳରେ ପହଞ୍ଚି ଆଲୋଚନା ଜାରି ରଖିଛନ୍ତି।

Share