ଲଡ଼ୁବାବାଙ୍କ ଚାପ ଡଙ୍ଗା ଓଲଟିଲା

ନୟାଗଡ଼ ଅଫିସ,୨୪ା୫”ନୟାଗଡ଼ ଜିଲା ଶରଣକୂଳର ଆରାଧ୍ୟ ଦେବ ଲଡୁବାବାଙ୍କ ଚାପ ଡଙ୍ଗା ସୋମବାର ରାତି ପ୍ରାୟ ସାଢ଼େ ୧୧ଟା ବେଳେ ଚନ୍ଦନ ପୁଷ୍କରିଣୀରେ ଓଲଟି ପଡିବାରୁ ଠାକୁରଙ୍କ ଚଳନ୍ତି ପ୍ରତିମା ଚନ୍ଦ୍ରଶେଖରଙ୍କ ସହ ମା’ ପାର୍ବତୀ, ଲକ୍ଷ୍ମୀନାରାୟଣ, ହରିହରପୁରର ଦଧିବାମନ ଜୀଉ ପାଣିରେ ବୁଡି ଯାଇଥିଲେ। ଚାପ ଡଙ୍ଗାରେ ଥିବା ଠାକୁରଙ୍କ ସେବାସୀମାନେ ବି ପୋଖରୀକୁ ଖସିପଡିଥିଲେ। ଏପରି ଘଟଣା ପରେ ସ୍ଥାନୀୟ ଲୋକଙ୍କ ସହିତ ଉପସ୍ଥିତ ଶ୍ରଦ୍ଧାଳୁମାନେ ପୋଖରୀକୁ ଡେଇଁ ଉଦ୍ଧାର କାର୍ଯ୍ୟରେ ଲାଗି ପଡିଥିଲେ। ପ୍ରଥମେ ସେବାସୀମାନଙ୍କୁ ଉଦ୍ଧାର କରାଯାଇଥିଲା। ପରେ ଠାକୁରମାନଙ୍କୁ ପୋଖରୀରୁ ଉଦ୍ଧାର କରାଯାଇଛି। ଡଙ୍ଗାବୁଡ଼ି ପରେ ଠାକୁରଙ୍କ ଭଉଁରି ଯାତ୍ରାରେ ବିଭ୍ରାଟ ଦେଖାଦେଇଛି। ଚାଚେରୀ ଭୋଗଖିଆ ନୀତି ହେବ କି ନାହିଁ ଏହି ରିପୋର୍ଟ ଲେଖା ହେବା ପର୍ଯ୍ୟନ୍ତ ବିଚାରବିମର୍ଶ ଚାଲିଛି। ଚାପ ଖେଳ ବେଳେ ଏପରି ଦୁର୍ଘଟଣା କାହିଁକି ଘଟିଲା ତାହା ସ୍ପଷ୍ଟ ହୋଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

କନିଷ୍ଠ ଯନ୍ତ୍ରୀଙ୍କୁ ଛାଡୁନି ଚୌକି ମୋହ: ବଦଳି ଆଦେଶକୁ ବେଖାତିର୍‌

ବରଗଡ଼,୨୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ବିଭିନ୍ନ ବିଭାଗର ସରକାରୀ କାର୍ଯ୍ୟାଳୟରେ ଅନେକ ଅଧିକାରୀ, କର୍ମଚାରୀ ଦୀର୍ଘବର୍ଷ ଧରି ଅବସ୍ଥାପିତ ରହିଛି। ସମ୍ପୃକ୍ତ କାର୍ଯ୍ୟାଳୟରେ ସେମାନଙ୍କ ଚୌକି...

ଆନ୍ଧ୍ର ପୂର୍ବତନ ଉପ ମୁଖ୍ୟମନ୍ତ୍ରୀଙ୍କ ନିକଟରେ ପହଞ୍ଚି ଗୁହାରି ଜଣାଇଲେ କୋଟିଆ ପଞ୍ଚାୟତର ତିନି ଗ୍ରାମବାସୀ: ଆମକୁ ପରିଚୟ ଦିଅନ୍ତୁ

ପଟ୍ଟାଙ୍ଗୀ,୨୧।୦୪(ଶରତ କୁମାର ଧଳ): କୋରାପୁଟ ଜିଲ୍ଲା ପଟ୍ଟାଙ୍ଗୀ ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତକୁ ନେଇ ପୁଣି ଦେଖା ଦେଇଛି ସଙ୍ଗିନୀ ପରିସ୍ଥିତି। ସୂଚନା ମୁତାବକ ଉକ୍ତ...

ଫାର୍ମପଣ୍ଡ ଖନନ ନାମରେ ଟଙ୍କା ଆତ୍ମସାତ୍‌ ଘଟଣା: ତଦନ୍ତର ୨ମାସ ବିତିଲା, କାର୍ଯ୍ୟାନୁଷ୍ଠାନ ଶୂନ

ନୂଆପଡ଼ା,୨୧ା୪ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ୍‌ ଠିକପାଲି ପଞ୍ଚାୟତ ବାବୁପାଲି ଗାଁରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ରେ ଫାର୍ମପଣ୍ଡ (ଚହଲା) ଖନନ କରାଯାଇଛି। ସେଥିରୁ ଗୋଟିଏ ଚହଲାକୁ...

ଟଙ୍କା ଭର୍ତ୍ତି ବ୍ୟାଗ ଝାମ୍ପିନେବାକୁ ଉଦ୍ୟମ ଧରାପଡ଼ିବା ଭୟରେ ବୋମା ପକାଇଲେ: ୫ ଗିରଫ

ଭବାନୀପାଟଣା,୨୧ା୪(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ସୋମବାର ଦିନ ଦ୍ବିପ୍ରହରରେ ଲୁଟ୍‌ ଉଦ୍ୟମ ହୋଇଛି। ପୂର୍ବାହ୍ନ ୧୦ଟା ୧୦ରେ ବାହାଦୁର ବଗିଚାପଡାର ଶରତ...

ପରିବାରକୁ ମିସ୍‌ କରୁଛନ୍ତି ତହଉର: NIA ସ୍ବତନ୍ତ୍ର କୋର୍ଟରେ ଆବେଦନ

ମୁମ୍ବାଇ,୨୧।୪: ମୁମ୍ବାଇ ଆକ୍ରମଣର ମାଷ୍ଟରମାଇଣ୍ଡ ଆତଙ୍କବାଦୀ ତହଉର ରାଣା ଭାରତ ଆସିବା ପରେ ତାଙ୍କ ପରିବାରକୁ ମିସ କରିବା ଆରମ୍ଭ କରିଛି। ସେ ତାଙ୍କ ପରିବାର...

ମୋଦିଙ୍କୁ ଭେଟିଲେ ଆମେରିକାର ଉପରାଷ୍ଟ୍ରପତି: ବସିବ ବଡ଼ ବୈଠକ

ନୂଆଦିଲ୍ଲୀ,୨୧।୪: ଆମେରିକାର ଉପରାଷ୍ଟ୍ରପତି ଜେଡି ଭାନ୍ସ ତାଙ୍କ ପରିବାର ସହିତ ଭାରତ ଗସ୍ତରେ ଅଛନ୍ତି। ସୋମବାର ସନ୍ଧ୍ୟାରେ ଜେଡି ଭାନ୍ସ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ...

ବାଇକ୍‌ ଦୁର୍ଘଟଣା, ଛାତ୍ରଙ୍କ ମୃତ୍ୟୁ

କୋକସରା,୨୧ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଅନ୍ତର୍ଗତ ବଙ୍ଗୋମୁଣ୍ଡା ଗ୍ରାମରୁ କୋକସରାକୁ ବାଇକ୍‌ରେ ଆସୁଥିବା ବେଳେ କେନାଲ ଛକ ନିକଟରେ ଦୁର୍ଘଟଣା...

ଦିଗପହଣ୍ଡିରେ ମିଳୁନି ପିଇବା ପାଣି : ତେଜୁଛି ଜନଅସନ୍ତୋଷ: ନିର୍ବାହୀ ଅଧିକାରୀଙ୍କୁ ସ୍ମାରକପତ୍ର

ଦିଗପହଣ୍ଡି,୨୧।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡୁଛି। ଏଭଳି ସମୟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image