Categories: ଜାତୀୟ

ଲଶ୍କରର ଟପ୍‌ କମାଣ୍ଡର ନିହତ…

ଶ୍ରୀନଗର,୨୯।୬: ଜମ୍ମୁ-କଶ୍ମୀର ଆତଙ୍କବାଦ ବିରୋଧୀ ଅପରେଶନ୍‌ରେ ମିଳତ ସୁରକ୍ଷାକର୍ମୀଙ୍କ ବଡ଼ ସଫଳତା ମିଳିଛି। ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟରରେ ଆତଙ୍କବାଦୀ ସଂଗଠନ ଲଶ୍କର-ଇ-ତୋଏବାର ଟପ୍‌ କମାଣ୍ଡରଙ୍କ ସମେତ ୨ ଜଣଙ୍କ ମୃତ୍ୟୁ ଘଟିଛି। ଶ୍ରୀନଗରର ପରିମପୋରା ଅଞ୍ଚଳର ମଲହୁରାରେ କିଛି ଆତଙ୍କବାଦୀ ଲୁଚିଥିବା ଖବର ପାଇ ମିଳିତ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଘେରାବନ୍ଦୀ କରାଯାଇ ସର୍ଚ୍ଚ ଅପରେଶନ୍‌ ଆରମ୍ଭ ହୋଇଥିଲା। ଆତଙ୍କବାଦୀଙ୍କୁୂ ଆତ୍ମସମର୍ପଣ ପାଇଁ ସତର୍କ ସୂଚନା ଜାରି କରାଯାଇଥିଲା। ତେବେ ଆତଙ୍କବାଦୀମାନେ ପ୍ରଥମେ ମିଳିତ ସୁରକ୍ଷାକର୍ମୀଙ୍କ ଉପରକୁ ଗୁଳି ଚାଳନା କରିଥିଲେ। ଏହାର ଜବାବରେ ସୁରକ୍ଷାକର୍ମୀଙ୍କ ପକ୍ଷରୁ ପାଲଟା ଆକ୍ରମଣ ହୋଇଥିବା କଶ୍ମୀର ଜୋନ୍‌ ପୋଲିସ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଏଥିରେ ସିଆର୍‌ପିଏଫ୍‌ର ଜଣେ ଯବାନ ଆହତ ହୋଇଛନ୍ତି। ମୃତ ଆତଙ୍କବାଦୀଙ୍କ ମଧ୍ୟରେ ଜଣେ ପାକିସ୍ତାନୀ ଅଛନ୍ତି।

Share