Posted inଖେଳ

ଲାନିଙ୍ଗଙ୍କ ଅର୍ଦ୍ଧଶତକ, ମେଘନାଙ୍କୁ ୪ ଉଇକେଟ

ବେଙ୍ଗାଲୁରୁ,୪ା୩: ଓମେନ୍ସ ପ୍ରିମିୟର ଲିଗ୍‌ (ଡବ୍ଲ୍ୟୁପିଏଲ)ରେ ଗୁଜରାଟ ଜାଏଣ୍ଟ୍ସ ବିପକ୍ଷ ମ୍ୟାଚ୍‌ରେ ଅର୍ଦ୍ଧଶତକ ହାସଲ କରିଛନ୍ତି ଦିଲ୍ଲୀ କ୍ୟାପିଟାଲ୍ସ ଅଧିନାୟିକା ମେଗ୍‌ ଲାନିଙ୍ଗ। ଅନ୍ୟ ପକ୍ଷରେ ଗୁଜରାଟ ପକ୍ଷରୁ ମେଘନା ସିଂ ୪ ଉଇକେଟ ନେଇ ସଫଳ ବୋଲର ରହିଥିଲେ। ଗୁଜରାଟ ଟସ ଜିତି ବୋଲିଂ କରିଥିବା ବେଳେ ଦିଲ୍ଲୀ କ୍ୟାପିଟାଲ୍ସ ୮ ଉଇକେଟରେ ୧୬୩ ରନ୍‌ ସଂଗ୍ରହ କରିଥିଲା।
ହ୍ୟାଟ୍ରିକ ପରଜୟ ଅର୍ଜନ କରି ସାରିଥିବା ଗୁଜରାଟ ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଇଥିଲା। ଦଳ ପକ୍ଷରୁ ମେଘନା ସିଂ ଚମତ୍କାର ବୋଲିଂ କରି ବିପଜ୍ଜନକ ଶେଫାଳି ବର୍ମାଙ୍କୁ ଆଉଟ କରିଥିଲେ। ଦଳୀୟ ସ୍କୋର ୨୦ରେ ଶେଫାଳି ପ୍ୟାଭିଲିୟନ ଫେରିଥିଲେ। ଆଲିସ୍‌ କାପ୍‌ସି(୨୭) ଓ ମେଗ୍‌ ଲାନିଙ୍ଗ(୫୫) ଦ୍ୱିତୀୟ ଉଇକେଟରେ ୩୮ ରନ୍‌ ଯୋଡିଥିଲେ। କାପ୍‌ସି ୧୭ ବଲ୍‌ରୁ ୨୭ ରନ୍‌ କରିଥିବା ବେଳେ ଲାନିଙ୍ଗ ଚମତ୍କାର ଅର୍ଦ୍ଧଶତକ ହାସଲ କରିଥିଲେ। କାପ୍‌ସି ଧୂଆଁଧାର ବ୍ୟାଟିଂ କରିବା ସହ ୫ ଚୌକା ମାରିଥିଲେ। ଅନ୍ୟ ପକ୍ଷରେ ଧୀମା ଆରମ୍ଭ କରିଥିବା ଳାନିଙ୍ଗ ୪୧ ବଲ୍‌ ଖେଳି ୬ ଚୌକା ଓ ୧ ଛକା ମାରିଥିଲେ। ଶେଷ ଆଡକୁ ଆନାବେଲ ସଦରଲାଣ୍ଡ ୨୦ ଓ ଶିଖା ପାଣ୍ଡେ ଅପରାଜିତ ୧୪ ରନ କରିବାରୁ ଦଳ ୧୬୦ ରନ୍‌ ପାର କରିଥିଲା। ଗୁଜରାଟ ଜାଏଣ୍ଟ୍ସ ପକ୍ଷରୁ ମେଘନା ସିଂ କ୍ୟାରିୟର ଶ୍ରେଷ୍ଠ ପ୍ରଦର୍ଶନ କରି ୩୭ ରନ୍‌ରେ ୪ ଉଇକେଟ ନେଇଥିଲେ। ଅନ୍ୟ ମାନଙ୍କ ମଧ୍ୟରେ ଆସଲେ ଗାର୍ଡନର ୨, ତନୁଜା କଓ୍ବଁର ଓ ମନ୍ନତ କଶ୍ୟପ ଗୋଟିଏ ଲେଖାଏ ଉଇକେଟ ନେଇଥିଲେ। ଖବର ପ୍ରସ୍ତୁତ ସୁଦ୍ଧା ଗୁଜରାଟ ଜାଏଣ୍ଟ୍ସ ୪ ଓଭରରେ ୧ ଉଇକେଟ ହରାଇ ୨୩ ରନ୍‌ ସଂଗ୍ରହ କରିଛି।
ସଂକ୍ଷିପ୍ତ ସ୍କୋର
ଦିଲ୍ଲୀ କ୍ୟାପିଟାଲ୍ସ ୨୦ ଓଭରରେ ୧୬୩/୮(ମେଗ୍‌ ଲାନିଙ୍ଗ-୫୫, ଆଲିସ୍‌ କାପ୍‌ସି-୨୭, ଆନାବେଲ ସଦରଲାଣ୍ଡ-୨୦, ମେଘନା ସିଂ-୪/୩୭, ଆସ୍‌ଲେ ଗାର୍ଡନର-୨/୩୭, ମନ୍ନତ କଶ୍ୟପ-୧/୧୬)।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

କଳିକେଶ ଜାତୀୟ ରାଇଫଲ ଆସୋସିଏଶନ ସଭାପତି ଭାବେ ନିର୍ବାଚିତ

ନୂଆଦିଲ୍ଲୀ,୨୧ା୯: କଳିକେଶ ନାରାୟଣ ସିଂଦେଓ ନ୍ୟାଶନାଲ ରାଇଫଲ ଆସୋସିଏଶନ ଅଫ୍‌ ଇଣ୍ଡିଆ (ଏନ୍‌ଆରଏଆଇ)ର ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି। ସ୍ଥାନୀୟ କନଷ୍ଟିଚ୍ୟୁଶନ କ୍ଲବ ଅଫ୍‌ ଇଣ୍ଡିଆଠାରେ...

ଗିଲ୍‌ଙ୍କ ଚମତ୍କାର ଶତକ: ବାଂଲାଦେଶକୁ ବିଶାଳ ଟାର୍ଗେଟ୍‌

ଚେନ୍ନାଇ,୨୧।୯: ବାଂଲାଦେଶ ବିପକ୍ଷରେ ୨୮୭/୪ ସ୍କୋରରେ ଭାରତ ଦ୍ୱିତୀୟ ଇନିଂସ ଘୋଷଣା କରିଛି। ଟିମ ଇଣ୍ଡିଆ ପ୍ରଥମ ଇନିଂସରେ ୩୭୬ ରନ ସଂଗ୍ରହ କରିଥିଲା। ଏଥି...

କିଛି ଜିନିଷ ସିକ୍ରେଟ୍‌ ରହିବା ଭଲ: ରିଷଭ ପନ୍ତଙ୍କ ସହ ଡେଟିଂଙ୍କୁ ନେଇ ମୁହଁ ଖୋଲିଲେ ଉର୍ବଶୀ

ବଲିଉଡ ଅଭିନେତ୍ରୀ ଉର୍ବଶୀ ରଉତେଲା ପ୍ରାୟତଃ ଭାରତୀୟ କ୍ରିକେଟର ରିଷଭ ପନ୍ତଙ୍କ ସହ ଡେଟିଂ ବିଷୟରେ ଗୁଜବ ପ୍ରଚାର କରିଥା’ନ୍ତି। ସୋସିଆଲ ମିଡିଆରେ ବାରମ୍ବାର ଆଲୋଚନା...

୬୩୭ ଦିନ ପରେ ଟେଷ୍ଟରେ କମାଲ୍‌ କଲେ ପନ୍ତ

ଚେନ୍ନାଇ,୨୧।୯: ଟିମ ଇଣ୍ଡିଆର ତାରକା ଉଇକେଟ କିପର-ବ୍ୟାଟ୍ସମ୍ୟାନ ରିଷଭ ପନ୍ତଙ୍କ ଟେଷ୍ଟ କ୍ରିକେଟ ପ୍ରତ୍ୟାବର୍ତ୍ତନ ଦୃଢ ଼ ପ୍ରମାଣିତ ହେଉଛି। ଦେଢ ବର୍ଷରୁ ଅଧିକ ସମୟ...

ପାଟିରେ କଳାଫିତା କାମୁଡି ବ୍ୟାଟିଂ କଲେ ବାଂଲାଦେଶ ବ୍ୟାଟ୍ସମ୍ୟାନ୍‌: ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୨୧।୯: ଚେନ୍ନାଇ ଟେଷ୍ଟର ଦ୍ୱିତୀୟ ଦିନରେ ବାଂଲାଦେଶ ଅଲରାଉଣ୍ଡର ଶାକିବ ଅଲ ହାସନ ପାଟିରେ ଏକ କଳାଫିତା କାମୁଡି ବ୍ୟାଟିଂ କରିବାକୁ ବାହାରିଥିଲେ। ଶାକିବଙ୍କ ଭିଡିଓ...

୫୧ ବର୍ଷ ପୁରୁଣା ରେକର୍ଡ ଭାଙ୍ଗିଲେ ଯଶସ୍ବୀ ଜୟସ୍ବାଲ: ଗାଭାସ୍କରଙ୍କୁ ପଛରେ ପକାଇଲେ

ଚେନ୍ନାଇ,୨୧।୯: ଚେନ୍ନାଇରେ ଭାରତ ଏବଂ ବାଂଲାଦେଶ ମଧ୍ୟରେ ଖେଳାଯାଉଥିବା ଟେଷ୍ଟ ଏକ ରୋମାଞ୍ଚକର ମୋଡ଼ରେ ପହଞ୍ଚିଛି। ଦୁଇ ଦିନ ମଧ୍ୟରେ ଦୁଇଟି ଇନିଂସ ଶେଷ ହୋଇଛି।...

ଦକ୍ଷିଣ ଆଫ୍ରିକାକୁ ଧୂଳିଚଟାଇ ଇତିହାସ ରଚିଲା ଆଫଗାନିସ୍ତାନ

ନୂଆଦିଲ୍ଲୀ,୨୧।୯: ଆଫଗାନିସ୍ତାନ ଇତିହାସ ସୃଷ୍ଟି କରିଛି। ଦିନିକିଆ ସିରିଜରେ ଆଫଗାନିସ୍ତାନ ପ୍ରଥମ ଥର ପାଇଁ ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରିଛନ୍ତି। ଆଫଗାନିସ୍ତାନ ଏବଂ ଦକ୍ଷିଣ ଆଫ୍ରିକା...

ଭାରତ ୩୦୮ ରନ୍‌ରେ ଆଗୁଆ

ଚେନ୍ନାଇ,୨୧ା୯: ଚେନ୍ନାଇରେ ଅନୁଷ୍ଠିତ ବାଂଲାଦେଶ ବିପକ୍ଷ ପ୍ରଥମ ଟେଷ୍ଟରେ ଭାରତୀୟ ପେସ୍‌ ବୋଲର ଚମତ୍କାର ବୋଲିଂ କରିଥିବା ବେଳେ ଦ୍ୱିତୀୟ ଦିନର ଷ୍ଟମ୍ପ ଅପସାରଣ ବେଳକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri