Posted inଜାତୀୟ

ହସ୍ପିଟାଲରୁ ଡିସ୍‌ଚାର୍ଜ ହେଲେ ଲାଲକୃଷ୍ଣ ଆଡଭାନୀ

ନୂଆଦିଲ୍ଲୀ,୨୭।୬: ବରିଷ୍ଠ ଭାଜପା ନେତା ତଥା ଭାରତ ରତ୍ନ ଲାଲ କୃଷ୍ଣ ଆଡଭାନୀ ଏମ୍ସ ହସ୍ପିଟାଲରୁ ଗୁରୁବାର ଡିସ୍‌ଚାର୍ଜ ହୋଇଛନ୍ତି। ବୁଧବାର ରାତିରେ ଆଡଭାନୀ ନୂଆଦିଲ୍ଲୀସ୍ଥିତ ଏମ୍ସରେ ଭର୍ତ୍ତି ହୋଇଥିଲେ। ଏମ୍ସର ଏକ ଡାକ୍ତରୀ ଦଳ ତାଙ୍କର ସମସ୍ତ ସ୍ବାସ୍ଥ୍ୟ ପରୀକ୍ଷା କରିଥିଲେ। ବର୍ତ୍ତମାନ ତାଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ରହିଥିବାରୁ ତାଙ୍କୁ ଡିସ୍‌ଚାର୍ଜ କରାଯାଇଥିବା ଏମ୍ସ ପକ୍ଷରୁ କୁହାଯାଇଛି।

ସୂଚନା ଯୋଗ୍ୟ, ବୁଧବାର ରାତିରେ ଆଡଭାନୀ ଅସୁସ୍ଥ ଅନୁଭବ କରିଥିଲେ। ତୁରନ୍ତ ତାଙ୍କୁ ନୂଆଦିଲ୍ଲୀସ୍ଥିତ ଅଲ୍‌ ଇଣ୍ଡିଆ ଇନ୍‌ଷ୍ଟିଚ୍ୟୁଟ ଅଫ ମେଡିକାଲ ସାଇନ୍ସ(ଏମ୍ସ)ରେ ଭର୍ତ୍ତି କରାଯାଇଥିଲା। ତାଙ୍କୁ ଏମ୍ସର ଜେରାଟ୍ରିକ ବିଭାଗର ଡାକ୍ତରଙ୍କ ତତ୍ତ୍ୱାବଧାନରେ ରଖାଯାଇଥିଲା। ଚିକିତ୍ସା ପରେ ତାଙ୍କ ସ୍ବାସ୍ଥ୍ୟ ଅବସ୍ଥା ସ୍ଥିର ଥିବା ଡାକ୍ତରଖାନା ପକ୍ଷରୁ ଅବଗତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ସରିଲା ସିବିଆଇ ଯାଞ୍ଚ, ମୁଖ୍ୟମନ୍ତ୍ରୀଙ୍କୁ ନେଇ ଅଧିକାରୀ କହିଲେ…

ମୁମ଼୍ବାଇ, ୬।୭: ଦିଲ୍ଲୀରେ ହୋଇଥିବା ମଦ ଦୁର୍ନୀତି ମାମଲା ଯାଞ୍ଚ କରୁଥିବା କେନ୍ଦ୍ର ତଦନ୍ତକାରୀ ସଂସ୍ଥା ସିବିଆଇ ତଦନ୍ତ ଶେଷ କରିଛି । ଶନିବାର ସିବିଆଇ...

ସଂସଦରେ ଏହିଦିନ ଉପସ୍ଥାପନ ହେବ କେନ୍ଦ୍ର ବଜେଟ, କିରେନ ରିଜିଜୁ କଲେ ଘୋଷଣା

ନୂଆଦିଲ୍ଲୀ,୬।୭: କେନ୍ଦ୍ର ବଜେଟ ନେଇ କେନ୍ଦ୍ର ସଂସଦୀୟ ବ୍ୟାପାର ମନ୍ତ୍ରୀ କିରେନ ରିଜିଜୁ ଶନିବାର ତାରିଖ ଘୋଷଣା କରିଛନ୍ତି। ସେ ଆଜି ଏକ୍ସରେ ପୋଷ୍ଟ କରି...

ଅମିତ ଶାହାଙ୍କୁ ମିଳିଲା ବଡ଼ ଆଶ୍ୱସ୍ତି, ଜାଣନ୍ତୁ କେଉଁ ମାମଲାର ଚାର୍ଜଶିଟ୍‌ରୁ ହଟାଗଲା ନାଁ

ନୂଆଦିଲ୍ଲୀ,୬।୭: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହାଙ୍କୁ ମିଳିଛି ଆଶ୍ୱସ୍ତି। ତାଙ୍କ ନାଁରେ ରୁଜୁ ହୋଇଥିବା ମାମଲାର ଚାର୍ଜସିଟ୍‌ରୁ ତାଙ୍କ ନାଁ ହଟାଯାଇଛି। ମଡେଲ କୋଡ ଅଫ...

ଓଡ଼ିଆ ପୁଅ ବିମଳଙ୍କୁ ଶୌର୍ଯ୍ୟଚକ୍ର ସମ୍ମାନ

ନୂଆଦିଲ୍ଲୀ,୬।୭: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସାହସିକତା ଏବଂ ବିରତ୍ୱ ପାଇଁ ଓଡ଼ିଆ ପୁଅ ତଥା ନୌସେନାରେ କାର୍ଯ୍ୟରତ ଲେଫ୍ଟନାଣ୍ଟ ବିମଳ ରଞ୍ଜନ ବେହେରାଙ୍କୁ ଶୌର୍ଯ୍ୟଚକ୍ର ସମ୍ମାନରେ...

ଗୁଜୁରାଟରୁ ମୋଦିଙ୍କୁ ବଡ଼ ଚ୍ୟାଲେଞ୍ଜ କଲେ ରାହୁଲ ଗାନ୍ଧୀ, କହିଲେ…

ଗାନ୍ଧୀନଗର,୬।୭: କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁଜୁରାଟ ଗସ୍ତରେ ଅଛନ୍ତି। ଶନିବାର ଗୁଜୁରାଟରେ ପହଞ୍ଚି ସେ ବିଧାନସଭା ନିର୍ବାଚନକୁ ନେଇ ବଡ଼ ଚ୍ୟାଲେଞ୍ଜ କରିଛନ୍ତି। ସେ...

ଗିରଫ ହେଲା କୋଟିପତି ଚୋର, ନାଁ ବଦଳାଇ କରିଥିଲା ବିବାହ

ମୁମ଼୍ବାଇ, ୬।୭: ବହୁଦିନ ଧରି ଚୋରି କରି ମୁମ଼୍ବାଇରେ ଅଏସ୍‌ କରୁଥିବା ଜଣେ କୋଟିପତି ଚୋରକୁ ଗିରଫ କରିଛି ଗୁଜୁରାଟ ପୋଲିସ । ଏହି ଚୋର...

ରୋହିତ ଶର୍ମାଙ୍କ ଅବସରକୁ ନେଇ ମା’ କଲେ ବଡ଼ ଖୁଲାସା: କହିଲେ ଏମିତି କଥା

ନୂଆଦିଲ୍ଲୀ,୬।୭: ୨୦୨୪ ଟି-୨୦ ବିଶ୍ୱକପ ଜିତିବା ପରେ ରୋହିତ ଶର୍ମା ଟି-୨୦ କ୍ରିକେଟରୁ ଅବସର ଘୋଷଣା କରିଥିଲେ। କିନ୍ତୁ ଲୋକଙ୍କ ମନରେ ଏକ ପ୍ରଶ୍ନ ଉଠିଛି...

ପ୍ରବଳ ବର୍ଷା, ୨୪ ଘଣ୍ଟାରେ ଘଡ଼ଘଡ଼ିରେ ୯ ଜଣଙ୍କ ମୃତ୍ୟୁ

ପାଟନା, ୦୬।୦୭: ପ୍ରବଳ ବର୍ଷା କାରଣରୁ ବିହାରର କିଛି ଜିଲା ଜଳାର୍ଣ୍ଣବ ହୋଇଛି । ବର୍ଷା ସହିତ ବିଜୁଳି ଘଡ଼ଘଡ଼ି ମଧ୍ୟ ହୋଇଛି । ଫଳରେ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri