ରାତିରେ ଲ୍ୟାଣ୍ଡଫଲ୍‌ ସକାଳୁ ଏ କି ସ୍ଥିତି, ୪ ଜିଲାକୁ ଏବେଠୁ ହାଇ ଆଲର୍ଟ,କରିବ ତାଣ୍ଡବ…

ଭୁବନେଶ୍ୱର,୨୪।୧୦: ଭୀଷଣ ବାତ୍ୟାର ରୂପ ନେଇଛି ଦାନା। ଅତି ଭୟଙ୍କର ଭାବେ ଭୀଷଣ ବାତ୍ୟାର ରୂପ ନେଇ ଉପକୂଳମୁହାଁ ହେଉଛି ଦାନା। ବାତ୍ୟା ‘ଦାନା’ ଉତ୍ତର ପଶ୍ଚିମ ଦିଗରେ ୧୫ କିଲୋମିଟର ବେଗରେ ଗତି କରୁଛି। ପାରାଦୀପ ଦକ୍ଷିଣ-ପୂର୍ବକୁ ୨୬୦ କିଲୋମିଟର ଓ ଧାମରା ଠାରୁ ୨୯୦ ଦୂରରେ ଦାନା ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଆହୁରି ଭୟଙ୍କର ରୂପ ଧାରଣ କରି ଉତ୍ତର ପଶ୍ଚିମ ଦିଗରେ ଗତିକରି ଭିତରକନିକା ଏବଂ ଧାମରା ମଧ୍ୟ ଦେଇ ସ୍ଥଳଭାଗରେ ଅତିକ୍ରମ କରିବ।

ଏହି ସମୟରେ ପୁରୀ, ଖୋର୍ଦ୍ଧା, ନୟାଗଡ଼, କେନ୍ଦୁଝର, ଅନୁଗୋଳ, ଢେଙ୍କାନାଳ ଜିଲାରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଏହିସବୁ ଜିଲା ପାଇଁ ଅରେଞ୍ଜ ୱାର୍ନିଂ ଜାରି କରାଯାଇଛି। ସେହିପରି ଜଗତସିଂହପୁର, ବାଲେଶ୍ୱର, କେନ୍ଦ୍ରାପଡା ଓ ଭଦ୍ରକରେ ବାତ୍ୟାର ଅଧିକ ପ୍ରଭାବ ରହିବ। ପ୍ରବଳରୁ ଅତି ପ୍ରବଳ ପର୍ଷା ହେବା ସହ ଭୟଙ୍କର ପବନ ବହିବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗର ନିର୍ଦ୍ଦେଶିକା ମନୋରମା ମହାନ୍ତି ସୂଚନା ଦେଇଛନ୍ତି। ତେବେ ସକାଳୁ ସକାଳୁ ଚାନ୍ଦବାଲି, ପୁରୀ, ଏବଂ କେନ୍ଦ୍ରାପଡାରେ ସକାଳୁ ସକାଳୁ ଅଧିକ ବର୍ଷା ହୋଇଛି। ଭୁବନେଶ୍ୱରରେ ମଧ୍ୟ ସକାଳୁ ବର୍ଷା ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟରେ ମାଗଣାରେ ମିଳିବ ୟୁପିଏସସି କୋଚିଂ, ଜାଣନ୍ତୁ କେମିତି କରିବେ ଆବେଦନ

ଭୁବନେଶ୍ୱର,୧୬।୪;ରାଜ୍ୟରେ ମାଗଣାରେ ମିଳିବ ୟୁପିଏସସି କୋଚିଂ। ସ୍ବଳ୍ପ ଓ ମଧ୍ୟମ ଆୟ ବର୍ଗର ୨ଶହ ମେଧାବୀଙ୍କୁ ଫ୍ରି କୋଚିଂ ଦେବାକୁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି...

ପରମିତା ସତପଥୀ ତ୍ରିପାଠି ଓଡ଼ିଶାରେ ନୂତନ ପ୍ରମୁଖ ମୁଖ୍ୟ ଆୟକର କମିଶନର

ଭୁବନେଶ୍ୱର,୧୬।୪: ୧୯୮୯ ବ୍ୟାଚ୍ ଭାରତୀୟ ରାଜସ୍ୱ ସେବା (IRS) ଅଧିକାରୀ ପରମିତା ସତପଥୀ ତ୍ରିପାଠି ବୁଧବାର ଓଡ଼ିଶାରେ ଆୟକର ବିଭାଗର ପ୍ରମୁଖ ମୁଖ୍ୟ କମିଶନର ଭାବରେ...

ଏଣିକି ମୃତଦେହ ପରିବହନ ପାଇଁ ରହିବ କଲ୍‌ ସେଣ୍ଟର; ଘର କିମ୍ବା ଶ୍ମଶାନ ଯାଏ…

ଭୁବନେଶ୍ୱର,୧୬।୪: ରାଜ୍ୟରେ ଏଣିକି ଶବ ପରିବହନ ପାଇଁ କଲ ସେଣ୍ଟର ରହିବ। ୧୦୮ ଆମ୍ବୁଲାନ୍ସ ସେବା ଭଳି ଏଥିରେ ଟୋଲ ଫ୍ରି ନମ୍ବର ରହିବ। ବୁଧବାର...

ଅପ୍ରେଲ ୨୧ ରେ ସମ୍ୱଲପୁରରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି, ଗୁରୁବାର ପଞ୍ଜିକରଣ 

ଭୁବନେଶ୍ବରତା,୧୬।୪: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆସନ୍ତା ଅପ୍ରେଲ ୨୧ ତାରିଖ-ସୋମବାରରେ ସମ୍ବଲପୁରରେ ଜନସାଧାରଣଙ୍କର ବିଭିନ୍ନ ଅଭିଯୋଗର ଶୁଣାଣି କରିବେ। ସମ୍ବଲପୁର ମହାନଗର ନିଗମ କାର୍ଯ୍ୟାଳୟ,...

Job Alert: ଟିମ୍‌ ଇଣ୍ଡିଆରେ ନିଯୁକ୍ତି ସୁଯୋଗ, ଜାଣନ୍ତୁ ଯୋଗ୍ୟତା; କିଏ-କିଏ ଏବଂ କିଭଳି କରିପାରିବେ ଆବେଦନ… 

ନୂଆଦିଲ୍ଲୀ,୧୬।୪: ଭାରତୀୟ କ୍ରିକେଟ ନିୟନ୍ତ୍ରଣ ବୋର୍ଡ(ବିସିସିଆଇ)ରେ ନିଯୁକ୍ତି ସୁଯୋଗ। ବୋର୍ଡ ପକ୍ଷରୁ ବୁଧବାର ଖାଲି ପଦବୀ ବିଷୟରେ ସୂଚନା ଦିଆଯାଇଥିଲା। ଇଣ୍ଡିଆ ମହିଳା ଟିମ୍‌କୁ ମୁଖ୍ୟ...

ତାତିଲେ ବାପି ପଣ୍ଡା, ଦେଲେ ଖୋଲା ଧମକ

ଭୁବନେଶ୍ୱର,୧୬।୪: ବ୍ୟାନ ନହଟିଲେ ଯାତ୍ରା ବନ୍ଦ । ଆଉ ହେବନି ଯାତ୍ରା । ମାଲିକ ସଂଘକୁ ଶକ୍ତ ଝଟ୍‌କା । ମାଲିକଙ୍କ ନିଷ୍ପତ୍ତିକୁ ରୋକଠୋକ ଚ୍ୟାଲେଞ୍ଜ...

ଜଗଦ୍ଦେବଙ୍କ ବିସ୍ଫୋରକ ବୟାନ, ନବୀନଙ୍କୁ ହଟାଇବାକୁ…ରାଜନୀତିରେ ଚହଳ

ଭୁବନେଶ୍ୱର,୧୬।୪: ବିଜେଡିକୁ ନେଇ ରାଜ୍ୟ ରାଜନୀତି ସରଗରମ ରହିଛି। ଏପରିକି ଦଳକୁ ନେଇ ଖୋଦ୍‌ ବିଜେଡି ନେତା ମଧ୍ୟ ବିଭିନ୍ନ ବୟାନବାଜି କରୁଛନ୍ତି। ଏଥିସହ ଦଳ...

ଜଷ୍ଟିସ୍‌ ବି.ଆର୍‌. ଗଭାଇ କିଏ? ଯିଏ ହେବେ ଭାରତର ପରବର୍ତ୍ତୀ CJI 

ନୂଆଦିଲ୍ଲୀ,୧୬।୪:  ଭାରତର ପ୍ରଧାନ ବିଚାରପତି ସଞ୍ଜିବ ଖାନ୍ନା ବୁଧବାର ସୁପ୍ରିମକୋର୍ଟର ବରିଷ୍ଠତମ ବିଚାରପତି ଜଷ୍ଟିସ ବି.ଆର୍‌. ଗଭାଇଙ୍କୁ ତାଙ୍କ ଉତ୍ତରାଧିକାରୀ ଭାବରେ ସୁପାରିଶ କରିଛନ୍ତି। ଜଷ୍ଟିସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image