Advertisement

ବଡ଼ ଧରଣର ଅବକାରୀ ଚଢାଉ, ଦେଶୀ ମଦ ଭାଟି ଭାଙ୍ଗିଲେ ଅଧିକାରୀ

ଜୟପୁର,୧୦ା୪(ପବନ ପାଣିଗ୍ରାହୀ): ଜୟପୁର ସଦର ଥାନା ଅନ୍ତର୍ଗତ ଗଡପଦର ଜଙ୍ଗଲରେ ଦେଶୀ ବିଷାକ୍ତ ମଦ ପ୍ରସ୍ତୁତ ସହ ଲୁଚାଇ ରଖିଥିବା ସୂଚନା ପାଇ ଜୟପୁର ଅବକାରୀ ନିରୀକ୍ଷକ କାର୍ଯ୍ୟାଳୟ ପକ୍ଷରୁ ଚଢାଉ କରାଯାଇଛି।

ମାଫିଆମାନେ ଘଟଣାସ୍ଥଳରୁ ଚମ୍ପଟ ମାରିଥିଲେ। ଅବକାରୀ ବିଭାଗ ବହୁ ମଦ ଭାଟି ଭାଙ୍ଗି ୧୫ ଶହ ଲିଟର ପୋଚ ଓ ୬୫ ଲିଟର ଦେଶୀ ମଦ ଜବତ କରି ନଷ୍ଟ କରିଛି । ମଦରନ୍ଧା ସରଞ୍ଜାମ, ଡ୍ରମ ଆଦିକୁ ଜବତ କରାଯାଇଥିବା ଜୟପୁର ଅବକାରୀ ନିରୀକ୍ଷକ ଶଶୀକାନ୍ତ ଦତ୍ତ ସୂଚନା ଦେଇଛନ୍ତି। ସେହିପରି ଦେଶୀ ମଦ ଚାଲାଣ ବେଳେ ଜୟପୁର ଅବକାରୀ ନିରୀକ୍ଷକ କାର୍ଯ୍ୟାଳୟ ପକ୍ଷରୁ ଚଢାଉ କରି ଜଣେ ମହିଳାଙ୍କୁ ଗିରଫ କରାଯାଇଛି। ସଦର ଥାନା ଅନ୍ତର୍ଗତ ବାମୁଣି ଗାଁ ରାସ୍ତାରେ ଚଢାଉ କରି ୧୫ ଲିଟର ଦେଶୀ ମଦ ଜବତ କରିଛି। ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯାଇଛି।

Subscribe to Dharitri WhatsApp ChannelSubscribe to Dharitri WhatsApp Channel

Share