ଲାଞ୍ଜିଗଡ଼ ବ୍ଲକ: ମାଟ୍ରିକ ପରୀକ୍ଷା ଦେଲେ ୧୦୮୬ ପରୀକ୍ଷାର୍ଥୀ

ଲାଞ୍ଜିଗଡ଼, ୨୧ା୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ୮ କେନ୍ଦ୍ରରେ ଶୁକ୍ରବାର ୧୦୮୬ ଛାତ୍ରୀଛାତ୍ର ମାଟ୍ରିକ ପରୀକ୍ଷା ଦେଇଥିବାବେଳେ ୧୫ଜଣ ଅନୁପସ୍ଥିତ ଥିଲେ। ବିଶ୍ୱନାଥପୁର ଗୋପବନ୍ଧୁ ଉଚ୍ଚ ବିଦ୍ୟାଳୟ କେନ୍ଦ୍ରରେ ୧୩୮ ଛାତ୍ରୀଛାତ୍ର, ଲାଞ୍ଜିଗଡ ଉଚ୍ଚ ବିଦ୍ୟାଳୟରେ ୧୪୯, ଲାଞ୍ଜିଗଡ ଏସ୍‌ଏସ୍‌ଡି ଉଚ୍ଚ ବିଦ୍ୟାଳୟରେ ୧୩୦, ଲାଞ୍ଜିଗଡ ରୋଡ ଉଚ୍ଚ ବିଦ୍ୟାଳୟରେ ୧୫୧, ଲାଖବାହାଲି ଉଚ୍ଚ ବିଦ୍ୟାଳୟରେ ୬୮, ବେନଗାଁ ଉଚ୍ଚ ବିଦ୍ୟାଳୟରେ ୧୨୯, ମଧୁପୁର ଉଚ୍ଚ ବିଦ୍ୟାଳୟରେ ୧୫୪ ଓ ଯୋଡ଼ାବନ୍ଧ ଉଚ୍ଚ ବିଦ୍ୟାଳୟରେ ୧୮୨ ଛାତ୍ରୀଛାତ୍ର ପରୀକ୍ଷା ଦେବାକୁ ଚୟନ ହୋଇଥିଲେ। ଶୁକ୍ରବାର ପ୍ରଥମ ଦିନରେ ଓଡ଼ିଆ ପରୀକ୍ଷା ଥିବାବେଳେ ୧୧୦୧ ପରୀକ୍ଷାର୍ଥୀଙ୍କ ମଧ୍ୟରୁ ୧୦୮୬ ଜଣ ପରୀକ୍ଷା ଦେଇଥିଲେ। ନୋଡାଲ ସେଣ୍ଟର ଭାବେ ବିଶ୍ୱନାଥପୁର ଗୋପବନ୍ଧୁ ଉଚ୍ଚ ବିଦ୍ୟାଳୟ ଓ ନୋଡାଲ ଅଫିସର ଭାବେ ଲାଞ୍ଜିଗଡ଼ ବିଡିଓ ଶଶାଙ୍କ ପାତ୍ର ଏବଂ ଏବିଇଓ ସୁଢ଼ଳଦେବ ମୁଣ୍ଡ ଦାୟିତ୍ୱରେ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶାଳୀ ପାଇଁ ଭିଣୋଇଙ୍କୁ ହତ୍ୟା: ୨ ଅଭିଯୁକ୍ତ ଗଲେ ଜେଲ୍‌

ଦିଗପହଣ୍ଡି,୨୪ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ପି. ସାମନ୍ତରାପୁର ଗ୍ରାମର ହୀନ ପାତ୍ରଙ୍କୁ ହତ୍ୟା ଘଟଣାରେ ପାଟପୁର ପୋଲିସ ବୁଧବାର ଶେରଗଡ଼ ଥାନା...

ଜାତୀୟ ପଞ୍ଚାୟତିରାଜ ଦିବସ: ଭିଡିଓ କନ୍‌ଫରେନ୍ସିଂ ଜରିଆରେ ବିଭିନ୍ନ ଯୋଜନା ଘୋଷଣା

ଦାରିଙ୍ଗବାଡ଼ି,୨୪ା୪(ଅରୁଣ ସାହୁ): ବ୍ଲକ ସ୍ତରରେ ପାଳିତ ହୋଇଛି ଜାତୀୟ ପଞ୍ଚାୟତିରାଜ ଦିବସ। ଏହି ଅବସରରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ କାର୍ଯ୍ୟାଳୟ ପରିସରରେ ବିଡିଓ ପ୍ରୀତିରଞ୍ଜନ...

ଫୱାଦ ଖାନଙ୍କ ଫିଲ୍ମ ‘ଅବୀର ଗୁଲାଲ’ ଭାରତରେ ମୁକ୍ତିଲାଭ କରିବ ନାହିଁ

ମୁମ୍ବାଇ,୨୪।୪: ପାକିସ୍ତାନୀ ଅଭିନେତା ଫୱାଦ ଖାନଙ୍କ ଆଗାମୀ ଫିଲ୍ମ ‘ଅବୀର ଗୁଲାଲ’ ଭାରତରେ ପ୍ରେକ୍ଷାଳୟରେ ମୁକ୍ତିଲାଭ କରିବ ନାହିଁ ବୋଲି ଖବର ମିଳିଛି। ଏହି ଫିଲ୍ମଟି...

ଖାଁ ଖାଁ ଡାଲ୍ ହ୍ରଦ, ପଳାୟନ କରୁଛନ୍ତି ପର୍ଯ୍ୟଟକ: ଆତଙ୍କବାଦୀ ଆକ୍ରମଣକୁ ଏକ ସ୍ୱରରେ ବିରୋଧ କରୁଛି କାଶ୍ମୀର

ନୂଆଦିଲ୍ଲୀ,୨୪।୪: ପାହାଲଗାମ ଆତଙ୍କବାଦୀ ଆକ୍ରମଣରେ ୨୫ ଜଣ ପର୍ଯ୍ୟଟକ ଏବଂ ଜଣେ କାଶ୍ମୀରୀଙ୍କ ମୃତ୍ୟୁ ଘଟିବାର ୪୮ ଘଣ୍ଟାରୁ କମ ସମୟ ମଧ୍ୟରେ ଉପତ୍ୟକାର ଦୃଶ୍ୟ...

ସିନ୍ଧୁ ଜଳ ଉପରେ ରୋକ୍‌ ଲଗାଇବା ପରେ ଥରହର ପାକିସ୍ତାନ, କହିଲା ଟୋପେ ପାଣି ପାଇଁ…

ନୂଆଦିଲ୍ଲୀ,୨୪।୪: ପହଲଗାମ ଆକ୍ରମଣ ପରେ, ଇସଲାମାବାଦରୁ ଦିଲ୍ଲୀ ପର୍ଯ୍ୟନ୍ତ ପାକିସ୍ତାନ ଉପରେ ସର୍ଜିକାଲ ଷ୍ଟ୍ରାଇକ ବିଷୟରେ ଆଲୋଚନା ହେଉଥିଲା। କିନ୍ତୁ ଭାରତ ସିନ୍ଧୁ ଜଳ ଚୁକ୍ତିନାମା...

ପହଲଗାମ୍‌ ଆକ୍ରମଣ ପରେ ଭାରତ-ପାକିସ୍ତାନ କ୍ରିକେଟକୁ ନେଇ BCCI ଉପାଧ୍ୟକ୍ଷଙ୍କ ବଡ଼ ବୟାନ 

ନୂଆଦିଲ୍ଲୀ,୨୪।୪: କାଶ୍ମୀରର ପହଲଗାମରେ ହୋଇଥିବା ଭୟଙ୍କର ଆତଙ୍କବାଦୀ ଆକ୍ରମଣରେ ୨୬ରୁ ଅଧିକ ଭାରତୀୟଙ୍କ ଜୀବନ ଯିବା ପରେ ସାରା ଦେଶରେ ଆକ୍ରୋଶ ଦେଖିବାକୁ ମିଳୁଛି। ଏହି...

ଜାତୀୟ ପଞ୍ଚାୟତିରାଜ ଦିବସ: ସମ୍ବର୍ଦ୍ଧିତ ହେଲେ ଏହି ୫ ପଞ୍ଚାୟତ

ପାଟଣା,୨୪ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ସ୍ତରୀୟ ଜାତୀୟ ପଞ୍ଚାୟତିରାଜ ଦିବସ ଗୁରୁବାର ପାଟଣା ବ୍ଲକ ପରିସରରେ ପାଟଣା ବିଡିଓ ମାନସ କୁମାର ଦଣ୍ଡପାଟଙ୍କ...

ଲିଫ୍ଟରେ ଚାପି ହୋଇ ଚାଲିଗଲା ମହିଳାଙ୍କ ଜୀବନ, ମେଡିକାଲରେ ଉତ୍ତେଜନା, ପୋଲିସ ମୁତୟନ

ଭଦ୍ରକ,୨୪।୪(ସନାତନ ରାଉତ)- ଭଦ୍ରକ ଜିଲା ମୁଖ୍ୟ ଚିକିତ୍ସାଳୟ ଲିଫ୍ଟରେ ଚାପି ହୋଇ ଜଣେ ମହିଳା ରୋଗୀଙ୍କ ମୃତ୍ୟୁ ଘଟିଛି l ଘଟଣାକୁ ନେଇ ମେଡିକାଲ ପରିସରରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image