ଲାଲ୍‌ଚାନ୍ଦ୍‌ ଜୁଏଲର୍ସର ମନ୍‌ସୁନ୍‌ ସେଲ୍‌

ଭୁବନେଶ୍ୱର,୯।୭ (ଅଭୟ ଦାଶ): ରାଜ୍ୟର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ତଥା ପୂର୍ବ ଭାରତର ପ୍ରମୁଖ ଗହଣା ବ୍ରାଣ୍ଡ୍‌ ଲାଲ୍‌ଚାନ୍ଦ୍‌ ଜୁଏଲର୍ସର ବହୁ ପ୍ରତୀକ୍ଷିତ ଅଫର ‘ମନ୍‌ସୁନ୍‌ ସେଲ୍‌’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ବର୍ତ୍ତମାନ ସାରା ଓଡ଼ିଶାରେ ମୌସୁମୀ (ବର୍ଷାଋତୁ) ଜାରି ରହିଛି। ମୌସୁମୀକୁ ସ୍ମରଣୀୟ କରିବା ପାଇଁ ଲାଲ୍‌ଚାନ୍ଦ୍‌ ଜୁଏଲର୍ସର ମନ୍‌ସୁନ୍‌ ସେଲ୍‌ର ଅଫର ଆରମ୍ଭ ହୋଇଛି। ବିଶେଷକରି ସୁନା, ରୁପା ଏବଂ ହୀରାର ସର୍ବୋତ୍କୃଷ୍ଟ ସଂଗ୍ରହ ଉପରେ ଲାଲ୍‌ଚାନ୍ଦ୍‌ ଆକର୍ଷଣୀୟ ଅଫରର ବର୍ଷା କରିଛି। ଏହି କ୍ରମରେ ବ୍ରାଣ୍ଡ୍‌ର ସମସ୍ତ ଏଚ୍‌ୟୁଆଇଡି ହଲ୍‌ମାର୍କଯୁକ୍ତ ସୁAନାଗହଣାର ଗଢ଼ା ମୂଲ୍ୟ ପ୍ରତି ଗ୍ରାମ୍‌ ପିଛା ଫ୍ଲାଟ୍‌ ୯୯୯ ଟଙ୍କା ରହିଥିବା ବେଳେ ହୀରା ଗହଣାର ଗଢ଼ା ମୂଲ୍ୟକୁ ମଧ୍ୟ ଛାଡ଼ କରାଯାଇଛି। ଏହା ସହ ରୁପା ଗହଣାର ଗଢ଼ା ମୂଲ୍ୟ ଉପରେ ଫ୍ଲାଟ୍‌ ୪୦% ରିହାତି ଥିଲାବେଳେ ନିର୍ଦ୍ଦିଷ୍ଟ ହାତଘଣ୍ଟା ବ୍ରାଣ୍ଡ୍‌ର ଏମ୍‌ଆର୍‌ପି ଉପରେ ଫ୍ଲାଟ୍‌ ୨୦% ଏବଂ ବ୍ରାଣ୍ଡେଡ୍‌ ଆଇଟମ୍‌ର ମୂଲ୍ୟ ଉପରେ ଫ୍ଲାଟ୍‌ ୧୫% ରିହାତି ଦିଆଯାଉଛି। ସେହିଭଳି ମନ୍‌ସୁନ୍‌ ସେଲ୍‌ର ଅନ୍ୟ ଏକ ଆକର୍ଷଣୀୟ ଅଫର ମଧ୍ୟରେ ୧.୫ ଲକ୍ଷ ଟଙ୍କା ମୂଲ୍ୟର ସୁନାଗହଣାର ପ୍ରତ୍ୟେକ କ୍ରୟ ଉପରେ ୧୦୦ ମିଲିଗ୍ରାମ୍‌ର ସ୍ବର୍ଣ୍ଣ ମୁଦ୍ରା ମାଗଣା ପ୍ରଦାନ କରାଯାଉଥିବା ଲାଲ୍‌ଚାନ୍ଦ୍‌ ପକ୍ଷରୁ ସୂଚନା ଦିଆଯାଇଛି। ଏହା ସହ ଲାଲ୍‌ଚାନ୍ଦ୍‌ର ପ୍ରତ୍ୟେକ ଶୋ’ରୁମ୍‌ରେ ବିଆଇଏସ୍‌ ହଲ୍‌ମାର୍କଯୁକ୍ତ ପୁରୁଣା ସୁନାର ଏକ୍ସଚେଞ୍ଜ ଉପରେ ୧୦୦% ସୁନା ମୂଲ୍ୟ ମିଳୁଥିବାବେଳେ ପୂର୍ବ ଭାରତର ଅଳଙ୍କାର ବଜାରରେ ଲାଲ୍‌ଚାନ୍ଦ୍‌ ଏଚ୍‌ୟୁଆଇଡି ହଲ୍‌ମାର୍କଯୁକ୍ତ ସୁନାଗହଣା ଉପରେ ସର୍ବନିମ୍ନ ଗଢ଼ା ମୂଲ୍ୟ ଅଫର ପ୍ରଦାନ କରାଯାଉଛି। ଅପରପକ୍ଷରେ ଅନ୍ୟ ଜୁଏଲର୍ସମାନେ ୧୫୦୦ ରୁ ୨୨୦୦ ଟଙ୍କା ପର୍ଯ୍ୟନ୍ତ ଗଢ଼ା ମଜୁରି ନେଉଛନ୍ତି। ଭୁବନେଶ୍ୱର, ବ୍ରହ୍ମପୁର, କଟକ ଓ ନୂଆଦିଲ୍ଲୀର ଅଳଙ୍କାର ବଜାରରେ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଲାଲ୍‌ଚାନ୍ଦ୍‌ ସର୍ବଦା ଗ୍ରାହକଙ୍କ ସଚେତନ ପାଇଁ ମିଡିଆ କ୍ୟାମ୍ପେନ୍‌ ଚଳାଇ ଆସୁଛି। ଏହି ମିଡିଆ ସଚେତନତା ଅଭିଯାନରେ ଲାଲ୍‌ଚାନ୍ଦ୍‌ ଜୁଏଲର୍ସ ଗ୍ରାହକଙ୍କୁ ସୁନାର ଗୁଣବତ୍ତା ସହ ‘ଅପ୍‌ ଟୁ’ ସ୍କାମ୍‌ ଓ ସର୍ତ୍ତମୂଳକ ଅଫରରୁ ବର୍ତ୍ତି ସର୍ବଦା ଫ୍ଲାଟ୍‌ ଓ ସ୍ବଚ୍ଛ ଗଢ଼ା ମଜୁରିକୁ ଚୟନ କରିବା ନେଇ ପରାମର୍ଶ ଦେଇ ଆସୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ଲୋବାଲ ଫୁଟ୍‌ ପ୍ରିଣ୍ଟ ବିସ୍ତାରକରିବ ମାଲାବାର

ଭୁବନେଶ୍ୱର,୭।୯ (ଅଭୟ ଦାଶ): ଦେଶର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ତଥା ବିଶ୍ୱର ସର୍ବବୃହତ୍‌ ଗହଣା ବ୍ରାଣ୍ଡ୍‌ ମାଲାବାର ଗୋଲ୍ଡ ଆଣ୍ଡ ଡାଇମଣ୍ଡ ୨୦୨୪ ଅକ୍ଟୋବରରେ ୨୦ଟି...

ରିଲାଏନ୍ସ ଫାଉଣ୍ଡେଶନ ସ୍କିଲିଂ ଏକାଡେମିର ଶୁଭାରମ୍ଭ

ମୁମ୍ବାଇ, ୭।୯ (ଅଭୟ ଦାଶ): ଭାରତର ଭବିଷ୍ୟତ ରୂପରେଖ ପ୍ରସ୍ତୁତ କରିବା ଦିଗରେ ଏକ ବଳିଷ୍ଠ ପଦକ୍ଷେପ ସ୍ବରୂପ ଭାରତ ସରକାରଙ୍କ ଦକ୍ଷତା ବିକାଶ ଓ...

ରାଜ୍ୟରେ ସାମାଜିକ ଯୋଜନାର ସଫଳ ରୂପାୟନ

ଭୁବନେଶ୍ୱର,୭।୯ (ଅଭୟ ଦାଶ): ରାଜ୍ୟସ୍ତରୀୟ ବ୍ୟାଙ୍କର୍ସ ସମିତି (ଏସ୍‌ଏଲ୍‌ବିସି) ଓଡ଼ିଶାର ୧୭୫ ତମ ଓ ୧୭୬ ତମ ବୈଠକ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଏପରିକି ଆର୍ଥିକ...

ଗଣେଶପୂଜାରେ ୨୫ କୋଟିର ବ୍ୟବସାୟ ଆକଳନ

ଭୁବନେଶ୍ୱର,୭।୯ (ଅନୁରାଧା ମହାରଣା): ଗଣେଶପୂଜା ସାରା ଦେଶରେ ଖୁବ୍‌ ଉସତ୍ାହର ସହ ପାଳନ କରାଯାଉଥିବାବେଳେ ପୂଜା ବ୍ୟବସାୟ ମଧ୍ୟ ବଢ଼ିବାରେ ଲାଗିଛି। ଭାରତୀୟ ବ୍ୟବସାୟୀମାନେ ଚାଇନା...

ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟରେ ‘ଆୱାର୍ଡ ଟୁ ରିୱାର୍ଡ’ କାର୍ଯ୍ୟକ୍ରମ

ଭୁବନେଶ୍ୱର,୭।୯ (ଅଭୟ ଦାଶ): ରାଜ୍ୟର ପ୍ରମୁଖ ଘରୋଇ ଶିକ୍ଷାନଷ୍ଠାନ ତଥା ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟ ପରିସରରେ ‘ଆୱାର୍ଡ ଟୁ ରିୱାର୍ଡ’କାର୍ଯ୍ୟକ୍ରମ ଆରମ୍ଭ ହୋଇଯାଇଛି। ଗୁରୁଦିବସ ଅବସରରେ...

ଦିନକରେ ନିବେଶକ ହରାଇଲେ ୫ଲକ୍ଷ କୋଟିରୁ ଅଧିକ

ମୁମ୍ବାଇ, ୭।୯ (ଅଭୟ ଦାଶ): ଅନ୍ତଃରାଷ୍ଟ୍ରୀୟ ବଜାରରେ ଦେଖାଦେଇଥିବା ସମସ୍ୟା ଓ ଭୂ-ରାଜନୈତିକ ଘଟଣାବଳୀ ସହ ଫେଡେରାଲ ରିଜର୍ଭ ସୁଧ ହାର ହ୍ରାସର ପ୍ରଭାବ ଭାରତୀୟ...

ଜେଏସ୍‌ଏଲ୍‌ର ନୂଆ ମାଇଲଷ୍ଟୋନ୍‌

ଭୁବନେଶ୍ୱର,୭।୯ (ଅଭୟ ଦାଶ): ଜିନ୍ଦଲ ଷ୍ଟେନ୍‌ଲେସ୍‌ ଲିମିଟେଡ୍‌ (ଜେଏସ୍‌ଏଲ୍‌)ର ଉଚ୍ଚ ଶକ୍ତିସମ୍ପନ୍ନ ଟେମ୍ପର୍ଡ ୩୦୧ ଏଲ୍‌ ଗ୍ରେଡ୍‌ ଅଷ୍ଟେନିଟିକ୍‌ ଷ୍ଟେନ୍‌ଲେସ୍‌ ଷ୍ଟିଲର ଉଲ୍ଲେଖନୀୟ ସଫଳତା ପାଇଁ...

ବଜାରରେ ନିଶାନ୍‌ର ଅଲ୍‌ ନ୍ୟୁ ଏକ୍ସ-ଟ୍ରେଲ୍‌

ଭୁବନେଶ୍ୱର,୭।୯ (ଅଭୟ ଦାଶ): ନିଶାନ୍‌ ଇଣ୍ଡିଆର ବହୁ ପ୍ର୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ଅଲ୍‌ ନ୍ୟୁ ଏକ୍ସ-ଟ୍ରେଲ୍‌ର ଅନାବରଣ ଓ ବଜାର ପ୍ରବେଶ ସର୍ବଭାରତୀୟସ୍ତରରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri