ଲାଞ୍ଜିଗଡ଼ ପଞ୍ଚାୟତ ଗ୍ରାମୀଣ ହାଟର ଶୁଭ ଉଦ୍‌ଘାଟନ: ଚାଷୀ ହେବେ ଉପକୃତ

ଲାଞ୍ଜିଗଡ଼,୩ା୪(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ପଞ୍ଚାୟତ ଗ୍ରାମୀଣ ସାପ୍ତାହିକ ହାଟ ଉଦ୍‌ଘାଟିତ ହୋଇଛି। କାର୍ଯ୍ୟକ୍ରମରେ କଳାହାଣ୍ଡି ଜିଲାପାଳ ସଚିନ ପାୱାର ପ୍ରକାଶ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହାର ଶୁଭ ଉଦ୍‌ଘାଟନ କରିଥିଲେ। ସମ୍ମାନିତ ଅତିଥି ଭାବେ ନାବାର୍ଡ ଡିଜିଏମ୍‌ ମହେଶ୍ବର ଦାସ, ଲାଞ୍ଜିଗଡ଼ ବେଦାନ୍ତ ସିଇଓ ପ୍ରଣବ ଭଟ୍ଟାଚାର୍ଯ୍ୟ, ଲାଞ୍ଜିଗଡ଼ ପଞ୍ଚାୟତ ସମିତି ଅଧ୍ୟକ୍ଷା କମଳା ପାତ୍ର, ଲାଞ୍ଜିଗଡ଼ ସରପଞ୍ଚ ସରସ୍ବତୀ ମୁଣ୍ଡା, ମହାଶକ୍ତି ଫାଉଣ୍ଡେଶନ ଏମ୍‌ଡି ଯୁଗଳ କିଶୋର ପଟ୍ଟନାୟକ, ଆଞ୍ଚଳିକ ବିକାଶ ପରିଷଦ ସଭାପତି ଶ୍ରୀଧର ପେସନିଆ, ସିଏସ୍‌ଆର୍‌ ମୁଖ୍ୟ ଶିଶିର ତରଫଦାର ପ୍ରମୁଖ ଯୋଗଦେଇଥିଲେ। ଲାଞ୍ଜିଗଡ଼ ପଞ୍ଚାୟତର ନିଜସ୍ବ ୨.୫ ଏକର ପରିମିତ ଅଞ୍ଚଳରେ ଏହି ପ୍ରକଳ୍ପ କାର୍ଯ୍ୟକାରୀ ହୋଇଥିବା ବେଳେ ଦୈନିକ ବଜାର ପାଇଁ ଆଲୋକ ବ୍ୟବସ୍ଥା ସୁବିଧା ସହ ୩୬ଟି ଦୋକାନ ଘର କରାଯାଇ ଲାଞ୍ଜିଗଡ଼ ପଞ୍ଚାୟତକୁ ହସ୍ତାନ୍ତର କରାଯାଇଛି। ଏଠାରେ ଚାଷୀମାନେ ନିଜର ଉତ୍ପାଦିତ କୃଷିଜାତ ସାମଗ୍ରୀକୁ ଗ୍ରାହକଙ୍କୁ ବିକ୍ରି କରିପାରିବେ। ମହିଳା ସ୍ବୟଂ ସହାୟକ ଗୋଷ୍ଠୀଗୁଡିକ ମଧ୍ୟ ସେମାନଙ୍କ ସାମଗ୍ରୀ ବିକ୍ରିର ସୁଯୋଗ ରହିଛି । କାର୍ଯ୍ୟକ୍ରମକୁ ଶ୍ରୀମୁଖ ଅଗସ୍ତି ପରିଚାଳନା କରିଥିବାବେଳେ ଲାଞ୍ଜିଗଡ଼ ଯୁବକ ସଂଘ, ବିଭିନ୍ନ ଅନୁଷ୍ଠାନ, ସ୍ବୟଂ ସହାୟକ ଗୋଷ୍ଠୀ, ଆଇନଜୀବୀ, ବ୍ୟବସାୟୀ, ବୁଦ୍ଧିଜୀବୀ ଓ ଅଞ୍ଚଳର ଜନସାଧାରଣ ଉପସ୍ଥିତ ଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ଜେନେଭାରେ ନିଲାମ ହେବ ଭାରତର ଦୁର୍ଲଭ ହୀରା

ଜେନେଭା, ୧୪।୪:ଭାରତର ରାଜକୀୟ ଐତିହ୍ୟକୁ ଦର୍ଶାଉଥିବା ବିରଳ ‘ଦି ଗୋଲକୋଣ୍ଡା ବ୍ଲ୍ୟୁ’ ହୀରାର ନିଲାମ ହେବାକୁ ଯାଉଛି। ଆସନ୍ତା ମେ ୧୪ରେ ସୁଇଜରଲାଣ୍ଡର ଜେନେଭାସ୍ଥିତ ‘କ୍ରିଷ୍ଟିଜ୍‌...

ସ୍କୁଟି ବାଇକ୍‌ ଧକ୍କାରେ ଜଣେ ମୃତ, ୩ ଗୁରୁତର

ଆସିକା, ୧୪ା୪ (ସୁରେନ୍ଦ୍ର ନାଥ ସାହୁ): ଆସିକା-ଭଞ୍ଜନଗର ମୁଖ୍ୟ ରାସ୍ତାର ଆସିକା ଥାନା ଅନ୍ତର୍ଗତ ବାଲିସିରା ଛକ ନିକଟରେ ସୋମବାର ଅପରାହ୍ନରେ ଏକ ସ୍କୁଟି ସହ...

୪୮ ହଜାର ଟଙ୍କାରୁ ଅଧିକ ବିଦ୍ୟୁତ ବିଲ ଆସୁଥିଲେ କଟିଯିବ ପେନସନ

ଜୟପୁର,୧୪।୪: ରାଜସ୍ଥାନ ସରକାର ଏକ ବଡ଼ ଏବଂ ବହୁଚର୍ଚ୍ଚିତ ନିଷ୍ପତ୍ତି ନେବାକୁ ଯାଉଛନ୍ତି, ଯାହା ଦ୍ୱାରା ହଜାର ହଜାର ପେନସନଭୋଗୀଙ୍କ ନିଦ ହଜାଇପାରେ। ଏବେ ବାର୍ଷିକ...

ଭାଜପା ପକ୍ଷରୁ ସମ୍ବିଧାନ ପ୍ରଣେତାଙ୍କ ଜୟନ୍ତୀ

ପାଟଣା,୧୪ା୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ଭାଜପା ତରଫରୁ ବ୍ଲକ୍‌ସ୍ତରୀୟ ସମ୍ବିଧାନ ପ୍ରଣେତା ବାବା ସାହେବ ଆମ୍ବେଦକର ଜୟନ୍ତୀ ଡୁମୁରିଆ ପଞ୍ଚାୟତ ନୂଆଗାଁରେ...

ବିଭିନ୍ନ ସ୍ଥାନରେ ହନୁମାନ ଜୟନ୍ତୀ

ପାଟଣା,୧୪ା୪(ବୀର କିଶୋର ଦାଶ): ମହା ବିଷୁବ ସଂକ୍ରାନ୍ତି, ଶ୍ରୀ ହନୁମାନ ଜୟନ୍ତୀ ଓ ଓଡ଼ିଆ ନବବର୍ଷ ସକାଶେ ସୋମବାର କେନ୍ଦୁଝର ଜିଲା ପାଟଣା ଅଞ୍ଚଳର ହନୁମାନ...

ନିଆରା ଢଙ୍ଗରେ ଓଡ଼ିଆ ନବବର୍ଷ ପାଳିତ

ନୂଆପଡ଼ା,୧୪ା୪ (ମକାରୁ ବେମାଲ) ଓଡ଼ିଆ ପକ୍ଷ ପାଳନର ସୋମବାର ଶେଷ ଦିନରେ ନୂଆପଡା ଜିଲାପାଳଙ୍କ କାର୍ଯ୍ୟାଳୟ ପ୍ରାଙ୍ଗଣରେ ସୋମବାର ନିଆରା ଢଙ୍ଗରେ ଓଡ଼ିଆ ନବବର୍ଷ ପାଳିତ...

ବି. ଆର୍‌. ଆମ୍ବେଡକରଙ୍କ ଜୟନ୍ତୀ ପାଳିତ

ଭଞ୍ଜନଗର,୧୪।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଟାଉନ ହଲରେ ସୋମବାର ସନ୍ଧ୍ୟାରେ ଭାରତ ରତ୍ନ ବାବା ସାହେବ ଡ. ଭୀମରାଓ ଆମ୍ବେଡକରଙ୍କ  ଜୟନ୍ତୀ ପାଳିତ ହୋଇଯାଇଛି।...

ହନୁମାନ ଜୟନ୍ତୀରେ ଖଣ୍ଡା ବୁଲାଇଲେ ବିଧାୟକ: ଚାରିଆଡ଼େ ଚର୍ଚ୍ଚା

ବରଗଡ଼, ୧୪।୪(ପ୍ରେମାନନ୍ଦ ଖମାରୀ): ସୋମବାର ସନ୍ଧ୍ୟାରେ ବରଗଡ଼ ସହରରେ ହନୁମାନ ଜୟନ୍ତୀ ଅବସରରେ ଶୋଭାଯାତ୍ରା ହୋଇଥିଲା। ସ୍ଥାନୀୟ ସମଲେଶ୍ବରୀ ମନ୍ଦିରରେ ପୂଜାର୍ଚ୍ଚନା ପରେ ଶୋଭାଯାତ୍ରା ବାହାରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image