ମଝିରାତିରେ ଲ୍ୟାଣ୍ଡଫଲ୍‌! ୭ କିମି ବେଗରେ ମାଡି ଆସୁଛି…

ଭୁବନେଶ୍ୱର,୨୨।୧୦: ମାଡିଆସୁଛି ଦାନା। ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ମଙ୍ଗଳବାର ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଅବପାତରେ ପରିଣତ ହୋଇଥିଲା। ଏବେ ତାହା ଗଭୀର ଅବପାତରେ ପରିଣତ ହୋଇଛି। ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଗଭୀର ଅବପାତରେ ପରିଣତ ହୋଇଛି ଦାନା। ଦାନା ପାରାଦୀପ ଠାରୁ ଆ ମାତ୍ର ୬୯୦ କିମି ଦୂରରେ କେନ୍ଦ୍ରୀଭୂତ ହୋଇଛି। ଘଣ୍ଟାକୁ ୭ କିମି ବେଗରେ ଉପକୂଳଆଡକୁ ମାଡି ଆସୁଛି ଦାନା। ଆସନ୍ତାକାଲି ସୁଦ୍ଧା ତାହା ବାତ୍ୟାର ରୂପ ନେବ।

୨୪ରେ ଭୀଷଣ ବାତ୍ୟା ରୂପ ନେଇ ଉପକୂଳ ଅତିକ୍ରମ କରିବ। ୨୪ ରାତି କିମ୍ବା ୨୫ ସକାଳେ ଉପକୂଳ ଅତିକ୍ରମ କରିବ ଦାନା। ପୁରୀ ଏବଂ ସାଗରଦ୍ୱୀପ ମଧ୍ୟରେ ଉପକୂଳ ଅତିକ୍ରମ କରିବ
ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି। ଏହି ସମୟରେ ପବନର ବେଗ ୧୦୦ରୁ ୧୨୦ ମଧ୍ୟରେ ରହିବ ବୋଲି ସୂଚନା ମିଳିଛି।

Share