Posted inଜାତୀୟ

ଲକ୍ଷ୍ମୀପୁର ଖେରୀ ମାମଲା: ପୂର୍ବତନ କେନ୍ଦ୍ରମନ୍ତ୍ରୀ ଅଜୟ ମିଶ୍ରଙ୍କ ପୁଅଙ୍କୁ ଜାମିନ ଦେଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୨ା୭: ଲକ୍ଷ୍ମୀପୁର ଖେରୀରେ ହୋଇଥିବା ହିଂସା ମାମଲାରେ ଜେଲ୍‌ରେ ଥିବା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଅଜୟ ମିଶ୍ରଙ୍କ ପୁଅ ଆଶିଷଙ୍କୁ ସୋମବାର ଜାମିନ ପ୍ରଦାନ କରାଯାଇଛି। ତେବେ ଏହି ହିଂସା ମାମଲାରେ ଶୁଣାଣି ତ୍ୱରାନ୍ବିତ କରିବା ଏବଂ ସମୟ ସ୍ଥିର କରିବାକୁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।

ଅକ୍ଟୋବର ୨୦୨୧ରେ ଲକ୍ଷ୍ମୀପୁର ଖେରୀର ଟିକୁନିଆରେ କୃଷକମାନେ ୟୁପି ଉପମୁଖ୍ୟମନ୍ତ୍ରୀ କେଶବ ପ୍ରସାଦ ମୌର୍ଯ୍ୟଙ୍କ ଗସ୍ତକୁ ବିରୋଧ କରୁଥିବା ବେଳେ ହିଂସା ଆରମ୍ଭ ହୋଇଥିଲା। ଏହି ହିଂସାରେ ୮ ଜଣଙ୍କର ମୃତ୍ୟୁ ହୋଇଥିଲା। ୟୁପି ପୋଲିସର ଏଫ୍‌ଆଇଆର୍‌ ଅନୁଯାୟୀ, ଆଶିଷ ମିଶ୍ର ବସିଥିବା ଏକ ଏସ୍‌ୟୁଭି ଦ୍ୱାରା ୪ଜଣ ଚାଷୀଙ୍କୁ ଚାପି ଦିଆଯାଇଥିଲା।

ତିନି କୃଷି ସଂସ୍କାର ଆଇନ ବିରୋଧରେ କୃଷକଙ୍କ ବିରୋଧ ସମୟରେ ହିଂସା ଆରମ୍ଭ ହେବାର ୬ ଦିନ ପରେ ଆଶିଷଙ୍କୁ ଅକ୍ଟୋବର ୯ରେ ଗିରଫ କରାଯାଇଥିଲା। ଉତ୍ତରପ୍ରଦେଶ ପୋଲିସର ଏଫ୍‌ଆଇଆର୍‌ ଅନୁଯାୟୀ, ଆଶିଷ ବସିଥିବା ଏକ ଏସ୍‌ୟୁଭି ଦ୍ୱାରା ୪ଜଣ ଚାଷୀଙ୍କୁ ଚୂର୍ଣ୍ଣ କରାଯାଇଥିଲା। ଏହା ପରେ ଏସ୍‌ୟୁଭି ଚଳାଉଥିବା ବ୍ୟକ୍ତି ଏବଂ ଦୁଇ ଜଣ ଭାଜପା କର୍ମୀଙ୍କୁ ଚାଷୀମନେ ମାଡ଼ ମାରିଥିବା ଅଭିଯୋଗ ହୋଇଥିଲା। ହିଂସା ଘଟଣାରେ ଜଣେ ସାମ୍ବାଦିକଙ୍କର ମଧ୍ୟ ମୃତ୍ୟୁ ହୋଇଥିବା ଏଫ୍‌ଆଇଆର୍‌ରେ ଦର୍ଶାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦେଶ ଗୋଟିଏ ନିର୍ବାଚନ: ୧୫ ବିରୋଧୀ ଦଳ କହିଲେ ଅସମ୍ଭବ

ନୂଆଦିଲ୍ଲୀ,୧୮ା୯: କଂଗ୍ରେସ ନେତୃତ୍ୱରେ ୧୫ ବିରୋଧୀ ଦଳ କେନ୍ଦ୍ର ସରକାରଙ୍କ ଗୋଟିଏ ଦେଶ ଗୋଟିଏ ନିର୍ବାଚନ ନିଷ୍ପତ୍ତିକୁ ବିରୋଧ କରିଛନ୍ତି। ବୁଧବାର କେନ୍ଦ୍ର କ୍ୟାବିନେଟ୍ ପୂର୍ବତନ...

ଦେଶର ସର୍ବକନିଷ୍ଠ ମହିଳା ମୁଖ୍ୟମନ୍ତ୍ରୀ ହେବେ ଆତିଶୀ, ତାଲିକାରେ ଓଡ଼ିଶାର ଥିଲେ…

ନୂଆଦିଲ୍ଲୀ,୧୮।୯: ଅରବିନ୍ଦ କେଜରିଓ୍ବାଲଙ୍କ ସ୍ଥାନରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ହୋଇଛନ୍ତି ଆତିଶୀ। ତେବେ ମୁଖ୍ୟମନ୍ତ୍ରୀ ଭାବେ ଆତିଶୀଙ୍କ ନାଁକୁ ମଞ୍ଜୁର ଦିଆଯାଇଛି ଯିଏକି ରାଜଧାନୀ ଦିଲ୍ଲୀର ଶୀର୍ଷ...

ମୋଦିଙ୍କ ପ୍ରସ୍ତାବକୁ ଖୋଲାଖୋଲି ସମର୍ଥନ କଲେ ମାୟାବତୀ-ଅଖିଳେଶ, କଂଗ୍ରେସର ବଢିଲା ହାର୍ଟବିଟ୍‌

ନୂଆଦିଲ୍ଲୀ,୧୮।୯: ଗୋଟିଏ ଦେଶ, ଗୋଟିଏ ନିର୍ବାଚନକୁ ନେଇ ସମାଜବାଦୀ ପାର୍ଟିର ପ୍ରତିକ୍ରିୟା ସାମ୍ନାକୁ ଆସିଛି। ମୋଦି କ୍ୟାବିନେଟର ନିଷ୍ପତ୍ତିକୁ ଦଳ ସମର୍ଥନ କରି କହିଛି ଯେ...

ଓ୍ବାନ୍‌ ନେଶନ, ଓ୍ବାନ୍‌ ଇଲେକ୍ସନରେ କ’ଣ ବଦଳିଯିବ ଜାଣନ୍ତୁ….

ନୂଆଦିଲ୍ଲୀ,୧୮ା୯: ଓ୍ବାନ୍‌ ନେଶନ, ଓ୍ବାନ୍‌ ଇଲେକ୍ସନରେ ପୂର୍ବତନ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ନେତୃତ୍ୱରେ କମିଟିର ପ୍ରସ୍ତାବକୁ ବୁଧବାର କେନ୍ଦ୍ର କ୍ୟାବିନେଟ୍‌ ଅନୁମୋଦନ କରିଛି। ପୂର୍ବତନ ରାଷ୍ଟ୍ରପତିଙ୍କ...

ମୋଦି ସରକାରଙ୍କ ବଡ ଆକ୍ସନ, ଆଉ ଭାରତ ପାଣିରେ ମଉଜ କରିପାରିବନାହିଁ ପାକିସ୍ତାନ

ନୂଆଦିଲ୍ଲୀ,୧୮।୯: ପାକିସ୍ତାନ ବର୍ଷ ବର୍ଷ ଧରି ଭାରତୀୟ ଜଳକୁ ଉପଭୋଗ କରିଆସୁଥିଲା, କିନ୍ତୁ ବର୍ତ୍ତମାନ ଏହି ଦିନ ପରିବର୍ତ୍ତନ ହେବାକୁ ଯାଉଛି। ଭାରତ ସରକାର ପାକିସ୍ତାନକୁ...

ଓ୍ବାନ ନେଶନ ଓ୍ବାନ ଇଲେକଶନକୁ ମୋଦି କ୍ୟାବିନେଟରେ ମିଳିଲା ମଞ୍ଜୁରୀ

ନୂଆଦିଲ୍ଲୀ,୧୮।୯: ଓ୍ବାନ ନେଶନ ଓ୍ବାନ ଇଲେକଶନର ଅର୍ଥ ହେଉଛି ଗୋଟିଏ ଦେଶ-ଗୋଟିଏ ନିର୍ବାଚନ। ଏହା ଏବେ ମୋଦି କ୍ୟାବିନେଟର ଅନୁମୋଦନ ଲାଭ କରିଛି। ବୁଧବାର (ସେପ୍ଟେମ୍ବର...

ମହିଳାଙ୍କୁ ପ୍ରତି ମାସରେ ୨ ହଜାର ଟଙ୍କା…, ଗରିବଙ୍କୁ ୧୦୦ ଗଜ ଜମି, ଜାଣନ୍ତୁ ଆଉ କ’ଣ ରହିଛି କଂଗ୍ରେସର ଘୋଷଣାପତ୍ରରେ

ଚଣ୍ଡିଗଡ଼,୧୮।୯: କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ବୁଧବାର ଦିଲ୍ଲୀର ଏଆଇସିସି ମୁଖ୍ୟାଳୟରେ ହରିୟାଣା ବିଧାନସଭା ନିର୍ବାଚନ ପାଇଁ ଦଳର ଗ୍ୟାରେଣ୍ଟି ଘୋଷଣା କରିଛନ୍ତି। ଏହି ଅବସରରେ...

ଜିଡିପିରେ ଓଡ଼ିଶାର ଜବରଦସ୍ତ ଉନ୍ନତି: ପଛରେ ପଡିଲା ପଶ୍ଚିମବଙ୍ଗ

ନୂଆଦିଲ୍ଲୀ,୧୮।୯: ପ୍ରଧାନମନ୍ତ୍ରୀଙ୍କ ଅର୍ଥନୈତିକ ପରାମର୍ଶଦାତା ପରିଷଦ (ଇଏସି-ପିଏମ) ପକ୍ଷରୁ ଏକ ରିପୋର୍ଟ ପ୍ରକାଶ ପାଇଛି। ଏହି ରିପୋର୍ଟରେ ଦର୍ଶାଯାଇଛି ଯେ, ଉଦାରୀକରଣ ପରେ ଦକ୍ଷିଣ ରାଜ୍ୟଗୁଡ଼ିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri