୨୮ରୁ ଶ୍ରୀମନ୍ଦିର ରତ୍ନଭଣ୍ଡାରର ଲେଜର ସ୍କାନିଂ

ପୁରୀ,୨୫ା୧୧: କାର୍ତ୍ତିକ ମାସ ପାଇଁ ଶ୍ରୀମନ୍ଦିରରେ ଭକ୍ତଙ୍କ ପ୍ରବଳ ସମାଗମ ହେଉଥିବାରୁ ଏହାକୁ ଦୃଷ୍ଟିରେ ରଖି କାର୍ତ୍ତିକ ପୂର୍ଣ୍ଣିମା ପରଦିନଠାରୁ ଶ୍ରୀମନ୍ଦିର ବାହାର ରତ୍ନଭଣ୍ଡାରର ଲେଜର ସ୍କାନିଂ କରାଯିବ। ଆସନ୍ତା ୨୮ରୁ ଲେଜର ସ୍କାନିଂ କରାଯିବା ନେଇ ଏଏସ୍‌ଆଇ ସହ ଆଲୋଚନା ହୋଇଥିବା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ କୁମାର ଦାସ କହିଛନ୍ତି।