ଜମି କିଣାବିକାରେ ବଡ଼ ଧରଣର ଜାଲିଆତି: ଧରାପଡ଼ିଲେ ୩ ଅଭିଯୁକ୍ତ, ଏବେ ବି ଅନେକ ଫେରାର

ବରଗଡ଼,୨୬।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଜମି କିଣାବିକାରେ ଜାଲିଆତି କାରବାର ଚର୍ଚ୍ଚାର ବିଷୟ ହୋଇଛି। ବରଗଡ଼ ଜିଲା ଉପ ନିବନ୍ଧକଙ୍କ କାର୍ଯ୍ୟାଳୟ (ଡିଷ୍ଟ୍ରିକ୍ଟ ସବ୍‌ରେଜିଷ୍ଟ୍ରାର ଅଫିସ୍‌)ରେ ହୋଇଥିବା ଏଭଳି ଏକ ଜାଲିଆତି ପଦାକୁ ଆସିଛି। ଏ ନେଇ ଉପଜିଲାପାଳ ପ୍ରସନ୍ନ କୁମାର ପାଣ୍ଡେଙ୍କ ଏତଲା କ୍ରମେ ସ୍ଥାନୀୟ ଟାଉନ ଥାନା ପୋଲିସ ଏକ ମାମଲା(ନଂ-୫୯୫/୨୪) ରୁଜୁ କରିବା ସହିତ ୩ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ଜମି ମାଲିକ ସୁରେଶ ଭୋସାଗର, ଜିଲା ସବ୍‌ରେଜିଷ୍ଟ୍ରାର ଅଫିସରେ କାର୍ଯ୍ୟରତ କନିଷ୍ଠ ସହାୟକ ଉମେଶ ବଢ଼େଇ ଏବଂ ବିଦ୍ୟାଧର ଭୋଇ। ସେମାନଙ୍କୁ ଶନିବାର କୋର୍ଟଚାଲାଣ କରାଯାଇଛି। ଜାମିନ ନାମଞ୍ଚର ହେବାରୁ ଗିରଫ ୩ଅଭିଯୁକ୍ତଙ୍କୁ ଜିଲା କାରାଗାର ହାଜତକୁ ପଠାଇ ଦିଆଯାଇଛି।

ମିଳିଥିବା ସୂଚନା ମୁତାବକ, ଅନୁସୂଚୀତ ଜାତି, ଅନୁସୂଚୀତ ଜନଜାତିଙ୍କ ଜମି ବିକ୍ରି ପାଇଁ ଓଡ଼ିଶା ଲେଣ୍ଡ୍‌ ରିଫର୍ମ(ଓଏଲଆର୍‌) ଆକ୍ଟ, ୧୯୬୦ ଅନୁଯାୟୀ ପ୍ରଶାସନିକ ଅନୁମତି ଆଦେଶ(ପରମିଶନ ଅର୍ଡ଼ର) ବାଧ୍ୟତାମୂଳକ ରହିଛି। କିନ୍ତୁ ଜମି ମାଲିକ ସୁରେଶ କିଛି ବିଭାଗୀୟ କର୍ମଚାରୀଙ୍କୁ ଧରି ନକଲି ପରମିଶନ ଅର୍ଡ଼ର ହାତେଇ ଥିଲେ ଏବଂ ଅନ୍ୟଙ୍କୁ ଜମି ବିକିଥିଲେ। ସମ୍ପୃକ୍ତ କ୍ରେତା ମଧ୍ୟ ସେହି ଜମିକୁ ଭାଗ ଭାଗ କରି ଅନ୍ୟମାନଙ୍କୁ ବିକ୍ରି କରିଥିଲେ। ଏହା ଉପଜିଲାପାଳ ପାଣ୍ଡେଙ୍କ ଦୃଷ୍ଟିକୁ ଆସିଥିଲା ଏବଂ ସେ ବରଗଡ଼ ଟାଉନ ଥାନାରେ ଏତଲା ଦେଇଥିଲେ। ଏତଲାକୁ ଭିତ୍ତି କରି ପୋଲିସ ଉପରୋକ୍ତ ମାମଲା ରୁଜୁ କରି ୩ଅଭିଯୁକ୍ତଙ୍କୁ ଗିରଫ କରିଛି। ତେବେ ଏହି ମାମଲାରେ ଆହୁରି ଅନ୍ୟ ଅଭିଯୁକ୍ତମାନେ ଥିବା ଯୋଗୁ ସେମାନଙ୍କୁ ଧରିବା ପାଇଁ ପୋଲିସ ତନାଘନା ଚଲାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁରୀରେ ହବିଷ୍ୟାଳିଙ୍କ ମୃତ୍ୟୁ: ଚିକିତ୍ସାରେ ଅବହେଳା ଅଭିଯୋଗ ଆଣିଲେ ପରିବାର ଲୋକେ

ପୁରୀ ୨୬ା୧୦(ଅଜିତ୍‌ କୁମାର ମହାନ୍ତି): ରାଜ୍ୟ ସରକାରଙ୍କ ପକ୍ଷରୁ ହବିଷ୍ୟାଳିଙ୍କ ପାଇଁ ପୁରୀରେ ହବିଷ୍ୟାଳି କେନ୍ଦ୍ର କରାଯାଇଛି। ୪ଟି କେନ୍ଦ୍ରରେ ହବିଷ୍ୟାଳିମାନଙ୍କ ରହିବା ନିମନ୍ତେ ପ୍ରଶାସନ...

ମୁଖ୍ୟମନ୍ତ୍ରୀ କହିଲେ ଏହି ୩ ଜିଲା ବେଶି ପ୍ରଭାବିତ, ଆଜି ରାତିରେ…

ଭୁବନେଶ୍ୱର,୨୬ା୧୦: ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଶନିବାର ସନ୍ଧ୍ୟାରେ ଏସ୍‌ଆର୍‌ସିଙ୍କ କାର୍ଯ୍ୟାଳୟରେ ବାତ୍ୟା ପରବର୍ତ୍ତୀ ସ୍ଥିତି ଓ ପୁନରୁଦ୍ଧାର କାର୍ଯ୍ୟର ଅଗ୍ରଗତି ସମ୍ପର୍କରେ ଅବଗତ ହୋଇଛନ୍ତି। ପୁନରୁଦ୍ଧାର...

ମଣ୍ଡି ବୁଲି ସ୍ଥିତି ଦେଖିଲେ ଜିଲାପାଳ

ଅତାବିରା,୨୬ା୧୦(ହୃଷୀକେଶ ଖମାରୀ): ବରଗଡ଼ ଜିଲାରେ ଧାନ ଅମଳ ଆରମ୍ଭ ହୋଇଛି। ଧାନ ସଂଗ୍ରହ ନୀତି ନିର୍ଦ୍ଧାରଣ ବୈଠକ ପରେ ଜିଲାରେ ମଣ୍ଡିଗୁଡ଼ିକରେ ଧାନ ସଂଗ୍ରହ କରାଯିବ।...

ସ୍କ୍ରବ୍‌ ଟାଇଫସ୍‌ରେ ଚାଷୀଙ୍କ ମୃତ୍ୟୁ ଅଭିଯୋଗ

ବରଗଡ଼୨୬।୧୦(ପ୍ରେମାନନ୍ଦ ଖମାରୀ): ସ୍କ୍ରବ ଟାଇଫସରେ ଆକ୍ରାନ୍ତ ହୋଇ ଶନିବାର ଜଣେ ଚାଷୀଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ମୃତ ଚାଷୀ ହେଲେ, ବରଗଡ଼ ଜିଲା ପାଇକମାଲ...

ବୁଲେଟରେ ଆସି ଯୁବକଙ୍କ ଉପରକୁ ବୋମା ଫିଙ୍ଗିଲେ ଦୁର୍ବୃତ୍ତ, ଆଉ ତା’ପରେ…

ଦିଗପହଣ୍ଡି,୨୬।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ମୁଖ୍ୟରାସ୍ତାରେ ଥିବା ଏକ ଘରୋଇ ଫାଇନାନ୍ସ କମ୍ପାନୀ ଶାଖା କାର୍ଯ୍ୟାଳୟ ଏବଂ ଜିମ୍‌ ନିକଟରେ ଶନିବାର ସନ୍ଧ୍ୟା...

ମାନବୀୟ ମୂଲ ଉପରେ ତର୍କ ଉପସ୍ଥାପନ କରି ଜିଲା ପାଇଁ ଗୌରବ ଆଣିଲେ ଅଧ୍ୟାପକ ପ୍ରତାପ ଚନ୍ଦ୍ର

ଭବାନୀପାଟଣା,୨୬ା୧୦(ଉତ୍ତମ କୁମାର ଦାଶ): ଭବାନୀପାଟଣା ଜୟ ପ୍ରକାଶ ସାନ୍ଧ୍ୟ ଡିଗ୍ରୀ ମହାବିଦ୍ୟାଳୟର ଇଂରାଜୀ ଅଧ୍ୟାପକ ତଥା ଜାତୀୟ ସେବା ଯୋଜନା ଅଧିକାରୀ ପ୍ରତାପ ଚନ୍ଦ୍ର ଦାଶ...

ବଲାଙ୍ଗୀର ଡବଲ ମର୍ଡର ଘଟଣା: ମିଳିଲା ଯୁବତୀ-ଯୁବକଙ୍କ ପରିଚୟ

ବଲାଙ୍ଗୀର,୨୬ା୧୦(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତଣ୍ଡାମୁଣ୍ଡା ଜଙ୍ଗଲର ଡବଲ ମର୍ଡର ଘଟଣାରେ ଶନିବାର ମୃତ ଯୁବତୀ ଯୁବକଙ୍କ ପରିଚୟ ମିଳିଛି। ଉଭୟ ଝାଡ଼ଖଣ୍ଡ ରାଜ୍ୟ...

ବ୍ରିଜ ଉପରେ ସ୍କୁଟିରଖି ନଦୀକୁ ଯୁବକ ଡେଇଁବା ଘଟଣା: ହାଇଦ୍ରାବାଦରେ ଥାଇ ବାପାଙ୍କ ସହ ହେଲେ କଥା

ଗଞ୍ଜାମ,୨୬।୧୦(ବିଦ୍ୟାଧର ସାହୁ ): ଗତ ୨୩ ତାରିଖରେ ଜଣେ ଯୁବକ ନିଜ ସ୍କୁଟି ଓ ଚପଲ ବ୍ରିଜ ଉପରେ ରଖି ନଦୀକୁ ଡେଇଁ ପଡ଼ିଥିବା ଖବର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri