ଏହି ଦୁଇଟି ଓଡ଼ିଆ ଫିଲ୍ମରେ କଣ୍ଠଦାନ କରିଥିଲେ ଲତା

ଭୁବନେଶ୍ୱର,୬ା୨(ବ୍ୟୁରୋ): ଚାଲିଗଲେ ସୁରର ରାଣୀ ଲତା ମଙ୍ଗେସକର। ସଙ୍ଗୀତ ବ୍ୟତୀତ ସେ ଆଉ କେଉଁ କଥାରେ ଅଧିକ ଗୁରୁତ୍ୱ ଦେଉ ନ ଥିଲେ। ସେ ୩୦ରୁ ଊର୍ଦ୍ଧ୍ୱ ଭାଷାରେ ଏବଂ ୫୦ ହଜାରରୁ ଅଧିକ ଗୀତ ଗାଇଛନ୍ତି। ତାଙ୍କ ବିୟୋଗରେ ଆଜି ସାରା ଦେଶ ସ୍ତବ୍ଧ। ଫିଲ୍ମ ଇଣ୍ଡଷ୍ଟ୍ରି ଜଣେ ସୁନାମଧନ୍ୟ ଗାୟିକାଙ୍କୁ ହରାଇଛି। ଏପରିକି ଓଡ଼ିଆ ଫିଲ୍ମ ପାଇଁ ମଧ୍ୟ ଲତା କଣ୍ଠଦାନ କରିଥିଲେ। ସେ ଫିଲ୍ମ ‘ସୂର୍ଯ୍ୟମୁଖୀ’(୧୯୬୩)ର ‘ସେଇ ଚୁନାଚୁନା ତାରା ଫୁଲ ଆଜି…’ ଓ ‘ଅରୁନ୍ଧତୀ’(୧୯୬୮)ର ‘ଆଜି ମୁଁ ଶ୍ରାବଣୀ…’ ଗୀତରେ କଣ୍ଠଦାନ କରିଥିଲେ।

ଏହି ଦୁଇଟି ଗୀତର ସଙ୍ଗୀତକାର ଥିଲେ ଶାନ୍ତନୁ ମହାପାତ୍ର। ଲତାଙ୍କୁ ଏଥିରେ ପ୍ଲେ ବ୍ୟାକ୍‌ ସିଙ୍ଗର ଭାବେ ନେବା ପାଇଁ ଶାନ୍ତନୁ ଚାହିଁଥିଲେ। ଏଥିପାଇଁ ସେ ପ୍ରଥମେ ପ୍ରଯୋଜକଙ୍କୁ କହିଥିଲେ। ପ୍ରଯୋଜକ ମଧ୍ୟ ରାଜି ହୋଇଯାଇଥିଲେ। ପରେ ବମ୍ବେରେ ସଙ୍ଗୀତକାର ଶାନ୍ତନୁ ମହାପାତ୍ର ଲତାଜୀଙ୍କ ପାଖକୁ ଯାଇ ଗୀତର ସ୍ବର ଶୁଣାଇଥିଲେ। ପରେ ଲତାଜୀ ଉତ୍ସାହିତ ହୋଇ କଣ୍ଠଦାନ କରିବାକୁ ରାଜି ହୋଇଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକ-ବାଇକ୍‌ ଧକ୍କା: ଚାଲିଗଲା ବାପ-ପୁଅଙ୍କ ଜୀବନ, ମା’ ଗୁରୁତର

ଗୋପାଳପୁର, ୨୨।୯(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା ୧୬ ନମ୍ବର ଜାତୀୟ ରାଜପଥ ଭାଲିଆଗାଡ଼ ନିକଟରେ ରବିବାର ଏକ ଟ୍ରକ-ବାଇକ୍‌ ମଧ୍ୟରେ ଧକ୍କା ହୋଇଛି। ଦୁର୍ଘଟଣାରେ...

ସିନେ ଜଗତର ପ୍ରଥମ ଅଭିନେତା ଭାବେ ଚିରଞ୍ଜୀବୀଙ୍କୁ ଗିନିଜ ୱାଲର୍‌ଡ ରେକର୍ଡ

ହାଇଦ୍ରାବାଦ,୨୨।୯: ତେଲୁଗୁ ଫିଲ୍ମ ଜଗତରେ ମେଗାଷ୍ଟାର ଭାବେ ଚିରଞ୍ଜୀବୀ ପରିଚିତ। ସିନେ ଜଗତର ପ୍ରଥମ ଅଭିନେତା ଭାବେ ସେ ନିଜର ନୃତ୍ୟ ଦକ୍ଷତା ପାଇଁ ଗିନିଜ...

ପୁରୁଷୋତ୍ତମପୁରରେ ବୁଲିଲା ଖଣ୍ଡା: ଭାଜପା କର୍ମୀଙ୍କୁ….

ପୁରୁଷୋତ୍ତମପୁର,୨୨।୯(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ରାଜନୈତିକ କାରଣକୁ ନେଇ ରବିବାର ଗୋଷ୍ଠୀ ସଂଘର୍ସ ଘଟିଛି। ଏଥିରେ ଉଭୟ ପକ୍ଷରୁ ଦୁଇଜଣ ଆହାତ ହୋଇଛନ୍ତି। ଆହାତମାନେ...

ଶ୍ୱଶୁରଙ୍କୁ ହତ୍ୟା କଲେ ଜ୍ବାଇଁ : ସ୍ତ୍ରୀ, ଶାଶୁ ଗୁରୁତର

ଲକ୍ଷ୍ମୀପୁର,୨୨ା୯(ଅନନ୍ତ ନାୟକ): କୋରାପୁଟ ଜିଲା ଲକ୍ଷ୍ମୀପୁର ସଦର ରେଲୱେ କଲୋନୀ ନିକଟ ଆମ୍ବଗୁଡ଼ା ସାହିରେ ଏକ ହତ୍ୟାକାଣ୍ଡ ଘଟିଛି। ଏଥିରେ ଶ୍ୱଶୁରଙ୍କୁ ଲୁହା ରଡ୍‌ରେ ପିଟି...

୪ ଘଣ୍ଟାରେ ଖାଇଗଲେ ୨ କୁଇଣ୍ଟାଲ ଚିକେନ ପକୋଡ଼ା

ପୁରୀ,୨୨।୯: ରାଜ୍ୟରେ ଏବେ ବି ରହିଛି ବାର୍ଡଫ୍ଲୁ ଆତଙ୍କ। ଖାସ୍‌ କରି ପୁରୀ ଜିଲାରେ ବାର୍ଡଫ୍ଲୁକୁ ନେଇ ସରକାରଙ୍କ ପକ୍ଷରୁ ସଚେତନତା ଜାରି ରହିଛି। ଏଭଳିସ୍ଥିତିରେ...

ଶେଷ ହେଲା ରତ୍ନଭଣ୍ଡାର ସର୍ଭେକ୍ଷଣ,ସୂଚନା ଦେଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

ପୁରୀ,୨୨।୯: ଶ୍ରୀମନ୍ଦିର ରତ୍ନଭଣ୍ଡାର ସର୍ଭେକ୍ଷଣ ଶେଷ ହୋଇଛି। ଏନେଇ ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ । ବୈଜ୍ଞାନିକ ଆନନ୍ଦ କିଶୋର ପାଣ୍ଡେଙ୍କ ନେତୃତ୍ୱରେ ସର୍ଭେ...

ଜନ୍ମମାଟିରୁ ୧୦୦ ଦିନର ହିସାବ ଦେଲେ ମୁଖ୍ୟମନ୍ତ୍ରୀ

କେନ୍ଦୁଝର,୨୨।୯(ନରେଶ ଚନ୍ଦ୍ର ପଟ୍ଟନାୟକ): ରବିବାର କେନ୍ଦୁଝର ଧରଣୀଧର ବିଶ୍ୱବିଦ୍ୟାଳୟ ପଡ଼ିଆରୁ ଲୋକଙ୍କ ସରକାରର ୧୦୦ ଦିନର ସଫଳତାର ହିସାବ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। କାର୍ଯ୍ୟକ୍ରମରେ...

ମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟରରେ ଯାନ୍ତ୍ରିକ ତ୍ରୁଟି: ବାତିଲ ହେଲା ମୟୂରଭଞ୍ଜ କାର୍ଯ୍ୟକ୍ରମ

କେନ୍ଦୁଝର,୨୨ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କେନ୍ଦୁଝର ଜିଲାକୁ ଶୁକ୍ରବାରଠାରୁ ୩ ଦିନିଆ ଗସ୍ତରେ ଆସିଛନ୍ତି। ମୁଖ୍ୟମନ୍ତ୍ରୀ ହେବା ପରେ ନିଜ ଜିଲାକୁ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri