
ମାଲକାନଗିରି,୨୦ା୩(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ବିଜାପୁର ଜିଲାର ଗଙ୍ଗଲୁର ଜଙ୍ଗଲରେ ପୋଲିସ-ମାଓବାଦୀ ମଧ୍ୟରେ ଜୋରଦାର ଗୁଳିବିନିମୟ। ପୋଲିସ ଏନ୍କାଉଣ୍ଟରରେ କିଛି ମାଓବାଦୀ ନିହତ ହୋଇଥିବା ସୂଚନା ଦେଇଛନ୍ତି ବିଜାପୁର ଏସ୍ପି। ମାଓବାଦୀଙ୍କ ବଡ଼ ଧରଣର ବେସ୍ କ୍ୟାମ୍ପ ଥିଲା ଏହି ଜଙ୍ଗଲରେ। ତେଣୁ ପୋଲିସ ଏନ୍କାଉଣ୍ଟରରେ ମାଓବାଦୀଙ୍କ ବଡ଼ କ୍ଷତି ହୋଇଥିବା ଜଣାପଡ଼ିଛି। ଏବେବି ଗୁଳିବିନିମୟ ଜାରି ରହିଛି।
ସେହିପରି ନାରାୟଣପୁର ଜିଲାର ଅବୁଝମାଡ଼ ଜଙ୍ଗଲରେ ମାଓବାଦୀ ଆଇଇଡି ବିସ୍ଫୋରଣ କରିଛନ୍ତି। ଏଥିରେ ଦୁଇ ଜବାନ ଗୁରୁତର ହୋଇଥିବା ଜଣାପଡ଼ିଛି। ଏସ୍ଟିଏଫ୍ ଏବଂ ଡିଆର୍ଜି ଯବାନ ମାଓବାଦୀ ଦମନ ପାଇଁ କମ୍ବିଂ ଅପରେଶନରେ ଯାଇଥିବା ବେଳେ ମାଓବାଦୀ ଆଇଇଡି ବିସ୍ଫୋରଣ କରିଥିଲେ। ଗୁରୁତର ଯବାନଙ୍କୁ ନାରାୟଣପୁର ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସା କରାଯାଉଛି। ଏହି ଘଟଣା ପରେ ଅବୁଝମାଡ଼ ଜଙ୍ଗଲରେ ସର୍ଚ୍ଚ ଅପରେଶନକୁ ଜୋରଦାର କରାଯାଇଛି।